ଦାଦାବଟିକୁ କେନ୍ଦ୍ର କରି ଗୁଳିମାଡ଼: ସ୍ବାମୀଙ୍କୁ ବଞ୍ଚାଇବାକୁ ଯାଇ ସ୍ତ୍ରୀ ଗୁରୁତର, ଗୁଳିମାଡ଼ କରି ଦୁର୍ବୃତ୍ତ ଚମ୍ପଟ

The Sakala Picture
Published On

ପୁରୀ: ପୁରୀ ଜିଲ୍ଲା ନରେନ୍ଦ୍ର କୋଣ ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ଦାଦାବଟିକୁ କେନ୍ଦ୍ର କରି ଏହି ଗୁଳିମାଡ଼ ହୋଇଛି । ସ୍ୱାମୀଙ୍କୁ ବଞ୍ଚାଇବାକୁ ଯାଇ ଦୁର୍ବୃତ୍ତଙ୍କ ଗୁଳି ଖାଇଛନ୍ତି ସ୍ତ୍ରୀ । ଗୁଳିମାଡ଼ରେ ମହିଳା ଗୁରୁତର ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଦୁଇ ଜଣ ବାଇକ୍ ଆରୋହୀ ଗୁଳିମାଡ଼ କରି ଚମ୍ପଟ ମାରିଥିବା ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ, ପୁରୀ […]

ପୁରୀ: ପୁରୀ ଜିଲ୍ଲା ନରେନ୍ଦ୍ର କୋଣ ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ଦାଦାବଟିକୁ କେନ୍ଦ୍ର କରି ଏହି ଗୁଳିମାଡ଼ ହୋଇଛି । ସ୍ୱାମୀଙ୍କୁ ବଞ୍ଚାଇବାକୁ ଯାଇ ଦୁର୍ବୃତ୍ତଙ୍କ ଗୁଳି ଖାଇଛନ୍ତି ସ୍ତ୍ରୀ । ଗୁଳିମାଡ଼ରେ ମହିଳା ଗୁରୁତର ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଦୁଇ ଜଣ ବାଇକ୍ ଆରୋହୀ ଗୁଳିମାଡ଼ କରି ଚମ୍ପଟ ମାରିଥିବା ଅଭିଯୋଗ ହୋଇଛି ।

ଆହୁରି ପଢ଼ନ୍ତୁ:  କୃଷ୍ଣପ୍ରସାଦ ବ୍ଲକ ସିଆଣ୍ଡି ପଞ୍ଚାୟତରେ ବିଜେଡିର ସାଙ୍ଗଠନିକ ବୈଠକ

ସୂଚନା ଅନୁଯାୟୀ, ପୁରୀ ନରେନ୍ଦ୍ରକୋଣ ଅଞ୍ଚଳର ଜିତେନ୍ଦ୍ର ସାହୁଙ୍କ ଘରକୁ ଗତକାଲି ରାତି ପାଖାପାଖି ୧୨ଟା ବେଳେ ଦୁଇ ଜଣ ଦୁର୍ବୃତ୍ତ ଆସି କବାଟ ବାଡେଇ ଦାଦାବଟି ମାଗିଥିଲେ । ଜିତେନ୍ଦ୍ର କବାଟ ନ ଖୋଲିବାରୁ ଗ୍ରିଲ୍ ପଟେ ଗୁଳି ଚଳାଇଥିଲେ ଦୁର୍ବୃତ୍ତ । ଏତିକିବେଳେ ସ୍ୱାମୀଙ୍କୁ ବଞ୍ଚାଇବାକୁ ଯାଇ ସ୍ତ୍ରୀ ଶକୁନ୍ତଳା ଆହତ ହୋଇଛନ୍ତି । ଶକୁନ୍ତଳାଙ୍କ ଅଣ୍ଟାରେ ବାଜିଛି ଗୁଳି । ତାଙ୍କୁ ପ୍ରଥମେ ପୁରୀ ମେଡିକାଲ ଓ ପରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ପୂର୍ବରୁ ଦୁର୍ବୃତ୍ତମାନେ ଦାଦାବଟି ମାଗୁଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା । ଗତକାଲିର ଘଟଣା ପରେ ଅଭିଯୁକ୍ତଙ୍କୁ ଧରିବାକୁ ତନାଘନା ଚଳାଇଛି ପୁରୀ ପୁଲିସ ।

ଆହୁରି ପଢ଼ନ୍ତୁ: କୃଷ୍ଣପ୍ରସାଦ ବ୍ଲକ ସ୍ପୋର୍ଟସ୍ ଆସୋସିଏସନ୍ ପକ୍ଷରୁ ଅବସରକାଳୀନ ସମ୍ବର୍ଦ୍ଧନା ସଭା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର