ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Madhusudan Das Picture
Published On

ପୁରୀ: ଚୈତ୍ର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ବୁଧବାର ଅର୍ଥାତ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। 

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ‘ବନକଲାଗି ନୀତି’ କୁହାଯାଏ । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ । ମହାପ୍ରଭୁଙ୍କ ଲାଗି ଉଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତି ପାଇଁ ଭିତରବେଢାର ଉତ୍ତର ପାର୍ଶ୍ବରେ ଏକ ବିଶେଷ କୋଠରୀ ମଧ୍ୟ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ଧରି ଶ୍ରୀମନ୍ଦିରର ସମସ୍ତ ଚାରି ଦ୍ବାର ସମ୍ପୂର୍ଣ୍ଣ ବନ୍ଦ ରହେ ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର