ମହାପ୍ରଭୁଙ୍କ ରାଧାଦାମୋଦର ବେଶ ଆରମ୍ଭ

The Sakala Picture
Published On

ପୁରୀ : ଆଶ୍ଵିନ ଶୁକ୍ଳ ଏକାଦଶୀ ତିଥି ଅର୍ଥାତ ଶନିବାରଠାରୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ ହୋଇଛି। ରତ୍ନସିଂହାସନରେ ରାଧାଦାମୋଦର ବେଶରେ ଦର୍ଶନ ଦେଇଛନ୍ତି ମହାପ୍ରଭୁ। ଠାକୁରଙ୍କର ଏହି ମହାର୍ଘ ବେଶ କାର୍ତ୍ତିକ ମାସ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ପଞ୍ଚୁକ ବେଶ ହେବ। କାର୍ତ୍ତିକ ମାସରେ ବିଷ୍ଣୁଙ୍କର ନାମ ଦାମୋଦର ହୋଇଥିବାରୁ ବେଶର ନାମ ଏପରି ନାମକରଣ କରାଯାଇଛି। ଶ୍ରୀମନ୍ଦିର ସ୍ୱତ୍ୱଲିପି ଅନୁଯାୟୀ ଶ୍ରୀମନ୍ଦିରରେ କାର୍ତ୍ତିକ […]

ପୁରୀ : ଆଶ୍ଵିନ ଶୁକ୍ଳ ଏକାଦଶୀ ତିଥି ଅର୍ଥାତ ଶନିବାରଠାରୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ ହୋଇଛି। ରତ୍ନସିଂହାସନରେ ରାଧାଦାମୋଦର ବେଶରେ ଦର୍ଶନ ଦେଇଛନ୍ତି ମହାପ୍ରଭୁ। ଠାକୁରଙ୍କର ଏହି ମହାର୍ଘ ବେଶ କାର୍ତ୍ତିକ ମାସ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ପଞ୍ଚୁକ ବେଶ ହେବ। କାର୍ତ୍ତିକ ମାସରେ ବିଷ୍ଣୁଙ୍କର ନାମ ଦାମୋଦର ହୋଇଥିବାରୁ ବେଶର ନାମ ଏପରି ନାମକରଣ କରାଯାଇଛି। ଶ୍ରୀମନ୍ଦିର ସ୍ୱତ୍ୱଲିପି ଅନୁଯାୟୀ ଶ୍ରୀମନ୍ଦିରରେ କାର୍ତ୍ତିକ ମାସରେ ରାତ୍ର ଦୁଇଘଡ଼ି ଥାଇ ମଙ୍ଗଳ ଆଳତି ଓ ଅବକାଶ ନୀତି ଶେଷ ହେବା ପରେ ଶ୍ରୀବିଗ୍ରହମାନଙ୍କର ରାଧା ଦାମୋଦର ବେଶ ଅନୁଷ୍ଠିତ ହୋଇଥାଏ ।

ଆହୁରି ପଢ଼ନ୍ତୁ: Viral Photo: ହିମାଳୟରେ ତପସ୍ୟା କରୁଛନ୍ତି 'ସାରଥି ବାବା', ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି ଫଟୋ...

ଠାକୁରମାନେ ଏହି ବେଶରେ ବାଳଭୋଗ ପର୍ଯ୍ୟନ୍ତ ରହନ୍ତି। ଏହି ବେଶରେ ଥାଇ ଶ୍ରୀଜୀଉଙ୍କର ରୋଷ ହୋମ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ଗୋପାଳବଲ୍ଲଭ ଭୋଗ, ସକାଳଧୂପ ଓ ବାଳ ଭୋଗ ହୋଇଥାଏ । ବାଳଭୋଗ ଛେକ ଆସିବା ପରେ ମୁଦିରସ୍ତ ସେବକ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରନ୍ତି ଓ ବାଳ ଭୋଗ ସରିବା ପରେ ତିନି ବାଡ଼ରେ ବନ୍ଦାପନା ହୋଇ ବେଶ ଓଲାଗି ହୋଇଥାଏ । ଏହି ବେଶରେ ଫୁଲ ନିର୍ମିତ ଗୁଣା, ଚିତା ଓ ଅଧରମାଳା ଓ ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାର ଠାକୁରମାନଙ୍କୁ ଲାଗି କରାଯାଇଥାଏ।

ଆହୁରି ପଢ଼ନ୍ତୁ: ବିବାହରୁ ଫେରିବାବେଳେ ଗଛକୁ ଧକ୍କା ଦେଲା ବରଯାତ୍ରୀ ଗାଡ଼ି; ଜଣେ ମୃତ, ୧୫ ଆହତ

16 Oct 2021 By The Sakala

ମହାପ୍ରଭୁଙ୍କ ରାଧାଦାମୋଦର ବେଶ ଆରମ୍ଭ

ପୁରୀ : ଆଶ୍ଵିନ ଶୁକ୍ଳ ଏକାଦଶୀ ତିଥି ଅର୍ଥାତ ଶନିବାରଠାରୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ ହୋଇଛି। ରତ୍ନସିଂହାସନରେ ରାଧାଦାମୋଦର ବେଶରେ ଦର୍ଶନ ଦେଇଛନ୍ତି ମହାପ୍ରଭୁ। ଠାକୁରଙ୍କର ଏହି ମହାର୍ଘ ବେଶ କାର୍ତ୍ତିକ ମାସ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ପଞ୍ଚୁକ ବେଶ ହେବ। କାର୍ତ୍ତିକ ମାସରେ ବିଷ୍ଣୁଙ୍କର ନାମ ଦାମୋଦର ହୋଇଥିବାରୁ ବେଶର ନାମ ଏପରି ନାମକରଣ କରାଯାଇଛି। ଶ୍ରୀମନ୍ଦିର ସ୍ୱତ୍ୱଲିପି ଅନୁଯାୟୀ ଶ୍ରୀମନ୍ଦିରରେ କାର୍ତ୍ତିକ ମାସରେ ରାତ୍ର ଦୁଇଘଡ଼ି ଥାଇ ମଙ୍ଗଳ ଆଳତି ଓ ଅବକାଶ ନୀତି ଶେଷ ହେବା ପରେ ଶ୍ରୀବିଗ୍ରହମାନଙ୍କର ରାଧା ଦାମୋଦର ବେଶ ଅନୁଷ୍ଠିତ ହୋଇଥାଏ ।

ଠାକୁରମାନେ ଏହି ବେଶରେ ବାଳଭୋଗ ପର୍ଯ୍ୟନ୍ତ ରହନ୍ତି। ଏହି ବେଶରେ ଥାଇ ଶ୍ରୀଜୀଉଙ୍କର ରୋଷ ହୋମ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ଗୋପାଳବଲ୍ଲଭ ଭୋଗ, ସକାଳଧୂପ ଓ ବାଳ ଭୋଗ ହୋଇଥାଏ । ବାଳଭୋଗ ଛେକ ଆସିବା ପରେ ମୁଦିରସ୍ତ ସେବକ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରନ୍ତି ଓ ବାଳ ଭୋଗ ସରିବା ପରେ ତିନି ବାଡ଼ରେ ବନ୍ଦାପନା ହୋଇ ବେଶ ଓଲାଗି ହୋଇଥାଏ । ଏହି ବେଶରେ ଫୁଲ ନିର୍ମିତ ଗୁଣା, ଚିତା ଓ ଅଧରମାଳା ଓ ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାର ଠାକୁରମାନଙ୍କୁ ଲାଗି କରାଯାଇଥାଏ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର