ମନୋରଞ୍ଜନ
ଓଡ଼ିଶା
ଆସନ୍ତାକାଲି ଅନୁଷ୍ଠିତ ହେବ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ପୁରୀ : ଆସନ୍ତାକାଲି ରବିବାର ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି। ଏଣୁ ଆସନ୍ତାକାଲି ପ୍ରଥମ ଭୋଗମଣ୍ଡପ ଶେଷ ହେବାପରେ ଆପାତତଃ ଅପରାହ୍ନ ୨ଟା ପରଠୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ […]
ପୁରୀ : ଆସନ୍ତାକାଲି ରବିବାର ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି। ଏଣୁ ଆସନ୍ତାକାଲି ପ୍ରଥମ ଭୋଗମଣ୍ଡପ ଶେଷ ହେବାପରେ ଆପାତତଃ ଅପରାହ୍ନ ୨ଟା ପରଠୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କର (ତିନିଠାକୁର) ଚିତାଲାଗି ହୋଇଥାଏ । ଜଗନ୍ନାଥଙ୍କ ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ଚିତାଲାଗି କରନ୍ତି ।
ଚିତଉ ଅମାବାସ୍ୟା ଦିନ ଗେଣ୍ଡା ଆଦି ଜଳଚର ପ୍ରାଣୀଙ୍କ ଉଦ୍ଦେଶ୍ୟରେ ଚିତଉ ଓ ଗଇଁଠା ଆଦି ପିଠା ଅର୍ପଣ କରାଯାଇଥାଏ । ଏହି ପ୍ରଥା ଶବର ପରମ୍ପରାରୁ ଆନୀତ ବୋଲି ବିଦିତ । ଏଥିରେ ଚିତଉ ପିଠା କରି ଜୀବଜନ୍ତୁମାନଙ୍କୁ ଖୁଆଇ ସନ୍ତୁଷ୍ଟ କରିବାର ପ୍ରଥା ରହିଛି । ସେଥି ପାଇଁ “ଗେଣ୍ଡେଇକଟା ଓଷା” ନାମରେ ମଧ୍ୟ ଜଣା । ବାଲେଶ୍ୱର, ମୟୁରଭଞ୍ଜ ଓ କେଉଁଝର ଆଦି ଅଞ୍ଚଳରେ ଏହି ପର୍ବକୁ “ଗେଣ୍ଡାକଟା ଅମାବାସ୍ୟା” କୁହାଯାଏ । ଏହା ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଆଦିବାସୀମାନଙ୍କ ମଧ୍ୟରେ ଜନ୍ତୁଆଦିଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ପାଳିତ ପର୍ବମାନଙ୍କ ମଧ୍ୟରେ ଗୋଟିଏ । ସାଧାରଣତଃ ଚାଷୀମାନେ ବର୍ଷା ଋତୁ ସମୟରେ ଧାନ ଫସଲ କରିବା ସମୟରେ, ବିଲରେ ଗେଣ୍ଡା ଯୋଗୁଁ ଗୋଡ଼ କାଟି ହୋଇ କ୍ଷତି ହୋଇଥାଏ ଏଣୁ ଏହି ସମ୍ବାବନାକୁ ଏଡ଼େଇବା ନିମନ୍ତେ ଚିତଉ ପିଠାକୁ ସାରୁ ପତ୍ରରେ ରଖି ଗେଣ୍ଡାମାନଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ଜଳାଶ୍ରୟରେ ଭସା ଯାଏ।
ଏହି ଶ୍ରାବଣ ଅମାବାସ୍ୟା ଦିନ ଶ୍ରୀମନ୍ଦିର ତିନିଠାକୁରଙ୍କ ଲଲାଟରେ ଦଇତାପତିମାନେ ଚିତା ଲାଗି କରୁଥିବାରୁ ଏହାର ନାମ ଚିତାଲାଗି ଅମାବାସ୍ୟା । ସ୍ନାନ ପୂର୍ଣ୍ଣିମାଦିନ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ଲଲାଟରୁ ଯେଉଁ ଚିତା ଉଲାଗି କରାଯାଇଥାଏ ତାହା ପୁଣି ଶ୍ରାବଣ ମାସ ଅମାବାସ୍ୟା ତିଥିରେ ଲାଗି କରାଯାଏ । ଶ୍ରୀଜଗନ୍ନାଥଙ୍କ ମସ୍ତକରେ ହୀରାଖଚିତ ଧଳା ଚିତା, ଶ୍ରୀ ବଳଭଦ୍ରଙ୍କ ମସ୍ତକରେ ନୀଳାଖଚିତ ନିଳ ଚିତା ଏବଂ ଦେବୀ ସୁଭଦ୍ରାଙ୍କ ମସ୍ତକରେ ମାଣିକ୍ୟ ଖଚିତ ନାଲି ଚିତା ଲାଗି କରାଯାଏ । ପରମ୍ପରା ଏବଂ ବିଧିମୁତାବକ ପତିମହାପାତ୍ର ସେବାୟତ ଏହି ଚିତାକୁ ସଂସ୍କାର କରିବା ପରେ ଦଇତାପତି ସେବାୟତ। ଶ୍ରୀବିଗ୍ରହଙ୍କ ମସ୍ତକରେ ପରିଧାନ କରାଇଥାନ୍ତି । ଏହି ଚିତା ଶ୍ରୀବିଗ୍ରହମାନଙ୍କ ମସ୍ତକରେ ପରବର୍ତ୍ତୀ ସ୍ନାନପୂର୍ଣ୍ଣିମା ପର୍ଯ୍ୟନ୍ତ ଲାଗି ରହିଥାଏ । ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ୧୩ଶ ଶତାବ୍ଦୀରୁ ପାଳିତ ହୋଇଆସୁଛି ବୋଲି ଜଣାଯାଏ ।