ଆଜି ଚତୁର୍ଦ୍ଧାବିଗ୍ରହଙ୍କ ସୁନାବେଶ

ପୁରୀ: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ରତ୍ନସିଂହାସନରେ ମହାପ୍ରଭୁଙ୍କ ରାଜାଧିରାଜ ବା ସୁନାବେଶ ଅନୁଷ୍ଠିତ ହେବ। ବିଭିନ୍ନ ପାଟବସ୍ତ୍ର ଏବଂ ରତ୍ନଅଳଙ୍କାରରେ ମହାପ୍ରଭୁ ବିଭୂଷିତ ହେବେ। କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ରବିବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ଲକ୍ଷ୍ମୀ-ନୃସିଂହ ବେଶ ଅନୁଷ୍ଠିତ ହୋଇଛି। ଏହି ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ଜମିଥିଲା। ପ୍ରାତଃରେ ଠାକୁରଙ୍କ ଅବକାଶ ନୀତି ପରେ ଏହି ବେଶ କରାଯାଇଥିଲା। ଲକ୍ଷ୍ମୀନୃସିଂହ ବେଶରେ ଠାକୁରମାନେ ସୁବର୍ଣ୍ଣର ଶ୍ରୀଭୂଜ, ଶ୍ରୀପୟର, କୀରିଟ, କୁଣ୍ଡଳ, […]

ପୁରୀ: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ରତ୍ନସିଂହାସନରେ ମହାପ୍ରଭୁଙ୍କ ରାଜାଧିରାଜ ବା ସୁନାବେଶ ଅନୁଷ୍ଠିତ ହେବ। ବିଭିନ୍ନ ପାଟବସ୍ତ୍ର ଏବଂ ରତ୍ନଅଳଙ୍କାରରେ ମହାପ୍ରଭୁ ବିଭୂଷିତ ହେବେ। କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ରବିବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ଲକ୍ଷ୍ମୀ-ନୃସିଂହ ବେଶ ଅନୁଷ୍ଠିତ ହୋଇଛି। ଏହି ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ଜମିଥିଲା। ପ୍ରାତଃରେ ଠାକୁରଙ୍କ ଅବକାଶ ନୀତି ପରେ ଏହି ବେଶ କରାଯାଇଥିଲା। ଲକ୍ଷ୍ମୀନୃସିଂହ ବେଶରେ ଠାକୁରମାନେ ସୁବର୍ଣ୍ଣର ଶ୍ରୀଭୂଜ, ଶ୍ରୀପୟର, କୀରିଟ, କୁଣ୍ଡଳ, ଚନ୍ଦ୍ରିକା ଆଦି ଧାରଣ କରିଥିଲେ। ବଡ଼ଠାକୁର ସୁବର୍ଣ୍ଣର ହଳ ମୂଷଳ ଏବଂ ଜଗନ୍ନାଥ ମହାପ୍ରଭୁ ରୂପାର ଶଙ୍ଖ ଏବଂ ସୁବର୍ଣ୍ଣ ଚକ୍ର ଧାରଣ କରିଥିଲେ। ଶ୍ରୀଜଗନ୍ନାଥ ଏବଂ ବଳଭଦ୍ରଙ୍କ ଚୂଳରେ ସୁବର୍ଣ୍ଣ କିଆ ଖଞ୍ଜା ଯାଇଥିଲା। ଏହାସହିତ ସୋଲ ଓ ଜରିରେ ନିର୍ମିତ ବିଭିନ୍ନ ଫୁଲ ଧାରଣ କରିଥିଲେ। ଏହି ବେଶରେ ଠାକୁରମାନେ ପାଟବସ୍ତ୍ରରେ ବିଭୂଷିତ ହେବା ସହିତ ବିଭିନ୍ନ ସୁବାସିତ ପୁଷ୍ପରେ ମଣ୍ଡିତ ହୋଇଥିଲେ।

About The Author: The Sakala