ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ, ନଗର ପରିକ୍ରମା କରିବେ ଚକ୍ରରାଜ ସୁଦର୍ଶନ

The Sakala Picture
Published On

ପୁରୀ: ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ । ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିକୁ ରାଧାଷ୍ଟମୀ ଭାବେ ପାଳନ କରାଯାଇଥାଏ। ଏହି ତିଥି ଶ୍ରୀକୃଷ୍ଣଙ୍କ ଜନ୍ମ ବା ଜନ୍ମାଷ୍ଟମୀର ୧୫ ଦିନ ପରେ ଆସିଥାଏ। ଶ୍ରୀକୃଷ୍ଣଙ୍କର ଜନ୍ମତିଥିକୁ ଯେପରି “ଜନ୍ମାଷ୍ଟମୀ” ଭାବେ ପାଳନ କରାଯାଇଥାଏ, ଶ୍ରୀରାଧାଙ୍କର ଜନ୍ମତିଥିକୁ ସେହିପରି “ରାଧାଷ୍ଟମୀ” ଭାବରେ ପାଳନ କରାଯାଇଥାଏ। ଏହି ଅବସରରେ ଚକ୍ରରାଜ ସୁଦର୍ଶନଙ୍କ ଚଳନ୍ତି ପ୍ରତିମା ନଗର ପରିକ୍ରମା କରିବେ । ଆଜି ଅପରାହ୍ନରେ ସୁଦର୍ଶନ ମହାପ୍ରଭୁ ଶ୍ରୀମନ୍ଦିର ବେଢା ପରିକ୍ରମା […]

ପୁରୀ: ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ । ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିକୁ ରାଧାଷ୍ଟମୀ ଭାବେ ପାଳନ କରାଯାଇଥାଏ। ଏହି ତିଥି ଶ୍ରୀକୃଷ୍ଣଙ୍କ ଜନ୍ମ ବା ଜନ୍ମାଷ୍ଟମୀର ୧୫ ଦିନ ପରେ ଆସିଥାଏ। ଶ୍ରୀକୃଷ୍ଣଙ୍କର ଜନ୍ମତିଥିକୁ ଯେପରି “ଜନ୍ମାଷ୍ଟମୀ” ଭାବେ ପାଳନ କରାଯାଇଥାଏ, ଶ୍ରୀରାଧାଙ୍କର ଜନ୍ମତିଥିକୁ ସେହିପରି “ରାଧାଷ୍ଟମୀ” ଭାବରେ ପାଳନ କରାଯାଇଥାଏ। ଏହି ଅବସରରେ ଚକ୍ରରାଜ ସୁଦର୍ଶନଙ୍କ ଚଳନ୍ତି ପ୍ରତିମା ନଗର ପରିକ୍ରମା କରିବେ । ଆଜି ଅପରାହ୍ନରେ ସୁଦର୍ଶନ ମହାପ୍ରଭୁ ଶ୍ରୀମନ୍ଦିର ବେଢା ପରିକ୍ରମା କରିବା ପରେ ନଗର ପରିକ୍ରମା ଓ ପନ୍ତି ଭୋଗ ଖାଇଥାନ୍ତି।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

ଏହାପରେ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ଓ ହିସାବ ରକ୍ଷକ ଭାବେ ପରିଚିତ ଗୌଡ଼ବାଡ଼ ସାହିରେ ଥିବା ଜମ୍ବେଶ୍ୱର ମହାଦେବ ମନ୍ଦିରକୁ ବିଜେ କରିବେ । ସେଠାରେ ଶୀତଳ ଭୋଗ ଓ ପ୍ରସାଦ ଲାଗି ନିତି ଅନୁଷ୍ଠିତ ହେବ । ଜମ୍ବେଶ୍ୱରଙ୍କ ପକ୍ଷରୁ ଜଣେ ପୂଜାପଣ୍ଡା ସାମନ୍ତ ଶ୍ରୀମନ୍ଦିରର ବାର୍ଷିକ ଆୟବ୍ୟୟ ହିସାବ ସୁଦର୍ଶନଙ୍କ ସମୁଖରେ ପଢି ନିତି ସମ୍ପର୍ଣ କରିବେ | ସୁଦର୍ଶନ ମହାପ୍ରଭୁ ଜମ୍ବେଶ୍ୱରଙ୍କ ଠାରୁ ଆୟବ୍ୟୟ ହିସାବ ଆଣିବା ପରେ ସେଠାରୁ ଶ୍ରୀମନ୍ଦିର ପ୍ରତ୍ୟାବର୍ତନ କରିବେ ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର