ସୁସ୍ଥ ହେବେ ମହାପ୍ରଭୁ: ଏକାଦଶୀରେ ଶ୍ରୀଜିଉଙ୍କୁ ଲାଗି ହେବ ଦଶମୂଳ ମୋଦକ

The Sakala Picture
Published On

ପୁରୀ: ଅଣସର ଘରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତସେବା। ଦଇତାପତିମାନେ ଠାକୁରଙ୍କ ସେବା କରୁଛନ୍ତି। ମଙ୍ଗଳବାର ଏକାଦଶୀରେ ମହାପ୍ରଭୁ ଲାଗି ହେବେ ଦଶମୂଳ। ଜ୍ୱରରେ ପୀଡ଼ିତ ଦାରୁବିଗ୍ରହମାନେ ଏହି ଦଶମୂଳ ମୋଦକ ଲାଗି ହେଲେ ସୁସ୍ଥ ହୋଇଥା’ନ୍ତି। ତେଣୁ ଶ୍ରୀମନ୍ଦିରର ବୈଦ୍ୟ ସେବକମାନେ ମହାପ୍ରଭୁଙ୍କ ପାଇଁ ଦଶମୂଳ ମୋଦକ ପ୍ରସ୍ତୁତ କରି ସୋମବାର ମନ୍ଦିର ଗାରଦରେ ଦାଖଲ କରିଛନ୍ତି। ଆୟୁର୍ବେଦିକ ପଦ୍ଧତି ଓ ଶାସ୍ତ୍ର ଅନୁସାରେ, ମହାପ୍ରଭୁଙ୍କ ନିମନ୍ତେ ଦଶମୂଳ ମୋଦକ ପ୍ରସ୍ତୁତ ହୋଇଥାଏ। ବୈଦ୍ୟ ସେବକଙ୍କ ସୂଚନା […]

ପୁରୀ: ଅଣସର ଘରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତସେବା। ଦଇତାପତିମାନେ ଠାକୁରଙ୍କ ସେବା କରୁଛନ୍ତି। ମଙ୍ଗଳବାର ଏକାଦଶୀରେ ମହାପ୍ରଭୁ ଲାଗି ହେବେ ଦଶମୂଳ। ଜ୍ୱରରେ ପୀଡ଼ିତ ଦାରୁବିଗ୍ରହମାନେ ଏହି ଦଶମୂଳ ମୋଦକ ଲାଗି ହେଲେ ସୁସ୍ଥ ହୋଇଥା’ନ୍ତି। ତେଣୁ ଶ୍ରୀମନ୍ଦିରର ବୈଦ୍ୟ ସେବକମାନେ ମହାପ୍ରଭୁଙ୍କ ପାଇଁ ଦଶମୂଳ ମୋଦକ ପ୍ରସ୍ତୁତ କରି ସୋମବାର ମନ୍ଦିର ଗାରଦରେ ଦାଖଲ କରିଛନ୍ତି।

ଆହୁରି ପଢ଼ନ୍ତୁ: ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ: ଆଜି ହେବ ତିନି ରଥର ଦକ୍ଷିଣ ମୋଡ଼

ଆୟୁର୍ବେଦିକ ପଦ୍ଧତି ଓ ଶାସ୍ତ୍ର ଅନୁସାରେ, ମହାପ୍ରଭୁଙ୍କ ନିମନ୍ତେ ଦଶମୂଳ ମୋଦକ ପ୍ରସ୍ତୁତ ହୋଇଥାଏ। ବୈଦ୍ୟ ସେବକଙ୍କ ସୂଚନା ମୁତାବକ, ଦଶମୂଳ ହେଉଛି ମହାପ୍ରଭୁଙ୍କ ଔଷଧ। ଏକମାସ ପୂର୍ବରୁ ଏହାକୁ ସଂଗ୍ରହ କରିବାକୁ ପଡ଼ିଥାଏ। ସ୍ନାନପୂର୍ଣ୍ଣିମା ପରେ ଦଶମୂଳ ଯଥା ଗମ୍ଭାରୀ, ଫଣଫଣା, ଶାଳପନ୍ନି, କୃଷ୍ଣପନ୍ନି, ଅଗବଥୁ, ଲବିଂ କୋଳି, ବେଲ, ଅଙ୍କରାନ୍ତି, ଗୋଖରା ଏବଂ ନବାଙ୍କୁରୀକୁ ଶୁଖାଯାଇଥାଏ। ଭଲ ଭାବେ ଶୁଖିଗଲା ପରେ ଏହାକୁ ହେମଦସ୍ତାରେ କୁଟି ଗୁଣ୍ଡ କରାଯାଏ। ଏହି ଗୁଣ୍ଡକୁ ଗାମୁଛାରେ ଛଣାଯାଏ। ନୂଆ କାଠଚୁଲିରେ କଡ଼େଇ ବସାଯାଇ ଖୁଆ, ସର୍କରା, ସର, ମହୁ, ଘିଅ ଓ ଅଳ୍ପ ଭାଙ୍ଗ ଇତ୍ୟାଦି ପକାଯାଇ ଦଶମୂଳକୁ ପାଗ କରାଯାଏ। ପାଗ ପରେ ତାହାକୁ କଦଳୀପତ୍ର ଉପରେ ରଖି ଥଣ୍ଡା କରାଯାଏ। ଥଣ୍ଡା ହେଲା ପରେ ଗୋଲାକାର ମୋଦକ ପ୍ରସ୍ତୁତ ହୁଏ। ତିନୋଟି କୁଡ଼ୁଆରେ ଦଶମୂଳ ମୋଦକକୁ ରଖି ଏହା ଉପରେ କର୍ପୂର ପକାଇ ତାଳପତ୍ର ଭୋଗେଇରେ ପ୍ୟାକିଂ କରାଯାଏ। ଦଶମୀ ତିଥିରେ ଶ୍ରୀମନ୍ଦିର ଗାରଦରେ ଏହାକୁ ଦାଖଲ କରାଯାଇଥାଏ। ଏହି ସବୁ କାମ ଶୁଦ୍ଧପୁତ ଭାବେ ଏବଂ ମହାପ୍ରଭୁଙ୍କ ପ୍ରତି ନିଷ୍ଠା ରଖି କରାଯାଏ।

ଆହୁରି ପଢ଼ନ୍ତୁ: ବିଶ୍ୱ ନିୟନ୍ତାଙ୍କ ବାହୁଡ଼ା ଯାତ୍ରା: ଛେରାପହଁରା ନୀତି ସଂପନ୍ନ ପରେ ଆରମ୍ଭ ହେଲା ରଥଟଣା

ଦଇତାପତି ସେବକ ରାମଚନ୍ଦ୍ର ଦାସମହାପାତ୍ର କହିଛନ୍ତି, ମହାପ୍ରଭୁ ମାନବୀୟ ଲୀଳା କରିଥା’ନ୍ତି। ପ୍ରତିବର୍ଷ ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ୧୦୮ ଗଡୁ ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହୁଅନ୍ତି। ଏହା ପରଠାରୁ ଆଷାଢ଼ କୃଷ୍ଣ ଦଶମୀ ଯାଏ ମହାପ୍ରଭୁ ଧଳାବସ୍ତ୍ର ପରିଧାନ କରିଥା’ନ୍ତି। ଠାକୁରଙ୍କୁ ଧଳାପୁଷ୍ପ ଲାଗି ହୋଇଥାଏ। ଆଷାଢ଼ କୃଷ୍ଣ ଏକାଦଶୀରେ ମହାପ୍ରଭୁ ବାରଲାଗି ପାଟ ପରିଧାନ କରିବେ। ଶ୍ରୀବିଗ୍ରହଙ୍କୁ ତୁଳସୀ ଲାଗି ହେବ। ଏହାପରେ ଜ୍ୱରରୁ ଉପଶମ ପାଇଁ ଦାରୁବିଗ୍ରହଙ୍କୁ ଦଶମୂଳ ଲାଗି କରାଯିବ।

ଆହୁରି ପଢ଼ନ୍ତୁ: ଆଉ ନାହାନ୍ତି ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ, ୫୩ ବର୍ଷ ବୟସରେ ପରଲୋକ

02 Jul 2024 By The Sakala

ସୁସ୍ଥ ହେବେ ମହାପ୍ରଭୁ: ଏକାଦଶୀରେ ଶ୍ରୀଜିଉଙ୍କୁ ଲାଗି ହେବ ଦଶମୂଳ ମୋଦକ

ପୁରୀ: ଅଣସର ଘରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତସେବା। ଦଇତାପତିମାନେ ଠାକୁରଙ୍କ ସେବା କରୁଛନ୍ତି। ମଙ୍ଗଳବାର ଏକାଦଶୀରେ ମହାପ୍ରଭୁ ଲାଗି ହେବେ ଦଶମୂଳ। ଜ୍ୱରରେ ପୀଡ଼ିତ ଦାରୁବିଗ୍ରହମାନେ ଏହି ଦଶମୂଳ ମୋଦକ ଲାଗି ହେଲେ ସୁସ୍ଥ ହୋଇଥା’ନ୍ତି। ତେଣୁ ଶ୍ରୀମନ୍ଦିରର ବୈଦ୍ୟ ସେବକମାନେ ମହାପ୍ରଭୁଙ୍କ ପାଇଁ ଦଶମୂଳ ମୋଦକ ପ୍ରସ୍ତୁତ କରି ସୋମବାର ମନ୍ଦିର ଗାରଦରେ ଦାଖଲ କରିଛନ୍ତି।

ଆୟୁର୍ବେଦିକ ପଦ୍ଧତି ଓ ଶାସ୍ତ୍ର ଅନୁସାରେ, ମହାପ୍ରଭୁଙ୍କ ନିମନ୍ତେ ଦଶମୂଳ ମୋଦକ ପ୍ରସ୍ତୁତ ହୋଇଥାଏ। ବୈଦ୍ୟ ସେବକଙ୍କ ସୂଚନା ମୁତାବକ, ଦଶମୂଳ ହେଉଛି ମହାପ୍ରଭୁଙ୍କ ଔଷଧ। ଏକମାସ ପୂର୍ବରୁ ଏହାକୁ ସଂଗ୍ରହ କରିବାକୁ ପଡ଼ିଥାଏ। ସ୍ନାନପୂର୍ଣ୍ଣିମା ପରେ ଦଶମୂଳ ଯଥା ଗମ୍ଭାରୀ, ଫଣଫଣା, ଶାଳପନ୍ନି, କୃଷ୍ଣପନ୍ନି, ଅଗବଥୁ, ଲବିଂ କୋଳି, ବେଲ, ଅଙ୍କରାନ୍ତି, ଗୋଖରା ଏବଂ ନବାଙ୍କୁରୀକୁ ଶୁଖାଯାଇଥାଏ। ଭଲ ଭାବେ ଶୁଖିଗଲା ପରେ ଏହାକୁ ହେମଦସ୍ତାରେ କୁଟି ଗୁଣ୍ଡ କରାଯାଏ। ଏହି ଗୁଣ୍ଡକୁ ଗାମୁଛାରେ ଛଣାଯାଏ। ନୂଆ କାଠଚୁଲିରେ କଡ଼େଇ ବସାଯାଇ ଖୁଆ, ସର୍କରା, ସର, ମହୁ, ଘିଅ ଓ ଅଳ୍ପ ଭାଙ୍ଗ ଇତ୍ୟାଦି ପକାଯାଇ ଦଶମୂଳକୁ ପାଗ କରାଯାଏ। ପାଗ ପରେ ତାହାକୁ କଦଳୀପତ୍ର ଉପରେ ରଖି ଥଣ୍ଡା କରାଯାଏ। ଥଣ୍ଡା ହେଲା ପରେ ଗୋଲାକାର ମୋଦକ ପ୍ରସ୍ତୁତ ହୁଏ। ତିନୋଟି କୁଡ଼ୁଆରେ ଦଶମୂଳ ମୋଦକକୁ ରଖି ଏହା ଉପରେ କର୍ପୂର ପକାଇ ତାଳପତ୍ର ଭୋଗେଇରେ ପ୍ୟାକିଂ କରାଯାଏ। ଦଶମୀ ତିଥିରେ ଶ୍ରୀମନ୍ଦିର ଗାରଦରେ ଏହାକୁ ଦାଖଲ କରାଯାଇଥାଏ। ଏହି ସବୁ କାମ ଶୁଦ୍ଧପୁତ ଭାବେ ଏବଂ ମହାପ୍ରଭୁଙ୍କ ପ୍ରତି ନିଷ୍ଠା ରଖି କରାଯାଏ।

ଦଇତାପତି ସେବକ ରାମଚନ୍ଦ୍ର ଦାସମହାପାତ୍ର କହିଛନ୍ତି, ମହାପ୍ରଭୁ ମାନବୀୟ ଲୀଳା କରିଥା’ନ୍ତି। ପ୍ରତିବର୍ଷ ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ୧୦୮ ଗଡୁ ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହୁଅନ୍ତି। ଏହା ପରଠାରୁ ଆଷାଢ଼ କୃଷ୍ଣ ଦଶମୀ ଯାଏ ମହାପ୍ରଭୁ ଧଳାବସ୍ତ୍ର ପରିଧାନ କରିଥା’ନ୍ତି। ଠାକୁରଙ୍କୁ ଧଳାପୁଷ୍ପ ଲାଗି ହୋଇଥାଏ। ଆଷାଢ଼ କୃଷ୍ଣ ଏକାଦଶୀରେ ମହାପ୍ରଭୁ ବାରଲାଗି ପାଟ ପରିଧାନ କରିବେ। ଶ୍ରୀବିଗ୍ରହଙ୍କୁ ତୁଳସୀ ଲାଗି ହେବ। ଏହାପରେ ଜ୍ୱରରୁ ଉପଶମ ପାଇଁ ଦାରୁବିଗ୍ରହଙ୍କୁ ଦଶମୂଳ ଲାଗି କରାଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର