ରଘୁବର ଦାସ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ

The Sakala Picture
Published On

ଭୁବନେଶ୍ୱର: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପିର ରାଷ୍ଟ୍ରୀୟ ଉପସଭାପତି ରଘୁବର ଦାସ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ। ପ୍ରଫେସର ଗଣେଶୀ ଲାଲଙ୍କ ଉତ୍ତରାଧିକାରୀ ଭାବରେ ଶ୍ରୀ ଦାସଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତି ଦେଇଛନ୍ତି। ରାଷ୍ଟ୍ରପତି ଭବନରୁ ଏ ସଂକ୍ରାନ୍ତରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ରଘୁବର ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବରେ ଅବସ୍ଥାପିତ ହେବେ। ରଘୁବର ୫ଥର ଝାଡ଼ଖଣ୍ଡ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ପରବର୍ତ୍ତୀ ସମୟରେ ଝାଡ଼ଖଣ୍ଡର ଷଷ୍ଠ […]

ଭୁବନେଶ୍ୱର: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପିର ରାଷ୍ଟ୍ରୀୟ ଉପସଭାପତି ରଘୁବର ଦାସ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ। ପ୍ରଫେସର ଗଣେଶୀ ଲାଲଙ୍କ ଉତ୍ତରାଧିକାରୀ ଭାବରେ ଶ୍ରୀ ଦାସଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତି ଦେଇଛନ୍ତି। ରାଷ୍ଟ୍ରପତି ଭବନରୁ ଏ ସଂକ୍ରାନ୍ତରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ରଘୁବର ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବରେ ଅବସ୍ଥାପିତ ହେବେ।

ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ କ୍ଷୋଭ: ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେବ ଶ୍ରୀମନ୍ଦିର ପରିଚାଳନା କମିଟି

ରଘୁବର ୫ଥର ଝାଡ଼ଖଣ୍ଡ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ପରବର୍ତ୍ତୀ ସମୟରେ ଝାଡ଼ଖଣ୍ଡର ଷଷ୍ଠ ମୁଖ୍ୟମନ୍ତ୍ରୀ ଭାବରେ ଅବସ୍ଥାପିତ ହୋଇଥିଲେ। ସେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ଭାବରେ ଦୁଇଥର ମଧ୍ୟ କାର୍ଯ୍ୟ କରିଛନ୍ତି।

ଆହୁରି ପଢ଼ନ୍ତୁ: ଘରର କବାଟ ଭାଙ୍ଗି ମା’କୁ ଅଟକ ରଖିଲେ, ୧୫ ବର୍ଷର ନାବାଳିକା ଝିଅକୁ ଅପହରଣ କରିନେଲେ ଦୁର୍ବୃତ୍ତ

୧୯୫୫ ମେ ୩ ତାରିଖରେ ଜନ୍ମ ଗ୍ରହଣ କରିଥିବା ରଘୁବର ଭାଲୁବସା ହରିଜନ ହାଇସ୍କୁଲର ମ୍ୟାଟ୍ରିିକ ଓ ଜାମସେଦପୁର କୋ-ଅପରେଟିଭ୍‌‌ କଲେଜରୁ ସ୍ନାତକ ଶିକ୍ଷା ଶେଷ କରିଥିଲେ। ପରବର୍ତ୍ତୀ ସମୟରେ ସେ ଆଇନରେ ସ୍ନାତକ ଡ଼ିଗ୍ରୀ ହାସଲ କରି ଟାଟା କମ୍ପାନୀରେ ଯୋଗ ଦେଇଥିଲେ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇଲେ ବେଙ୍ଗଲ ସରକାର, ଲେଖା ହେଲା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର

ଆର୍‌‌ଏସ୍‌‌ଏସ୍‌‌ ପୃଷ୍ଠଭୂମି ସହ ଘନିଷ୍ଠ ଭାବରେ ଜଡ଼ିତ ରଘୁବର ୧୯୭୭ରେ ଜନତା ପାର୍ଟିରେ ଯୋଗ ଦେଇଥିଲେ ଓ ପରେ ୧୯୮୦ରେ ବିଜେପିର ପ୍ରତିଷ୍ଠାତା ସଦସ୍ୟ ରହିଥିଲେ। ଜାମସେଦପୁର (ପୂର୍ବ) ବିଧାନସଭା ଆସନରୁ ସେ ବିହାର ବିଧାନସଭାକୁ ୧୯୯୫ରେନିର୍ବାଚିତ ହୋଇଥିଲେ ଏବଂ ୨୦୦୪ରେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ରୂପେ ଅବସ୍ଥାପିତ ହୋଇଥିଲେ। ୨୦୦୫ରେ ଅର୍ଜୁୁନ ମୁଣ୍ଡାଙ୍କ ନେତୃତ୍ୱାଧୀନ ଝାଡ଼ଖଣ୍ଡ ବିଜେପି ସରକାରରେ ସେ ସହରାଞ୍ଚଳ ବିକାଶ ମନ୍ତ୍ରୀ ରୂପେ ନିଯୁକ୍ତି ପାଇଥିଲେ। ୨୦୦୯ରେ ସେ ଶିବୁ ସୋରେନଙ୍କ ସରକାରରେ ଉପମୁଖ୍ୟମନ୍ତ୍ରୀ ପଦରେ ଅବସ୍ଥାପିତ ହୋଇଥିଲେ। ୨୦୧୪ରେ ସେ ବିଜେପି ଜାତୀୟ କମିଟିରେ ସ୍ଥାନ ପାଇଥିଲେ ଓ ତାଙ୍କୁ ଦଳର ରାଷ୍ଟ୍ରୀୟ ଉପସଭାପତି ପଦ ମିଳିଥିଲା। ମାତ୍ର ରାଜ୍ୟରେ ସେହିବର୍ଷ ବିଜେପି ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ଝାଡ଼ଖଣ୍ଡର ପ୍ରଥମ ଅଣ ଆଦିବାସୀ ମୁଖ୍ୟମନ୍ତ୍ରୀ ଭାବରେ ରଘୁବର ଦାସ ଅଧିଷ୍ଠିତ ହୋଇଥିଲେ।

18 Oct 2023 By The Sakala

ରଘୁବର ଦାସ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ

ଭୁବନେଶ୍ୱର: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପିର ରାଷ୍ଟ୍ରୀୟ ଉପସଭାପତି ରଘୁବର ଦାସ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ। ପ୍ରଫେସର ଗଣେଶୀ ଲାଲଙ୍କ ଉତ୍ତରାଧିକାରୀ ଭାବରେ ଶ୍ରୀ ଦାସଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତି ଦେଇଛନ୍ତି। ରାଷ୍ଟ୍ରପତି ଭବନରୁ ଏ ସଂକ୍ରାନ୍ତରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ରଘୁବର ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବରେ ଅବସ୍ଥାପିତ ହେବେ।

ରଘୁବର ୫ଥର ଝାଡ଼ଖଣ୍ଡ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ପରବର୍ତ୍ତୀ ସମୟରେ ଝାଡ଼ଖଣ୍ଡର ଷଷ୍ଠ ମୁଖ୍ୟମନ୍ତ୍ରୀ ଭାବରେ ଅବସ୍ଥାପିତ ହୋଇଥିଲେ। ସେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ଭାବରେ ଦୁଇଥର ମଧ୍ୟ କାର୍ଯ୍ୟ କରିଛନ୍ତି।

୧୯୫୫ ମେ ୩ ତାରିଖରେ ଜନ୍ମ ଗ୍ରହଣ କରିଥିବା ରଘୁବର ଭାଲୁବସା ହରିଜନ ହାଇସ୍କୁଲର ମ୍ୟାଟ୍ରିିକ ଓ ଜାମସେଦପୁର କୋ-ଅପରେଟିଭ୍‌‌ କଲେଜରୁ ସ୍ନାତକ ଶିକ୍ଷା ଶେଷ କରିଥିଲେ। ପରବର୍ତ୍ତୀ ସମୟରେ ସେ ଆଇନରେ ସ୍ନାତକ ଡ଼ିଗ୍ରୀ ହାସଲ କରି ଟାଟା କମ୍ପାନୀରେ ଯୋଗ ଦେଇଥିଲେ।

ଆର୍‌‌ଏସ୍‌‌ଏସ୍‌‌ ପୃଷ୍ଠଭୂମି ସହ ଘନିଷ୍ଠ ଭାବରେ ଜଡ଼ିତ ରଘୁବର ୧୯୭୭ରେ ଜନତା ପାର୍ଟିରେ ଯୋଗ ଦେଇଥିଲେ ଓ ପରେ ୧୯୮୦ରେ ବିଜେପିର ପ୍ରତିଷ୍ଠାତା ସଦସ୍ୟ ରହିଥିଲେ। ଜାମସେଦପୁର (ପୂର୍ବ) ବିଧାନସଭା ଆସନରୁ ସେ ବିହାର ବିଧାନସଭାକୁ ୧୯୯୫ରେନିର୍ବାଚିତ ହୋଇଥିଲେ ଏବଂ ୨୦୦୪ରେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ରୂପେ ଅବସ୍ଥାପିତ ହୋଇଥିଲେ। ୨୦୦୫ରେ ଅର୍ଜୁୁନ ମୁଣ୍ଡାଙ୍କ ନେତୃତ୍ୱାଧୀନ ଝାଡ଼ଖଣ୍ଡ ବିଜେପି ସରକାରରେ ସେ ସହରାଞ୍ଚଳ ବିକାଶ ମନ୍ତ୍ରୀ ରୂପେ ନିଯୁକ୍ତି ପାଇଥିଲେ। ୨୦୦୯ରେ ସେ ଶିବୁ ସୋରେନଙ୍କ ସରକାରରେ ଉପମୁଖ୍ୟମନ୍ତ୍ରୀ ପଦରେ ଅବସ୍ଥାପିତ ହୋଇଥିଲେ। ୨୦୧୪ରେ ସେ ବିଜେପି ଜାତୀୟ କମିଟିରେ ସ୍ଥାନ ପାଇଥିଲେ ଓ ତାଙ୍କୁ ଦଳର ରାଷ୍ଟ୍ରୀୟ ଉପସଭାପତି ପଦ ମିଳିଥିଲା। ମାତ୍ର ରାଜ୍ୟରେ ସେହିବର୍ଷ ବିଜେପି ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ଝାଡ଼ଖଣ୍ଡର ପ୍ରଥମ ଅଣ ଆଦିବାସୀ ମୁଖ୍ୟମନ୍ତ୍ରୀ ଭାବରେ ରଘୁବର ଦାସ ଅଧିଷ୍ଠିତ ହୋଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର