ଆଜି ୩୦ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ୯ ଜିଲ୍ଲାକୁ ଅଧିକ ସତର୍କ ରହିବାକୁ ପରାମର୍ଶ….

The Sakala Picture
Published On

ଭୁବନେଶ୍ୱର: ଆଜି ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ କାଳବୈଶାଖୀର ବ୍ୟାପକ ପ୍ରଭାବ ଦେଖିବାକୁ ମିଳିବ। ବିଶେଷକରି ୯ଟି ଜିଲ୍ଲାରେ ବର୍ଷା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ମାଡ଼ ହେବାର ସମ୍ଭାବନା ରହିଛି। ଏହାସହ ସ୍ଥଳବିଶେଷରେ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ବହିପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଉପରୋକ୍ତ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତାକାଲି ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଗଜପତି, ସୁନ୍ଦରଗଡ, ଝାରସୁଗୁଡା, ବରଗଡ ଓ […]

ଭୁବନେଶ୍ୱର: ଆଜି ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ କାଳବୈଶାଖୀର ବ୍ୟାପକ ପ୍ରଭାବ ଦେଖିବାକୁ ମିଳିବ। ବିଶେଷକରି ୯ଟି ଜିଲ୍ଲାରେ ବର୍ଷା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ମାଡ଼ ହେବାର ସମ୍ଭାବନା ରହିଛି। ଏହାସହ ସ୍ଥଳବିଶେଷରେ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ବହିପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଉପରୋକ୍ତ ପୂର୍ବାନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତାକାଲି ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଗଜପତି, ସୁନ୍ଦରଗଡ, ଝାରସୁଗୁଡା, ବରଗଡ ଓ ସମ୍ବଲପୁରରେ କାଳବୈଶାଖୀର ପ୍ରବଳ ପ୍ରକୋପ ଦେଖିବାକୁ ମିଳିବ। ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ସତର୍କ ସୂଚନା ଜାରି କରାଯାଇଛି। ଉପରୋକ୍ତ ୯ ଜିଲ୍ଲା ବ୍ୟତୀତ ବଳକା ୨୧ ଜିଲ୍ଲାରେ କାଳବୈଶାଖୀର ଅପେକ୍ଷାକୃତ କମ୍‌ ପ୍ରଭାବ ଅନୁଭୂତ ହୋଇପାରେ। ଏହି ୨୧ ଜିଲ୍ଲାରେ ଘଣ୍ଟାପ୍ରତି ପବନର ବେଗ ୪୦ରୁ ୫୦କିଲୋମିଟର ପର୍ଯ୍ୟନ୍ତ ଛୁଇଁବାର ସମ୍ଭାବନା ଥିବା ବେଳେ ବିଜୁଳି, ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଅପରାହ୍‌ଣ କିମ୍ବା ସନ୍ଧ୍ୟା ସମୟରେ ଏହି କାଳବୈଶାଖୀର ସମ୍ଭାବନା ସର୍ବାଧିକ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼

ଅପରପକ୍ଷେ, ୨୯ ଓ ୩୦ ତାରିଖରେ କାଳବୈଶାଖୀର ପ୍ରକୋପ ଆହୁରି ବଢ଼ିବ। ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ କାଳବୈଶାଖୀ ନିଜର ପ୍ରକୋପ ଜାରି ରଖିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଖଣି ଆଇନ ସଂଶୋଧନକୁ ବିରୋଧ: ୯ରେ ଲୋକଭବନ ସମ୍ମୁଖରେ ବିଜେଡିର ଗଣଧାରଣା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର