ସରିଲା ପହଣ୍ଡି: ରଥାରୂଢ଼ ହେଲେ ଚତୁର୍ଦ୍ଧା ବିଗ୍ରହ

The Sakala Picture
Published On

ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ ଦିନ ରହିବା ପରେ ବୁଧବାର ଭାଇ ଭଉଣୀଙ୍କୁ ସାଥୀରେ ଧରି ବାହୁଡ଼ିଲେ କାଳିଆ ଠାକୁର। ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ଯିବେ ଚତୁର୍ଦ୍ଧା ବିଗ୍ରହ । ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ସମ୍ମୁଖରେ ଅପେକ୍ଷାରେ ଅଛନ୍ତି ତିନିରଥ । ବାହୁଡ଼ା ଯାତ୍ରା ଅବସରରେ ବଡ଼ ଠାକୁର ଓ ଦେବୀ ମା’ ସୁଭଦ୍ରାଙ୍କ ପହଣ୍ଡି ପରେ ଆରମ୍ଭ ହୋଇଛି ମହାପ୍ରଭୁ ଜଗନ୍ନାଥଙ୍କ ପହଣ୍ଡି ବିଜେ । ଧାଡ଼ି ପହଣ୍ଡିରେ ଶରଧାବାଲିରେ […]

ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ ଦିନ ରହିବା ପରେ ବୁଧବାର ଭାଇ ଭଉଣୀଙ୍କୁ ସାଥୀରେ ଧରି ବାହୁଡ଼ିଲେ କାଳିଆ ଠାକୁର। ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ଯିବେ ଚତୁର୍ଦ୍ଧା ବିଗ୍ରହ । ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ସମ୍ମୁଖରେ ଅପେକ୍ଷାରେ ଅଛନ୍ତି ତିନିରଥ । ବାହୁଡ଼ା ଯାତ୍ରା ଅବସରରେ ବଡ଼ ଠାକୁର ଓ ଦେବୀ ମା’ ସୁଭଦ୍ରାଙ୍କ ପହଣ୍ଡି ପରେ ଆରମ୍ଭ ହୋଇଛି ମହାପ୍ରଭୁ ଜଗନ୍ନାଥଙ୍କ ପହଣ୍ଡି ବିଜେ । ଧାଡ଼ି ପହଣ୍ଡିରେ ଶରଧାବାଲିରେ ଗହଳି ଲଗେଇ ରଥରେ ବିଜେ କରିଛନ୍ତି ଦାରୁବ୍ରହ୍ମ ।

ଆହୁରି ପଢ଼ନ୍ତୁ: ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

ଦିବ୍ୟ ଟାହିଆରେ ଝୁଲିଝୁଲି ରଥାରୂଢ଼ ହୋଇଛନ୍ତି ମହାପ୍ରଭୁ । ବାହୁଡ଼ା ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ୧୮୦ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ଆଇନ ଶୃଙ୍ଖଳା, ଟ୍ରାଫିକ ଓ ଶୃଙ୍ଖଳିତ ରଥଟଣା ଉପରେ ଫୋକସ କରାଯାଇଛି । ସ୍ବତନ୍ତ୍ର ଟ୍ରାଫିକ ମୋବିଲିଟି ପ୍ଲାନ୍ ଆପଣାଯାଇଛି । ଜରୁରୀକାଳୀନ ସେବା ପାଇଁ ଗ୍ରୀନ୍ କରିଡର ବ୍ୟବସ୍ଥା ହୋଇଛି । ସୁନାବେଶରେ ମଧ୍ୟ ଭକ୍ତଙ୍କ ସମାଗମକୁ ଲକ୍ଷ୍ୟ ରଖି ସ୍ୱତନ୍ତ୍ର ବ୍ୟାରିକେଡ୍ ଆଦିର ବ୍ୟବସ୍ଥା କରାଯିବ ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର