ବ୍ରଜରାଜନଗର ଉପନିର୍ବାଚନ ପାଇଁ ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କଲା ବିଜେପି
ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଧାୟକ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି । ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ଦଳ ଏଠାରୁ ପ୍ରାର୍ଥୀ କରିଛି । ରାଧାରାଣୀ ପଣ୍ଡାଙ୍କ ନାଁରେ ମୋହର ମାରିଛି ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି । ବ୍ରଜରାଜନଗରର ପୂର୍ବତନ ବିଧାୟିକା ଥିଲେ ରାଧାରାଣୀ ପଣ୍ଡା । ତେବେ ଗତ ୨୦୧୯ ନିର୍ବାଚନରେ ରାଧାରାଣୀ ପରାଜିତ ହୋଇଥିଲା । ବିଜେଡି ଏଠାରେ ବିଜୟୀ ବାନା ଉଡାଇଥିଲା । ସେପଟେ କଂଗ୍ରେସ ପ୍ରାର୍ଥୀ […]
ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଧାୟକ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି । ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ଦଳ ଏଠାରୁ ପ୍ରାର୍ଥୀ କରିଛି । ରାଧାରାଣୀ ପଣ୍ଡାଙ୍କ ନାଁରେ ମୋହର ମାରିଛି ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି । ବ୍ରଜରାଜନଗରର ପୂର୍ବତନ ବିଧାୟିକା ଥିଲେ ରାଧାରାଣୀ ପଣ୍ଡା । ତେବେ ଗତ ୨୦୧୯ ନିର୍ବାଚନରେ ରାଧାରାଣୀ ପରାଜିତ ହୋଇଥିଲା । ବିଜେଡି ଏଠାରେ ବିଜୟୀ ବାନା ଉଡାଇଥିଲା ।
ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: RBI ପ୍ରକଳ୍ପର କରିବେ ଉଦଘାଟନ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ
ସେପଟେ କଂଗ୍ରେସ ପ୍ରାର୍ଥୀ ଚୟନ ରେସରେ ଆଗରେ ଅଛନ୍ତି ଦଳର ବରିଷ୍ଠ ନେତା କିଶୋର ପଟେଲ। ତାଙ୍କୁ ପ୍ରାର୍ଥୀ ପାଇଁ ଦଳ ଚୂଡ଼ାନ୍ତ କରିଥିବା କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା କହିଛନ୍ତି । ଅନ୍ୟପଟେ ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର କିଏ ପ୍ରାର୍ଥୀ ହେବେ ସେନେଇ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେବେ ।






