କାଲି ମହାପ୍ରଭୁଙ୍କ ପଇତାଲାଗି, ୫ ଘଣ୍ଟା ଶ୍ରୀମନ୍ଦିରରେ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ : ବୈଶାଖ କୃଷ୍ଣ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ସରିବା ପରେ ଦଇତାପତି ସେବକମାନେ ଏହି ନୀତି ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ। ଏହି ନୀତି ସମ୍ପନ୍ନ ପରେ ଠାକୁରମାନଙ୍କର ମହାସ୍ନାନ କରାଯିବ। ପଇତାଲାଗି ନୀତି ପାଇଁ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ୫ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ […]

ପୁରୀ : ବୈଶାଖ କୃଷ୍ଣ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ସରିବା ପରେ ଦଇତାପତି ସେବକମାନେ ଏହି ନୀତି ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ। ଏହି ନୀତି ସମ୍ପନ୍ନ ପରେ ଠାକୁରମାନଙ୍କର ମହାସ୍ନାନ କରାଯିବ। ପଇତାଲାଗି ନୀତି ପାଇଁ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ୫ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଏହିପଇତା ଲାଗି ସେବା ଦଇତାପତି ସେବକମାନଙ୍କର ଏକ ଗୋଷ୍ଟୀ ଗତ ସେବା ଅଟେ । ଶ୍ରୀଜୀଉମାନଙ୍କଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ପାଇଁ ମହାପ୍ରଭୁର ପଇତା ଲାଗି କରାଯାଇଥାଏ ।ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟର ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଥାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି। ପଇତା ବୋଳି ସାରି ପାଟରା ସେବକ ସେହି ଦିନ ଦେଉଳ କାରଣଙ୍କୁ ଯୋଗାଇଥାନ୍ତି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ପଇତାଲାଗି ନୀତି ସମୟରେ ସାଧାରଣ ଦର୍ଶନ ବନ୍ଦ ରହେ।

About The Author: The Sakala