ରାଜ୍ୟରେ ଆହୁରି ୨ ଦିନ ବିଜୁଳି ଘଡ଼ଘଡ଼ି ସହ ବର୍ଷା; ୬ ଜିଲ୍ଲାକୁ ସତର୍କ ସୂଚନା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଏଥିନିମନ୍ତେ ପାଗ ଅନୁକୂଳ ରହିଛି । ବର୍ଷା ସହ କିଛି କିଛି ସ୍ଥାନରେ ପବନର ବେଗ ବୃଦ୍ଧି ପାଇ ୫୦ ରୁ ୬୦ କିମି ପର୍ଯ୍ୟନ୍ତ ପହଞ୍ଚିବାର ସମ୍ଭାବନା ରହିଛି । ଏହି କ୍ରମରେ ରବିବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଅନୁମାନ […]

ଭୁବନେଶ୍ୱର: ରାଜ୍ୟରେ ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଏଥିନିମନ୍ତେ ପାଗ ଅନୁକୂଳ ରହିଛି । ବର୍ଷା ସହ କିଛି କିଛି ସ୍ଥାନରେ ପବନର ବେଗ ବୃଦ୍ଧି ପାଇ ୫୦ ରୁ ୬୦ କିମି ପର୍ଯ୍ୟନ୍ତ ପହଞ୍ଚିବାର ସମ୍ଭାବନା ରହିଛି । ଏହି କ୍ରମରେ ରବିବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ସେହିପରି ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବର୍ଷା ସାଙ୍ଗକୁ ୪୦-୫୦ କିମି ପର୍ଯ୍ୟନ୍ତ ପବନ ବହିବା ନେଇ ଆଶଙ୍କା ମଧ୍ୟ ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଯଥାକ୍ରମେ ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି କରିଛି । ସୋମବାରଠାରୁ ଏହି ସ୍ଥିତି ପରିବର୍ତ୍ତନ ଆସିବା ସହ ବର୍ଷା ପ୍ରଭାବ କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ଟ୍ରପ ଲାଇନ ପ୍ରଭାବରେ ଲଗାତାର ୩ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ଗତ ୨୪ ଘଣ୍ଟାରେ ରାୟଗଡାରେ ସର୍ବାଧିକ ୨୭.୮ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିପରି ଅନୁଗୁୁଳରେ ୨୧ ମିମି ବର୍ଷା ହୋଇଥିବା ବେଳେ ବାଲେଶ୍ୱର ଓ କଟକରେ ୫ ମିମି ଲେଖାଏଁ ବର୍ଷା ରେକର୍ଡ ହୋଇଛି । ବର୍ଷା ଯୋଗୁଁ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାକୁ ନଥିବା ବେଳେ ଆଜି ସୋନପୁର, ଭବାନୀପାଟଣା ଓ ଝାରସୁଗୁଡ଼ାରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

23 Feb 2025 By The Sakala

ରାଜ୍ୟରେ ଆହୁରି ୨ ଦିନ ବିଜୁଳି ଘଡ଼ଘଡ଼ି ସହ ବର୍ଷା; ୬ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟରେ ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଏଥିନିମନ୍ତେ ପାଗ ଅନୁକୂଳ ରହିଛି । ବର୍ଷା ସହ କିଛି କିଛି ସ୍ଥାନରେ ପବନର ବେଗ ବୃଦ୍ଧି ପାଇ ୫୦ ରୁ ୬୦ କିମି ପର୍ଯ୍ୟନ୍ତ ପହଞ୍ଚିବାର ସମ୍ଭାବନା ରହିଛି । ଏହି କ୍ରମରେ ରବିବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ସେହିପରି ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବର୍ଷା ସାଙ୍ଗକୁ ୪୦-୫୦ କିମି ପର୍ଯ୍ୟନ୍ତ ପବନ ବହିବା ନେଇ ଆଶଙ୍କା ମଧ୍ୟ ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଯଥାକ୍ରମେ ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି କରିଛି । ସୋମବାରଠାରୁ ଏହି ସ୍ଥିତି ପରିବର୍ତ୍ତନ ଆସିବା ସହ ବର୍ଷା ପ୍ରଭାବ କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଟ୍ରପ ଲାଇନ ପ୍ରଭାବରେ ଲଗାତାର ୩ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ଗତ ୨୪ ଘଣ୍ଟାରେ ରାୟଗଡାରେ ସର୍ବାଧିକ ୨୭.୮ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିପରି ଅନୁଗୁୁଳରେ ୨୧ ମିମି ବର୍ଷା ହୋଇଥିବା ବେଳେ ବାଲେଶ୍ୱର ଓ କଟକରେ ୫ ମିମି ଲେଖାଏଁ ବର୍ଷା ରେକର୍ଡ ହୋଇଛି । ବର୍ଷା ଯୋଗୁଁ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାକୁ ନଥିବା ବେଳେ ଆଜି ସୋନପୁର, ଭବାନୀପାଟଣା ଓ ଝାରସୁଗୁଡ଼ାରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଛି ।

https://www.thesakala.in/latest-odisha-news/rain-alert-for-next-two-days-in-odisha/article-38893
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର