ଆଜି ଧନୁ ସଂକ୍ରାନ୍ତି: ଶ୍ରୀମନ୍ଦିରରେ ଆରମ୍ଭ ହେଲା ପହିଲି ଭୋଗ ନୀତି

The Sakala Picture
Published On

ପୁରୀ: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଶନିବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି । ଏହି ନୀତି ଦୀର୍ଘ ଏକ ମାସ ଧରି ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ । ଏକ ମାସ ମା’ ମହାଲକ୍ଷ୍ମୀ ବାପ ଘରକୁ ଯିବାର ବିଧି ପରମ୍ପରା ଥିବାରୁ ମାସକ ପର୍ଯ୍ୟନ୍ତ ମାତା ଯଶୋଦା ପହିଲି ଭୋଗରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସକାଳୁ ସକାଳୁ […]

ପୁରୀ: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଶନିବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି । ଏହି ନୀତି ଦୀର୍ଘ ଏକ ମାସ ଧରି ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ । ଏକ ମାସ ମା’ ମହାଲକ୍ଷ୍ମୀ ବାପ ଘରକୁ ଯିବାର ବିଧି ପରମ୍ପରା ଥିବାରୁ ମାସକ ପର୍ଯ୍ୟନ୍ତ ମାତା ଯଶୋଦା ପହିଲି ଭୋଗରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସକାଳୁ ସକାଳୁ ସୁସ୍ବାଦୁ ବ୍ୟଞ୍ଜନ ପ୍ରସ୍ତୁତ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପହିଲି ଭୋଗରେ ମହାପ୍ରଭୁଙ୍କ ପାଇଁ ବିଭିନ୍ନ ବ୍ୟଞ୍ଜନ ତଥା ବଡ ଝିଲି, ଦରସୁଆ ବଡ଼ି, ଦରସୁଆ ଝିଲି, ବଡ଼ବଡା, କାକେରା, ଅମାଲୁ, ନଳୀ, ଏଣ୍ଡୁରି, ମୁଗେଇ, ଚଢ଼େଇ ନଦା, ଲଡ଼ୁ, ଗଜା, ଗଇଁଠା, ମଣ୍ଡା ଓ ଖଇର ଚୁଳ ଭଳି ଖାଦ୍ୟ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରସ୍ତୁତ କରି ଲାଗି କରାଯାଇଛି । ପ୍ରତିଦିନ ସୂର୍ଯ୍ୟ ଉଦୟ ପୂର୍ବରୁ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ଓ ଅବକାଶ ନୀତି ବଢିବା ପରେ ପହିଲି ଭୋଗ ଲାଗି କରାଯାଏ ।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ରଘୁବୀର ଘାଟରେ ପୁଣି ଭୂସ୍ଖଳନ: ରତ୍ନଗିରି-ସାତାରା ରାସ୍ତା ବନ୍ଦ, ଫସିଲା ଯାତ୍ରୀବାହୀ ବସ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର