ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ଗଜଉଦ୍ଧାରଣ ବେଶ

The Sakala Picture
Published On

ପୁରୀ: ଆଜି ପବିତ୍ର ମାଘ ପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହଙ୍କ ଗଜଉଦ୍ଧାରଣ ବେଶ । ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ହେବା ପରେ ସିଂହାରୀ ସେବକଙ୍କ ଦ୍ବାରା ଏହି ବେଶ ଅନୁଷ୍ଠିତ ହେବ । ସନ୍ଧ୍ୟା ଧୂପରେ ମହାପ୍ରଭୁଙ୍କୁ କ୍ଷୀରି ଓ ଅମାଲୁ ଭୋଗ ଅର୍ପଣ କରାଯିବ । ସନ୍ଧ୍ୟା ଧୂପ ଶେଷ ପରେ ସର୍ବସାଧାରଣ ଦର୍ଶନ ବା ସାହାଣମେଳା ଅନୁଷ୍ଠିତ ହେବ । ସାହାଣ ମେଳା ଦର୍ଶନ ପରେ ମହାସ୍ନାନ ହୋଇ ଶ୍ରୀଜିଉ ମାନଙ୍କ […]

ପୁରୀ: ଆଜି ପବିତ୍ର ମାଘ ପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହଙ୍କ ଗଜଉଦ୍ଧାରଣ ବେଶ । ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ହେବା ପରେ ସିଂହାରୀ ସେବକଙ୍କ ଦ୍ବାରା ଏହି ବେଶ ଅନୁଷ୍ଠିତ ହେବ । ସନ୍ଧ୍ୟା ଧୂପରେ ମହାପ୍ରଭୁଙ୍କୁ କ୍ଷୀରି ଓ ଅମାଲୁ ଭୋଗ ଅର୍ପଣ କରାଯିବ । ସନ୍ଧ୍ୟା ଧୂପ ଶେଷ ପରେ ସର୍ବସାଧାରଣ ଦର୍ଶନ ବା ସାହାଣମେଳା ଅନୁଷ୍ଠିତ ହେବ । ସାହାଣ ମେଳା ଦର୍ଶନ ପରେ ମହାସ୍ନାନ ହୋଇ ଶ୍ରୀଜିଉ ମାନଙ୍କ ଅନ୍ୟାନ୍ୟ ନୀତି ସମ୍ପନ୍ନ କରାଯିବ ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଫୋରେନ୍‌ସିକ୍ ଲ୍ୟାବ୍‌ରେ ସୁଇସାଇଡ୍ ନୋଟ୍, ପତ୍ନୀଙ୍କୁ ସନ୍ଦେହ

ଏହି ବେଶରେ ଶ୍ରୀଜଗନ୍ନାଥ ଶଙ୍ଖ, ଚକ୍ର , ଗଦା, ପଦ୍ମ ଧାରଣ କରି ଗରୁଡ ଉପରେ ବସିବା ଭଙ୍ଗୀରେ ରହନ୍ତି ଏବଂ ତାଙ୍କ କୋଳରେ ଲକ୍ଷ୍ମୀ ପ୍ରତିମା ବିରାଜମାନ କରିଥାନ୍ତି । ବଳଭଦ୍ର ମହାପ୍ରଭୂ ଶଙ୍ଖ, ଚକ୍ର, ହଳ, ମୂଷଳ ଧରି ବାସୁଦେ ରୂପରେ ବିରାଜମାନ କରିଥାନ୍ତି । ଓ ସୁଭଦ୍ରା କୃଷ୍ଣଙ୍କ ପରି ପାଦକୁ ଛନ୍ଦି ଏକ ପଦ୍ମ କଢି ଧରି ବିରାଜମାନ ହୋଇଥାନ୍ତି । ସିଂହାସନ ତଳକୁ ହାତୀ କୁମ୍ଭୀର ଓ ଗଜ ଆଦି ରହିଥାନ୍ତି ।

ଆହୁରି ପଢ଼ନ୍ତୁ: ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା: ଜନ୍ମବେଦୀରୁ ଶ୍ରୀମନ୍ଦିର ରତ୍ନସିଂହାସନ ଅଭିମୁଖେ ବାହାରିବେ ଚତୁର୍ଦ୍ଧାମୂରତି

ସୋଲ, ଜରି, ଜମ୍ୱୁରା, କନା, କଇଁଥ ଅଠାରେ କୁଶଳୀ କାରିଗରଙ୍କ ଦ୍ୱାରା ନିର୍ମିତ ବିଭିନ୍ନ ଅଳଙ୍କାର ମାନ ଠାକୁରଙ୍କୁ ଲାଗି ହୋଇଥାଏ ।

ଆହୁରି ପଢ଼ନ୍ତୁ: ଆଜି ରଥ ଉପରେ ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶ: ସୁବର୍ଣ୍ଣ ଅଳଙ୍କାରରେ ଝଟକିବେ ଚତୁର୍ଦ୍ଧାମୂର୍ତ୍ତି

ପୌରାଣିକ କଥା ବସ୍ତୁ ଅନୁଯାୟୀ, ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା । ଗଜରାଜ କ୍ଷତବିକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ ।‌ ଭକ୍ତର ଡାକ ଶୁଣି ଠାକୁର କୁମ୍ଭୀର କବଳରୁ ଗଜରାଜଙ୍କୁ ଉଦ୍ଧାର କରିଥିଲେ । ଏହି କଥାବସ୍ତୁ ଆଧାରରେ ଶହ ଶହ ବର୍ଷ ଧରି ଠାକୁରଙ୍କ ଏହି ଗଜଉଦ୍ଧାରଣ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଆସୁଛି।

24 Feb 2024 By The Sakala

ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ଗଜଉଦ୍ଧାରଣ ବେଶ

ପୁରୀ: ଆଜି ପବିତ୍ର ମାଘ ପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହଙ୍କ ଗଜଉଦ୍ଧାରଣ ବେଶ । ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ହେବା ପରେ ସିଂହାରୀ ସେବକଙ୍କ ଦ୍ବାରା ଏହି ବେଶ ଅନୁଷ୍ଠିତ ହେବ । ସନ୍ଧ୍ୟା ଧୂପରେ ମହାପ୍ରଭୁଙ୍କୁ କ୍ଷୀରି ଓ ଅମାଲୁ ଭୋଗ ଅର୍ପଣ କରାଯିବ । ସନ୍ଧ୍ୟା ଧୂପ ଶେଷ ପରେ ସର୍ବସାଧାରଣ ଦର୍ଶନ ବା ସାହାଣମେଳା ଅନୁଷ୍ଠିତ ହେବ । ସାହାଣ ମେଳା ଦର୍ଶନ ପରେ ମହାସ୍ନାନ ହୋଇ ଶ୍ରୀଜିଉ ମାନଙ୍କ ଅନ୍ୟାନ୍ୟ ନୀତି ସମ୍ପନ୍ନ କରାଯିବ ।

ଏହି ବେଶରେ ଶ୍ରୀଜଗନ୍ନାଥ ଶଙ୍ଖ, ଚକ୍ର , ଗଦା, ପଦ୍ମ ଧାରଣ କରି ଗରୁଡ ଉପରେ ବସିବା ଭଙ୍ଗୀରେ ରହନ୍ତି ଏବଂ ତାଙ୍କ କୋଳରେ ଲକ୍ଷ୍ମୀ ପ୍ରତିମା ବିରାଜମାନ କରିଥାନ୍ତି । ବଳଭଦ୍ର ମହାପ୍ରଭୂ ଶଙ୍ଖ, ଚକ୍ର, ହଳ, ମୂଷଳ ଧରି ବାସୁଦେ ରୂପରେ ବିରାଜମାନ କରିଥାନ୍ତି । ଓ ସୁଭଦ୍ରା କୃଷ୍ଣଙ୍କ ପରି ପାଦକୁ ଛନ୍ଦି ଏକ ପଦ୍ମ କଢି ଧରି ବିରାଜମାନ ହୋଇଥାନ୍ତି । ସିଂହାସନ ତଳକୁ ହାତୀ କୁମ୍ଭୀର ଓ ଗଜ ଆଦି ରହିଥାନ୍ତି ।

ସୋଲ, ଜରି, ଜମ୍ୱୁରା, କନା, କଇଁଥ ଅଠାରେ କୁଶଳୀ କାରିଗରଙ୍କ ଦ୍ୱାରା ନିର୍ମିତ ବିଭିନ୍ନ ଅଳଙ୍କାର ମାନ ଠାକୁରଙ୍କୁ ଲାଗି ହୋଇଥାଏ ।

ପୌରାଣିକ କଥା ବସ୍ତୁ ଅନୁଯାୟୀ, ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା । ଗଜରାଜ କ୍ଷତବିକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ ।‌ ଭକ୍ତର ଡାକ ଶୁଣି ଠାକୁର କୁମ୍ଭୀର କବଳରୁ ଗଜରାଜଙ୍କୁ ଉଦ୍ଧାର କରିଥିଲେ । ଏହି କଥାବସ୍ତୁ ଆଧାରରେ ଶହ ଶହ ବର୍ଷ ଧରି ଠାକୁରଙ୍କ ଏହି ଗଜଉଦ୍ଧାରଣ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଆସୁଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର