ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସମ୍ମୁଖରେ ତିନି ରଥ

ପୁରୀ: ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସମ୍ମୁଖକୁ ୩ ରଥକୁ ଟଣାଯାଇଛି।  ପ୍ରଥମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ, ପରେ ଦେବୀ ସୁଭଦ୍ରାଙ୍କ ଦେବ ଦଳନ ରଥ ଓ ଶେଷରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଟଣା ଯାଇ ସିଂହଦ୍ୱାର ସମ୍ମୁଖକୁ ନିଆଯାଇଛି। । କୋଭିଡ୍ କଟକଣା ମଧ୍ୟରେ ସେବାୟତମାନେ ରଥ ଟାଣିିଥିଲେ। ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଆଜି ପରମ୍ପରା ଅନୁସାରେ ସକାଳ ଧୂପ ନୀତି ପରେ ମହାପ୍ରଭୁଙ୍କ ନିକଟରୁ ଆଜ୍ଞା ମାଳ ରଥ ଖଳାକୁ […]

ପୁରୀ: ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସମ୍ମୁଖକୁ ୩ ରଥକୁ ଟଣାଯାଇଛି।  ପ୍ରଥମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ, ପରେ ଦେବୀ ସୁଭଦ୍ରାଙ୍କ ଦେବ ଦଳନ ରଥ ଓ ଶେଷରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଟଣା ଯାଇ ସିଂହଦ୍ୱାର ସମ୍ମୁଖକୁ ନିଆଯାଇଛି। । କୋଭିଡ୍ କଟକଣା ମଧ୍ୟରେ ସେବାୟତମାନେ ରଥ ଟାଣିିଥିଲେ।

ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଆଜି ପରମ୍ପରା ଅନୁସାରେ ସକାଳ ଧୂପ ନୀତି ପରେ ମହାପ୍ରଭୁଙ୍କ ନିକଟରୁ ଆଜ୍ଞା ମାଳ ରଥ ଖଳାକୁ ବିଜେ ହୋଇଛି। ତିନି ବାଡ଼ରେ ପୂଜାପଣ୍ଡା ସେବକ ମାନେ ଏହି ଆଜ୍ଞା ମାଳ ବିଜେ କରାଇଛନ୍ତି। ଆଜ୍ଞାମାଳ ବିଜେ ପରେ ତିନି ରଥକୁ ସିଂହଦ୍ୱାର ସମ୍ମୁଖରେ ରଖାଯାଇଛି।

ରଥଯାତ୍ରା ବେଳେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୁରୀ ସହରକୁ ୧୨ଟି ଜୋନରେ ବିଭକ୍ତ କରାଯାଇଛି । ୬୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ୧୦ ଜଣ ଅତିରିକ୍ତ ଏସପି, ୨୧ଜଣ ଡିଏସପି, ୬୪ ଜଣ ଇନସପେକ୍ଟର, ୨୨୨ ଏଏସ୍ଆଇ ଏବଂ ଏସ୍ଆଇଙ୍କୁ ଦାୟିତ୍ୱ ଦିଆଯାଇଛି। ଆଜି ରାତି ୮ଟାରୁ ମଙ୍ଗଳବାର ରାତି ୮ଟା ପର୍ୟ୍ୟନ୍ତ ପୁରୀରେ କର୍ଫ୍ୟୁ ଲାଗୁ ହେବ।

About The Author: The Sakala