ଆଜି ଠାରୁ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି

The Sakala Picture
Published On

ପୁରୀ: ଆଜି ଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଥିବା ବେଳେ ଏହି ନୀତି ଦୀର୍ଘ ଏକ ମାସ ଧରି ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ। ଏହି ଏକ ମାସ ମା ମହାଲକ୍ଷ୍ମୀ ବାପ ଘରକୁ ଯିବାର ବିଧି ପରମ୍ପରା ଥିବାରୁ ମାସକ ପର୍ଯ୍ୟନ୍ତ ମାତା ଯଶୋଦା ପହିଲି ଭୋଗରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସକାଳୁ ସକାଳୁ ସୁସ୍ୱାଦୁ ବ୍ୟଞ୍ଜନ ପ୍ରସ୍ତୁତ […]

ପୁରୀ: ଆଜି ଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଥିବା ବେଳେ ଏହି ନୀତି ଦୀର୍ଘ ଏକ ମାସ ଧରି ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ। ଏହି ଏକ ମାସ ମା ମହାଲକ୍ଷ୍ମୀ ବାପ ଘରକୁ ଯିବାର ବିଧି ପରମ୍ପରା ଥିବାରୁ ମାସକ ପର୍ଯ୍ୟନ୍ତ ମାତା ଯଶୋଦା ପହିଲି ଭୋଗରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସକାଳୁ ସକାଳୁ ସୁସ୍ୱାଦୁ ବ୍ୟଞ୍ଜନ ପ୍ରସ୍ତୁତ କରିଛନ୍ତି।

ପହିଲି ଭୋଗରେ ମହାପ୍ରଭୁଙ୍କ ପାଇଁ ବିଭିନ୍ନ ବ୍ୟଞ୍ଜନ ତଥା ବଡ ଝିଲି, ଦରସୁଆ ବଡ଼ି, ଦରସୁଆ ଝିଲି, ବଡବଡା, କାକେରା, ଅମାଲୁ, ନଳୀ, ଏଣ୍ଡୁରି, ମୁଗେଇ, ଚଢେଇ ନଦା , ଲଡ଼ୁ, ଗଜା, ଗଇଁଠା, ମଣ୍ଡା ଓ ଖଇର ଚୁଳ ଭଳି ବିଭିନ୍ନ ପ୍ରକାର ବ୍ୟଞ୍ଜନ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରସ୍ତୁତ କରି ଲାଗି କରାଯାଇଛି। ପ୍ରତିଦିନ ସୂର୍ଯ୍ୟ ଉଦୟ ପୂର୍ବରୁ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ଓ ଅବକାଶ ନିତୀ ବଢିବା ପରେ ପହିଲି ଭୋଗ ଲାଗି କରାଯାଏ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର