ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ଖରାବର୍ଷାର ଖେଳ

ଭୁବନେଶ୍ବର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ଖରା ବର୍ଷାର ଖେଳ। ଉତ୍ତର ଉପକୂଳ ଓଡିଶାରେ ପ୍ରଚଣ୍ଡ ବଜ୍ରପାତର ସମ୍ଭାବନା ଥିବା ବେଳେ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ତାତି ଅନୁଭୂତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ତ୍ତମାନ ରାଜ୍ୟ ଉପରେ କୌଣସି ପାଣିପାଗ ନିୟାମକ ର ପ୍ରଭାବ ନଥିବା ବେଳେ କିଛି ସ୍ଥାନରେ ପଶ୍ଚମାଝଡ ପ୍ରଭାବ ରେ ଘଡଘଡି ବିଜୁଳି ସହ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଆଜି […]

ଭୁବନେଶ୍ବର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ଖରା ବର୍ଷାର ଖେଳ। ଉତ୍ତର ଉପକୂଳ ଓଡିଶାରେ ପ୍ରଚଣ୍ଡ ବଜ୍ରପାତର ସମ୍ଭାବନା ଥିବା ବେଳେ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ତାତି ଅନୁଭୂତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ତ୍ତମାନ ରାଜ୍ୟ ଉପରେ କୌଣସି ପାଣିପାଗ ନିୟାମକ ର ପ୍ରଭାବ ନଥିବା ବେଳେ କିଛି ସ୍ଥାନରେ ପଶ୍ଚମାଝଡ ପ୍ରଭାବ ରେ ଘଡଘଡି ବିଜୁଳି ସହ ବର୍ଷା ନେଇ ସତର୍କତା ଜାରି କରାଯାଇଛି।

ଆଜି ବଜ୍ରପାତ ନେଇ ୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ କାଲି ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ପବନ ନେଇ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଯାଜପୁର ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ଝଡପବନ ହେବାର ଆକଳନ କରାଯାଇଛି।

ସେହିଭଳି ୩୦, ୩୧, ଏପ୍ରିଲ ୧ ଏବଂ ୨ ତାରିଖ ପର୍ଯ୍ୟନ୍ତ ଉତ୍ତର ଆଭ୍ୟନ୍ତରୀଣ ଓଡିଶାରେ ବଜ୍ରପାତ ଜନିତ ବର୍ଷା ପବନ ହେବ ବୋଲି ସତର୍କ କରାଇଛି ପାଣିପାଗ କେନ୍ଦ୍ର। କେବଳ ଉତ୍ତର ଉପକୂଳ ଓଡ଼ିଶା କୁ ଛାଡିଦେଲେ ବାକି ଓଡିଶାରେ ପଗ ମୁଖ୍ୟତଃ ଶୁଖିଲା ରହିବ। ଆସନ୍ତା ଦୁଇ ଦିନ ମଧ୍ୟରେ ମେଘମୁକ୍ତ ଆକାଶ ସହ ବାୟୁମଣ୍ଡଳରେ ଶୁଷ୍କତା ବୃଦ୍ଧି ପାଇଁ ଆଭ୍ୟନ୍ତରୀଣ ଓଡିଶାରେ ତାତି ବଢିବ। ସ୍ବଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ବୋଲି ଆକଳନ କରାଯାଇଛି। ଦକ୍ଷିଣ ଓଡ଼ିଶାର କାଁ ଭାଁ ଜିଲ୍ଲାରେ ବଜ୍ରପାତ ବର୍ଷା ହେବାର ସମ୍ଭାବନା ଥିଲେ ମଧ୍ୟ ଅଧିକାଂଶ ଜିଲ୍ଲାରେ ତାତି ବଢିବ।

୩୦ ତାରିଖରେ ବଲାଙ୍ଗୀର, ଟିଟିଲାଗଡ଼, ସୁନ୍ଦରଗଡ, ମାଲକାନଗିରି, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡା, ଭବାନୀପାଟଣା, ରାୟଗଡା ଏବଂ ଗଜପତି ରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ନେଇ ଆକଳନ କରାଯାଇଛି। ୩ ତାରିଖ ପରେ ପୁଣି ତାତି ବଢିବାର ସମ୍ଭାବନା ରହିଛି।

About The Author: The Sakala