ରଥଯାତ୍ରା ନେଇ ବଡ଼ ନିଷ୍ପତ୍ତି: ବିନା ଭକ୍ତରେ କେବଳ ପୁରୀରେ ହେବ ରଥଯାତ୍ରା

The Sakala Picture
Published On

ଭୁବନେଶ୍ୱର: ରଥଯାତ୍ରା ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ପୂର୍ବ ବର୍ଷ ଭଳି ଏଥର ମଧ୍ୟ କେବଳ ପୁରୀରେ ହେବ ରଥଯାତ୍ରା । ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିନା ଭକ୍ତରେ ହେବ ରଥଯାତ୍ରା  ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା  ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି । ଏସ୍ଆର୍‌ସିଙ୍କ ସୂଚନା ଅନୁଯାୟୀ, ପୁରୀ ଛଡ଼ା ଓଡିଶା ଅନ୍ୟ କୌଣସି ସ୍ଥାନରେ ରଥ ଟଣା ହେବ ନାହିଁ । ଅନ୍ୟ […]

ଭୁବନେଶ୍ୱର: ରଥଯାତ୍ରା ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ପୂର୍ବ ବର୍ଷ ଭଳି ଏଥର ମଧ୍ୟ କେବଳ ପୁରୀରେ ହେବ ରଥଯାତ୍ରା । ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିନା ଭକ୍ତରେ ହେବ ରଥଯାତ୍ରା  ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା  ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ 'ରାହୁରେଖା ଲାଗି' ନୀତି, ସାଢ଼େ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଏସ୍ଆର୍‌ସିଙ୍କ ସୂଚନା ଅନୁଯାୟୀ, ପୁରୀ ଛଡ଼ା ଓଡିଶା ଅନ୍ୟ କୌଣସି ସ୍ଥାନରେ ରଥ ଟଣା ହେବ ନାହିଁ । ଅନ୍ୟ ସ୍ଥାନରେ କେବଳ ମନ୍ଦିର ପରିସରରେ ହେବ ନୀତିକାନ୍ତି । ପୁରୀରେ କୋଭିଡ଼ ଗାଇଡ଼ଲାଇନ୍‌ ଅନୁସାରେ ରଥ ଯାତ୍ରା ହେବ। କେବଳ ସେବାୟତ ଓ ସୁରକ୍ଷକର୍ମାମାନେ ରଥ ଟାଣିବେ। ସମସ୍ତଙ୍କର କୋଭିଡ଼ ଟେଷ୍ଟ କରାଯିବ। ଯଦି ରିପୋର୍ଟ ପଜିଟିଭ୍‌ ଆସିଲେ, ତେବେ ସେମାନଙ୍କୁ ରଥ ଟାଣିବା ପାଇଁ ଅନୁମତି ଦିଆଯିବନାହିଁ । କେବଳ ନେଗେଟିଭ୍‌ ରିପୋର୍ଟ ଥିବା ସେବାୟତ ଓ ସୁରକ୍ଷାକର୍ମୀଙ୍କୁ ଅନୁମତି ଦିଆଯିବ। ନଚେତ ଦୁଇ ଡୋଜ୍‌ ଟିକା ନେଇଥିବେ। ରଥଯାତ୍ରା ସମୟରେ ପୁରୀରେ ଲାଗିବ କର୍ଫ୍ୟୁ, ବାହାର ଲୋକଙ୍କୁ ପୁରୀ ମନା। ପୁରୀକୁ ଟ୍ରେନ୍‌ ସମେତ ଅନ୍ୟ ଯାନକୁ ପ୍ରବେଶକୁ ବାରଣ କରାଯଇଛି।  ଏବର୍ଷ ମଧ୍ୟ ରଥରେ ୫୦୦ରୁ ଅଧିକ ଲୋକ ରହିବେ ନାହିଁ ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ହେବେ ମହାପ୍ରଭୁ, ସାଢେ଼ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଗତବର୍ଷ ଭଳି ଚଳି ଥର ମଧ୍ୟ ଯାତାୟାତ କଟକଣା ରହିବ ଏବଂ କର୍ଫ୍ୟୁ ବେଳେ କେବଳ ଜରୁରୀକାଳୀନ ସେବାକୁ ଅନୁମତି ମିଳିବ । ତେବେ ଜରୁରୀ କାଳୀନ ପରିସ୍ଥିତିରେ ଯାତାୟାତ ଲାଗି ଜିଲ୍ଲା ପ୍ରଶାସନଙ୍କ ଠାରୁ ଅନୁମତି ନେବାକୁ ପଡିବ ।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର