ଆଜି ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ, ୪ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ମଙ୍ଗଳବାର ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭବତଃ ଏହା ପ୍ରଭାବରେ ୯ ତାରିଖ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହୋଇପାରେ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଥିବା ବେଳେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ବିଶେଷକରି ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବରେ ଅଧିକ ରହିବା ନେଇ ପୂର୍ବାନୁମାନ କରାଯାଇଛି।

ସମ୍ଭାବ୍ୟ ଘୂର୍ଣ୍ଣିବଳୟ/ଲଘୁଚାପକୁ ଦୃଷ୍ଟିରେ ରଖି ଆସନ୍ତା ୪ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଆଲର୍ଟ ଜାରି ହୋଇଛି। ଅନ୍ୟପଟେ, ବର୍ତ୍ତମାନ ଓଡ଼ିଶା ଉପରେ ଏକ ଟ୍ରଫ-ଲାଇନ୍‌ ପ୍ରଭାବ ରହିଛି। ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ହାଲୁକା ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଗତ ୨୪ ଘଣ୍ଟାରେ ପାରାଦୀପରେ ସର୍ବାଧିକ ୭୦ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଦାରିଙ୍ଗବାଡ଼ିରେ ୩୬ ମିମି ବର୍ଷା ହୋଇଛି।

About The Author: Satyajeet Sahoo