ମହାପ୍ରଭୁଙ୍କୁ ଲାଗି ହେଲା ସପ୍ତପୁରୀ ଭୋଗ

The Sakala Picture
Published On

ପୁରୀ: ଆଜି ସପ୍ତପୁରୀ ଅମାବାସ୍ୟା । ଭାଦ୍ରବ ମାସ ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁହାଯାଏ । ଏହି ଅମାବାସ୍ୟା ତିଥିରେ ମହାପ୍ରଭୁଙ୍କୁ ସପ୍ତପୁରୀ ଭୋଗ ଲାଗିଥାଏ । ଠାକୁରଙ୍କ ଅବକାଶ ନିତି ସରିବା ପରେ ଠାକୁରଙ୍କୁ ବେଶ କରାଯାଇଥିଲା । ଗମ୍ଭୀରାରେ ପାଣି ପଡ଼ି ଟେରା ବନ୍ଧାଯିବା ପରେ ସକାଳ ଧୂପ ସହ ସାତପୁରୀ ଭୋଗ ରୋଷ ଘରୁ ଆସିବା ପରେ ପୂଜାପଣ୍ଡା ଷୋଡଶ ଉପଚାରରେ ପୂଜା କରିଥିଲେ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବିଶେଷ ପୂଜାନୀତି ସହ ସନ୍ଧ୍ୟାଧୂପ […]

ପୁରୀ: ଆଜି ସପ୍ତପୁରୀ ଅମାବାସ୍ୟା । ଭାଦ୍ରବ ମାସ ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁହାଯାଏ । ଏହି ଅମାବାସ୍ୟା ତିଥିରେ ମହାପ୍ରଭୁଙ୍କୁ ସପ୍ତପୁରୀ ଭୋଗ ଲାଗିଥାଏ । ଠାକୁରଙ୍କ ଅବକାଶ ନିତି ସରିବା ପରେ ଠାକୁରଙ୍କୁ ବେଶ କରାଯାଇଥିଲା । ଗମ୍ଭୀରାରେ ପାଣି ପଡ଼ି ଟେରା ବନ୍ଧାଯିବା ପରେ ସକାଳ ଧୂପ ସହ ସାତପୁରୀ ଭୋଗ ରୋଷ ଘରୁ ଆସିବା ପରେ ପୂଜାପଣ୍ଡା ଷୋଡଶ ଉପଚାରରେ ପୂଜା କରିଥିଲେ।

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବିଶେଷ ପୂଜାନୀତି ସହ ସନ୍ଧ୍ୟାଧୂପ ପରେ ବସ୍ତ୍ରହରଣ ପ୍ରସ୍ତାବ ସହ ମହାପ୍ରଭୁଙ୍କ ବିଜେ ପ୍ରତିମା ଶ୍ରୀନାରାୟଣ ସାଗର ବିଜେ କରିବେ। ଗତ ସୋମବାର ଅଠର ନଳା ନିକଟସ୍ଥ ମା’ ଆଲାମଚଣ୍ଡୀ ମନ୍ଦିରରୁ ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ଼ ଶ୍ରୀମନ୍ଦିରରେ ପହଞ୍ଚି ଚତୁର୍ପାଶ୍ୱ ବୁଲି ତାଡଗୁଡିକୁ ରୋଷ ବେହେରଣରେ ରଖାଯାଇଥିଲା । ସୋମବାର ସଧ୍ଯା ଧୂପ ସରିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଏକ ପଟୁଆରରେ ଶ୍ରୀମନ୍ଦିର ବାହାରେ ଥିବା ଦକ୍ଷିଣକାଳୀଙ୍କ ମନ୍ଦିରକୁ ଯାଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର