ପୁରୀ ଜିଲ୍ଲାର ୧୧ ବ୍ଲକ ପାଇଁ ବ୍ରହ୍ମଗିରିରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବ୍ରହ୍ମଗିରି ଠାରେ ପୁରୀ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୩ ଲକ୍ଷ ୬୪ ହଜାର ଲୋକ ଏହି ସୁବିଧା ପାଇବେ । ପୂର୍ବରୁ ମାଲକାନଗିରି, ସୁନ୍ଦରଗଡ, ବଲାଙ୍ଗୀର, ଗଜପତିରେ ଏହି କାର୍ଯ୍ଯକ୍ରମ ଆରମ୍ଭ ହୋଇଛି । ଏହାଦ୍ବାରା ହିତାଧିକାରୀ ମାନେ ବିନା ଖର୍ଚ୍ଚରେ ଉନ୍ନତ ସ୍ବାସ୍ଥ୍ୟ ସେବା ପାଉଛନ୍ତି । ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ […]

ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବ୍ରହ୍ମଗିରି ଠାରେ ପୁରୀ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୩ ଲକ୍ଷ ୬୪ ହଜାର ଲୋକ ଏହି ସୁବିଧା ପାଇବେ । ପୂର୍ବରୁ ମାଲକାନଗିରି, ସୁନ୍ଦରଗଡ, ବଲାଙ୍ଗୀର, ଗଜପତିରେ ଏହି କାର୍ଯ୍ଯକ୍ରମ ଆରମ୍ଭ ହୋଇଛି । ଏହାଦ୍ବାରା ହିତାଧିକାରୀ ମାନେ ବିନା ଖର୍ଚ୍ଚରେ ଉନ୍ନତ ସ୍ବାସ୍ଥ୍ୟ ସେବା ପାଉଛନ୍ତି ।

ଆହୁରି ପଢ଼ନ୍ତୁ: ଗାଁ ଗାଁରେ ବେଆଇନ କୋଚିଂ ସେଣ୍ଟର: ସରକାରୀ ନିୟମକୁ ଫୁ କରି ଟିଉସନ କରୁଛନ୍ତି ସରକାରୀ ଶିକ୍ଷକ

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପୁରୀ ଜିଲ୍ଲାର ଜନସାଧାରଣ ଆମର ବିକାଶ କାର୍ଯ୍ଯକ୍ରମକୁ ସବୁବେଳେ ଦୃଢ ସମର୍ଥନ ଦେଇ ସରକାରଙ୍କ ହାତମୁଠାକୁ ଟାଣ କରିଛନ୍ତି । ସେଥିପାଇ ପୁରୀବାସୀଙ୍କୁ ଧନ୍ୟବାଦ ଦେବା ସହିତ ଜିଲ୍ଲାବାସୀଙ୍କ ସ୍ନେହ ଓ ଆଦରକୁ ପାଥେୟ କରି ବିକାଶ କାର୍ଯ୍ଯକ୍ରମକୁ ଆହୁରି ଆଗକୁ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦରେ ଦ୍ଵିତୀୟ ବାଲିଯାତ୍ରା: ସାଂସ୍କୃତିକ କାର୍ଯ୍ୟକ୍ରମ ଓ ପାଇକ ଆଖଡାରେ ଦର୍ଶକ ବିଭୋର

ଆହୁରି ପଢ଼ନ୍ତୁ: ସାତପଡ଼ା-ଜହ୍ନିକୁଦା ଘାଟରେ ଭଡ଼ା ବୃଦ୍ଧିକୁ ନେଇ ଉତ୍ତେଜନା: ଯାତ୍ରୀ ଓ ଡଙ୍ଗା ମାଲିକ ମୁହାଁମୁହିଁ

ପୁରୀ ଜିଲ୍ଲାର ବିକାଶ ପାଇଁ ନିଆଯାଇଥିବା ବିଭିନ୍ନ ଫ୍ଲାଗ୍‌ସିପ କାର୍ଯ୍ଯକ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମହାପ୍ରଭୁଙ୍କ ପବିତ୍ରଧାମ ପୁରୀର ବିକାଶ ହେଉଛି ଆମର ପବିତ୍ର ଦାୟିତ୍ବ । Drink from Tap କାର୍ଯ୍ଯକ୍ରମ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏବେ ପୁରୀର ଜନସାଧାରଣ ଟ୍ୟାପ୍‌ରୁ ସିଧାସଳଖ ଫିଲଟର ମାନର ପାଣି ପାଇପାରୁଛନ୍ତି । ଏଭଳି ସୁବିଧା ପାଇବାରେ ପୁରୀ ହେଉଛି ସାରା ଦେଶରେ ପ୍ରଥମ ଏବଂ ପୁରୀବାସୀ ଲଣ୍ଡନ, ନିଉୟର୍କ ଭଳି ସହରର ଲୋକଙ୍କ ଭଳି ସୁବିଧା ପାଉଛନ୍ତି ବୋଲି ସେ କହିଥିଲେ ।

ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହାଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ ।

ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା  ବହୁତ ଦୁଃଖ ଦେଇଥାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ ।

ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ଯକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏକ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଭୂମି ପୂଜା କରିଥିଲେ ।

କାର୍ଯ୍ଯକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ସାଂସଦ ପିନାକୀ ମିଶ୍ର ତାଙ୍କ ଭାଷଣରେ ଭାରତ ସରକାରଙ୍କ ଆୟୁଷ୍ମାନ ଯୋଜନା ଠାରୁ ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡରୁ କିପରି ଅଧିକ ସୁବିଧା ମିଳୁଛି ତା ଉପରେ ଆଲୋକପାତ କରିଥିଲେ । ଯୋଜନା ବୋର୍ଡର ଉପାଧ୍ୟକ୍ଷ ସଂଜୟ ଦାସବର୍ମା, ସ୍ବାଗତ ଭାଷଣ ଦେଇଥିଲେ । ଓ ବିଧାୟକ ଶ୍ରୀ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ବ୍ରହ୍ମଗିରି ସମସ୍ୟା ଉପରେ ଆଲୋକପାତ କରିଥିଲେ ଅନ୍ୟ ମାନଙ୍କ ମଧ୍ୟରେ ମନ୍ତ୍ରୀ ତୁଷାର କାନ୍ତି ବେହେରା । ଜଗତସିଂହପୁର ସାଂସଦ ଡ଼ାକ୍ତର ରାଜଶ୍ରୀ ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ ।

07 Oct 2021 By The Sakala

ପୁରୀ ଜିଲ୍ଲାର ୧୧ ବ୍ଲକ ପାଇଁ ବ୍ରହ୍ମଗିରିରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବ୍ରହ୍ମଗିରି ଠାରେ ପୁରୀ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୩ ଲକ୍ଷ ୬୪ ହଜାର ଲୋକ ଏହି ସୁବିଧା ପାଇବେ । ପୂର୍ବରୁ ମାଲକାନଗିରି, ସୁନ୍ଦରଗଡ, ବଲାଙ୍ଗୀର, ଗଜପତିରେ ଏହି କାର୍ଯ୍ଯକ୍ରମ ଆରମ୍ଭ ହୋଇଛି । ଏହାଦ୍ବାରା ହିତାଧିକାରୀ ମାନେ ବିନା ଖର୍ଚ୍ଚରେ ଉନ୍ନତ ସ୍ବାସ୍ଥ୍ୟ ସେବା ପାଉଛନ୍ତି ।

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପୁରୀ ଜିଲ୍ଲାର ଜନସାଧାରଣ ଆମର ବିକାଶ କାର୍ଯ୍ଯକ୍ରମକୁ ସବୁବେଳେ ଦୃଢ ସମର୍ଥନ ଦେଇ ସରକାରଙ୍କ ହାତମୁଠାକୁ ଟାଣ କରିଛନ୍ତି । ସେଥିପାଇ ପୁରୀବାସୀଙ୍କୁ ଧନ୍ୟବାଦ ଦେବା ସହିତ ଜିଲ୍ଲାବାସୀଙ୍କ ସ୍ନେହ ଓ ଆଦରକୁ ପାଥେୟ କରି ବିକାଶ କାର୍ଯ୍ଯକ୍ରମକୁ ଆହୁରି ଆଗକୁ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ପୁରୀ ଜିଲ୍ଲାର ବିକାଶ ପାଇଁ ନିଆଯାଇଥିବା ବିଭିନ୍ନ ଫ୍ଲାଗ୍‌ସିପ କାର୍ଯ୍ଯକ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମହାପ୍ରଭୁଙ୍କ ପବିତ୍ରଧାମ ପୁରୀର ବିକାଶ ହେଉଛି ଆମର ପବିତ୍ର ଦାୟିତ୍ବ । Drink from Tap କାର୍ଯ୍ଯକ୍ରମ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏବେ ପୁରୀର ଜନସାଧାରଣ ଟ୍ୟାପ୍‌ରୁ ସିଧାସଳଖ ଫିଲଟର ମାନର ପାଣି ପାଇପାରୁଛନ୍ତି । ଏଭଳି ସୁବିଧା ପାଇବାରେ ପୁରୀ ହେଉଛି ସାରା ଦେଶରେ ପ୍ରଥମ ଏବଂ ପୁରୀବାସୀ ଲଣ୍ଡନ, ନିଉୟର୍କ ଭଳି ସହରର ଲୋକଙ୍କ ଭଳି ସୁବିଧା ପାଉଛନ୍ତି ବୋଲି ସେ କହିଥିଲେ ।

ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହାଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ ।

ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା  ବହୁତ ଦୁଃଖ ଦେଇଥାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ ।

ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ଯକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏକ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଭୂମି ପୂଜା କରିଥିଲେ ।

କାର୍ଯ୍ଯକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ସାଂସଦ ପିନାକୀ ମିଶ୍ର ତାଙ୍କ ଭାଷଣରେ ଭାରତ ସରକାରଙ୍କ ଆୟୁଷ୍ମାନ ଯୋଜନା ଠାରୁ ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡରୁ କିପରି ଅଧିକ ସୁବିଧା ମିଳୁଛି ତା ଉପରେ ଆଲୋକପାତ କରିଥିଲେ । ଯୋଜନା ବୋର୍ଡର ଉପାଧ୍ୟକ୍ଷ ସଂଜୟ ଦାସବର୍ମା, ସ୍ବାଗତ ଭାଷଣ ଦେଇଥିଲେ । ଓ ବିଧାୟକ ଶ୍ରୀ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ବ୍ରହ୍ମଗିରି ସମସ୍ୟା ଉପରେ ଆଲୋକପାତ କରିଥିଲେ ଅନ୍ୟ ମାନଙ୍କ ମଧ୍ୟରେ ମନ୍ତ୍ରୀ ତୁଷାର କାନ୍ତି ବେହେରା । ଜଗତସିଂହପୁର ସାଂସଦ ଡ଼ାକ୍ତର ରାଜଶ୍ରୀ ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର