ଆସୁଛି ନୂଆବର୍ଷ; ବଡ଼ଦାଣ୍ଡରେ ଭିଡ଼ ନିୟନ୍ତ୍ରଣ ଏବଂ ଶୃଙ୍ଖଳିତ ଜଗା ଦର୍ଶନ ପାଇଁ ପୁରୀ ପ୍ରଶାସନର ବ୍ୟାପକ ବ୍ୟବସ୍ଥା

The Sakala Picture
Published On

ପୁରୀ: ଆଗକୁ ଆସୁଛି ନୂଆବର୍ଷ । ଏଥିପାଇଁ ପୁରୀ ବଡ଼ ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ବଡ଼ ଦାଣ୍ଡରେ ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ମାର୍କେଟ ଛକରୁ ସିଂହଦ୍ୱାର ପର୍ଯ୍ୟନ୍ତ ନୋ ଭେଣ୍ଡିଂ ଜୋନ୍ ଘୋଷିତ ହୋଇଛି । ଡିସେମ୍ବର ୩୧ ଓ ଜାନୁଆରୀ ୧ ତାରିଖ ପାଇଁ ଜାରି ରହିବ କଟକଣା । ତାଳବଣିଆ, ଷ୍ଟାର୍ଲିଂ ନିକଟ […]

ପୁରୀ: ଆଗକୁ ଆସୁଛି ନୂଆବର୍ଷ । ଏଥିପାଇଁ ପୁରୀ ବଡ଼ ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ବଡ଼ ଦାଣ୍ଡରେ ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ମାର୍କେଟ ଛକରୁ ସିଂହଦ୍ୱାର ପର୍ଯ୍ୟନ୍ତ ନୋ ଭେଣ୍ଡିଂ ଜୋନ୍ ଘୋଷିତ ହୋଇଛି । ଡିସେମ୍ବର ୩୧ ଓ ଜାନୁଆରୀ ୧ ତାରିଖ ପାଇଁ ଜାରି ରହିବ କଟକଣା । ତାଳବଣିଆ, ଷ୍ଟାର୍ଲିଂ ନିକଟ ଓ ଜଗନ୍ନାଥ ବଲ୍ଲଭରେ କାର୍ ପାର୍କିଂ କରାଯିବ । ବଡ଼ଶଙ୍ଖଠାରୁ ଶରଧା ବାଲି ଯାଏଁ ଦୁଇ ଚକିଆ ଗାଡ଼ି ପାର୍କିଂ ବ୍ୟବସ୍ଥା ହୋଇଛି ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଦୁଷ୍କର୍ମ ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ବାନ୍ଧିଲା ମହିଳା ଥାନା ପୋଲିସ

ଆସନ୍ତାକାଲି ଓ ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ଏହାକୁ ନଜରରେ ରଖି ଦୁଇଦିନ ପୁରୀ ବଡ଼ଦାଣ୍ଡରେ ବନ୍ଦ ରହିବ ସମସ୍ତ ଦୋକାନ । ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ସ୍କୁଲ ପିଲାଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯାଇଛି। ଶୃଙ୍ଖଳିତ ନୀତି, ଜନଗହଳି ନିୟନ୍ତ୍ରଣ, ଭକ୍ତଙ୍କ ବିଶ୍ରାମ, ପାନୀୟ ଜଳ ଯୋଗାଣ ପାଇଁ ହୋଇଛି ବ୍ୟବସ୍ଥା | ଏନେଇ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି: ୩ପାୱାର ବୋଟ୍‌ ସହ ୮୪ ଅସ୍ଥାୟୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ, ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର