ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ, ନାରୀ ନିର୍ଯାତନା ଓ ରଥଯାତ୍ରା ଅଘଟଣ କଥା ଉଠାଇଲେ ରାହୁଲ

The Sakala Picture
Published On

ଭୁବନେଶ୍ବର: ଭୁବନେଶ୍ବରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ବରମୁଣ୍ଡା ପଡ଼ିଆରେ ସମାବେଶରେ ଯୋଗ ଦେଇ ସମ୍ବିଧାନ ବଞ୍ଚାଅ ମହା ସମାବେଶକୁ ସମ୍ବୋଧନ କରିଛନ୍ତି ରାହୁଲ । ରାହୁଲ ତାଙ୍କ ଅଭିଭାଷଣରେ କଂଗ୍ରେସ କର୍ମକର୍ତ୍ତାଙ୍କ ମୁଡ୍‌ କିପରି ଅଛି ବୋଲି ପ୍ରଶ୍ନ କରିଥିଲେ। ସରକାର ଗରିବଙ୍କୁ ଲୁଟୁଛନ୍ତି ବୋଲି କହିଥିଲେ ରାହୁଲ । ବିଜେପି ପୂରା ଦେଶରେ ସମ୍ବିଧାନ ଉପରେ ଆକ୍ରମଣ କରୁଛି। ବିହାରରେ ନିର୍ବାଚନ ଚୋରି କରିବାକୁ ଉଦ୍ୟମ ଚାଲିଛି। ମହାରାଷ୍ଟ୍ରରେ ନୂଆ ୧ ଲକ୍ଷ […]

ଭୁବନେଶ୍ବର: ଭୁବନେଶ୍ବରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ବରମୁଣ୍ଡା ପଡ଼ିଆରେ ସମାବେଶରେ ଯୋଗ ଦେଇ ସମ୍ବିଧାନ ବଞ୍ଚାଅ ମହା ସମାବେଶକୁ ସମ୍ବୋଧନ କରିଛନ୍ତି ରାହୁଲ । ରାହୁଲ ତାଙ୍କ ଅଭିଭାଷଣରେ କଂଗ୍ରେସ କର୍ମକର୍ତ୍ତାଙ୍କ ମୁଡ୍‌ କିପରି ଅଛି ବୋଲି ପ୍ରଶ୍ନ କରିଥିଲେ। ସରକାର ଗରିବଙ୍କୁ ଲୁଟୁଛନ୍ତି ବୋଲି କହିଥିଲେ ରାହୁଲ । ବିଜେପି ପୂରା ଦେଶରେ ସମ୍ବିଧାନ ଉପରେ ଆକ୍ରମଣ କରୁଛି। ବିହାରରେ ନିର୍ବାଚନ ଚୋରି କରିବାକୁ ଉଦ୍ୟମ ଚାଲିଛି। ମହାରାଷ୍ଟ୍ରରେ ନୂଆ ୧ ଲକ୍ଷ ଭୋଟର୍ କିପରି ଆସିଲେ। ମହାରାଷ୍ଟ୍ର ଭଳି ଏବେ ବିହାରରେ ବି ନିର୍ବାଚନ ଚୋରି ଉଦ୍ୟମ ଚାଲିଛି ବୋଲି ସେ କହିଥିଲେ।

ଆହୁରି ପଢ଼ନ୍ତୁ: ତାତି ଓ ଦୁର୍ଘଟଣାକୁ ନେଇ ବଢ଼ିଲା ଚିନ୍ତା, ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ

ଜଳ, ଜଙ୍ଗଲ, ଜମି ଆଦିବାସୀଙ୍କର ଅଛି ଓ ରହିବ । ଏଠାରେ ବିନା ପଚାରି ଆଦିବାସୀଙ୍କୁ ଜମିରୁ ହଟାଯାଉଛି । ପେସା ଆଇନ୍ ଲାଗୁ ହେଉନି, କିନ୍ତୁ ଆମେ ଏହା ଲାଗୁ କରିବୁ । ବିକାଶ ଓଡ଼ିଶାର ଜନତାଙ୍କ ପାଇଁ କରିବା ଉଚିତ୍ । ଏଠାକାର ସରକାର ଜଙ୍ଗଲ, ଜମିରୁ ଆପଣଙ୍କୁ ହଟାଉଛି। ନିର୍ଯାତିତ ଲୋକଙ୍କ ପାଇଁ କଂଗ୍ରେସ ଠିଆ ହୋଇ ରହିବ। ଫସଲ ବୀମା ଯୋଜନାରେ ଆପଣଙ୍କ ଠାରୁ ଟଙ୍କା ନେଲେ, କିନ୍ତୁ ଚାଷୀଙ୍କୁ କ୍ଷତିପୂରଣ ମିଳୁନି।

ଆହୁରି ପଢ଼ନ୍ତୁ: କୋଣାର୍କ ସୂର୍ଯ୍ୟମନ୍ଦିରରୁ ବାଲିକଢ଼ା ପ୍ରକ୍ରିୟା: ଗର୍ଭଗୃହକୁ ଟନେଲ୍‌ ନିର୍ମାଣ ଆରମ୍ଭ, ଉଚ୍ଚସ୍ତରୀୟ ବୈଷୟିକ ଟିମ୍ ଅନୁଧ୍ୟାନ ପରେ କଢ଼ାଯିବ ବାଲି

ରଥଯାତ୍ରା ଅଘଟଣକୁ ନେଇ ଟାର୍ଗେଟ କରିିଥିଲେ ରାହୁଲ। ଏହା ଆପଣଙ୍କ ସରକାର ନୁହେଁ, ଉଦ୍ୟୋଗପତିଙ୍କ ସରକାର ବୋଲି କହିଥିଲେ। ନାରୀ ନିର୍ଯାତନା ବଢୁଛି। ମହିଳାଙ୍କୁ ଦୁଷ୍କର୍ମ ହେଉଛି, କିନ୍ତୁ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ବୋଲି ରାହୁଲ କହିଥିଲେ।

ଆହୁରି ପଢ଼ନ୍ତୁ: ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଝିଆରୀ ସମେତ ୮ ଗିରଫ

ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ ଉଠାଇ ସରକାରଙ୍କୁ ରାହୁଲଙ୍କ ଟାର୍ଗେଟ୍।  ଡ୍ରାଇଭର ମହାସଂଘ ଉପରେ ଚାପ ପକାଯାଇଥିଲା । ସମାବେଶକୁ ଭଣ୍ଡୁର କରିବାକୁ ଉଦ୍ୟମ କରାଯାଇଥିଲା । କିନ୍ତୁ ଡ୍ରାଇଭର ମହାସଂଘ ସେମାନଙ୍କ କଥା ଶୁଣିଲେନି । ଏଥିପାଇଁ ଡ୍ରାଇଭର ମହାସଂଘକୁ ହୃଦୟରୁ ଧନ୍ୟବାଦ ଜଣାଉଛି। ସରକାର ଡ୍ରାଇଭରଙ୍କ ଦାବି ପୂରଣ କରିବା ଉଚିତ୍ରା ବୋଲି ରାହୁଲ କହିଥିଲେ।

ମୁଁ ଏହି ସରକାର ବିରୋଧରେ ଲଢ଼ିବାକୁ ଚାହୁଁଛି । ଏଠାକାର ସରକାରଙ୍କୁ ହଟାଇବାକୁ ଚାହୁଁଛି । ଦଳିତଙ୍କୁ ନା ସରକାରରେ ସ୍ଥାନ ମିଳୁଛି, ନା ବ୍ୟୁରୋକାସିରେ। ଜାତି ଜନଗଣନା ନିହାତି ଜରୁରୀ, ଏହା ସେମାନଙ୍କୁ ସଶକ୍ତ କରିବ ବୋଲି ରାହୁଲ କହିଥିଲେ।

11 Jul 2025 By The Sakala

ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ, ନାରୀ ନିର୍ଯାତନା ଓ ରଥଯାତ୍ରା ଅଘଟଣ କଥା ଉଠାଇଲେ ରାହୁଲ

ଭୁବନେଶ୍ବର: ଭୁବନେଶ୍ବରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ବରମୁଣ୍ଡା ପଡ଼ିଆରେ ସମାବେଶରେ ଯୋଗ ଦେଇ ସମ୍ବିଧାନ ବଞ୍ଚାଅ ମହା ସମାବେଶକୁ ସମ୍ବୋଧନ କରିଛନ୍ତି ରାହୁଲ । ରାହୁଲ ତାଙ୍କ ଅଭିଭାଷଣରେ କଂଗ୍ରେସ କର୍ମକର୍ତ୍ତାଙ୍କ ମୁଡ୍‌ କିପରି ଅଛି ବୋଲି ପ୍ରଶ୍ନ କରିଥିଲେ। ସରକାର ଗରିବଙ୍କୁ ଲୁଟୁଛନ୍ତି ବୋଲି କହିଥିଲେ ରାହୁଲ । ବିଜେପି ପୂରା ଦେଶରେ ସମ୍ବିଧାନ ଉପରେ ଆକ୍ରମଣ କରୁଛି। ବିହାରରେ ନିର୍ବାଚନ ଚୋରି କରିବାକୁ ଉଦ୍ୟମ ଚାଲିଛି। ମହାରାଷ୍ଟ୍ରରେ ନୂଆ ୧ ଲକ୍ଷ ଭୋଟର୍ କିପରି ଆସିଲେ। ମହାରାଷ୍ଟ୍ର ଭଳି ଏବେ ବିହାରରେ ବି ନିର୍ବାଚନ ଚୋରି ଉଦ୍ୟମ ଚାଲିଛି ବୋଲି ସେ କହିଥିଲେ।

ଜଳ, ଜଙ୍ଗଲ, ଜମି ଆଦିବାସୀଙ୍କର ଅଛି ଓ ରହିବ । ଏଠାରେ ବିନା ପଚାରି ଆଦିବାସୀଙ୍କୁ ଜମିରୁ ହଟାଯାଉଛି । ପେସା ଆଇନ୍ ଲାଗୁ ହେଉନି, କିନ୍ତୁ ଆମେ ଏହା ଲାଗୁ କରିବୁ । ବିକାଶ ଓଡ଼ିଶାର ଜନତାଙ୍କ ପାଇଁ କରିବା ଉଚିତ୍ । ଏଠାକାର ସରକାର ଜଙ୍ଗଲ, ଜମିରୁ ଆପଣଙ୍କୁ ହଟାଉଛି। ନିର୍ଯାତିତ ଲୋକଙ୍କ ପାଇଁ କଂଗ୍ରେସ ଠିଆ ହୋଇ ରହିବ। ଫସଲ ବୀମା ଯୋଜନାରେ ଆପଣଙ୍କ ଠାରୁ ଟଙ୍କା ନେଲେ, କିନ୍ତୁ ଚାଷୀଙ୍କୁ କ୍ଷତିପୂରଣ ମିଳୁନି।

ରଥଯାତ୍ରା ଅଘଟଣକୁ ନେଇ ଟାର୍ଗେଟ କରିିଥିଲେ ରାହୁଲ। ଏହା ଆପଣଙ୍କ ସରକାର ନୁହେଁ, ଉଦ୍ୟୋଗପତିଙ୍କ ସରକାର ବୋଲି କହିଥିଲେ। ନାରୀ ନିର୍ଯାତନା ବଢୁଛି। ମହିଳାଙ୍କୁ ଦୁଷ୍କର୍ମ ହେଉଛି, କିନ୍ତୁ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ବୋଲି ରାହୁଲ କହିଥିଲେ।

ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ ଉଠାଇ ସରକାରଙ୍କୁ ରାହୁଲଙ୍କ ଟାର୍ଗେଟ୍।  ଡ୍ରାଇଭର ମହାସଂଘ ଉପରେ ଚାପ ପକାଯାଇଥିଲା । ସମାବେଶକୁ ଭଣ୍ଡୁର କରିବାକୁ ଉଦ୍ୟମ କରାଯାଇଥିଲା । କିନ୍ତୁ ଡ୍ରାଇଭର ମହାସଂଘ ସେମାନଙ୍କ କଥା ଶୁଣିଲେନି । ଏଥିପାଇଁ ଡ୍ରାଇଭର ମହାସଂଘକୁ ହୃଦୟରୁ ଧନ୍ୟବାଦ ଜଣାଉଛି। ସରକାର ଡ୍ରାଇଭରଙ୍କ ଦାବି ପୂରଣ କରିବା ଉଚିତ୍ରା ବୋଲି ରାହୁଲ କହିଥିଲେ।

ମୁଁ ଏହି ସରକାର ବିରୋଧରେ ଲଢ଼ିବାକୁ ଚାହୁଁଛି । ଏଠାକାର ସରକାରଙ୍କୁ ହଟାଇବାକୁ ଚାହୁଁଛି । ଦଳିତଙ୍କୁ ନା ସରକାରରେ ସ୍ଥାନ ମିଳୁଛି, ନା ବ୍ୟୁରୋକାସିରେ। ଜାତି ଜନଗଣନା ନିହାତି ଜରୁରୀ, ଏହା ସେମାନଙ୍କୁ ସଶକ୍ତ କରିବ ବୋଲି ରାହୁଲ କହିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର