ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ରଜ ପରେ ଆଗକୁ ବଢ଼ିବ ମୌସୁମୀ, ୨୦ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସହ ପବନ ସମ୍ଭାବନା

Madhusudan Das Picture
Published On

 ଭୁବନେଶ୍ୱର: ଉତ୍ତର ଉପକୂଳ ଅଞ୍ଚଳ ଦେଇ ଗତ ଶୁକ୍ରବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାକୁ ପ୍ରବେଶ କରିଥିଲେ ହେଁ ଏହାର ପ୍ରଭାବ ସେପରି ଅନୁଭୂତ ହେଉନାହିଁ। ଓଡ଼ିଶା ଆକାଶରେ ବର୍ଷା ପ୍ରାୟତଃ ଗାଏବ ରହିଛି। ତେବେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ମୌୟୁମୀ ବାୟୁ ଓଡ଼ିଶାର ଅଧିକ ଅଞ୍ଚଳକୁ ଅଗ୍ରସର ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ପୋଷ୍ଟମର୍ଟମ ରିପୋର୍ଟରେ ସାମ୍ନାକୁ ଆସିଲା ମୃତ୍ୟୁର ଅସଲ କାରଣ...

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡା, କୋରାପୁଟ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ୫୦ରୁ ୬୦ କିମି ବେଗରେ ପବନ ସହ ଏକାଧିକ ସ୍ଥାନରେ ବର୍ଷା ଓ ବିଜୁଳି ହୋଇପାରେ। ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏତଦ୍‌ବ୍ୟତୀତ ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ସୁନ୍ଦରଗଡ, ଦେବଗଡ, ଅନୁଗୋଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମାଲକାନଗିରି, ପୁରୀ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ସହ ବର୍ଷା ସମ୍ଭାବନା ଥିବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ସୁନ୍ଦରଗଡ, ଅନୁଗୋଳ, ଢେଙ୍କାନାଳ,  କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ ଖୋର୍ଦ୍ଧା ଓ ନୟାଗଡରେ ୪୦ରୁ ୫୦ କିମି ବେଗରେ ପବନ ସହ ବର୍ଷା ସମ୍ଭାବନା ଆକଳନ କରାଯାଇଛି। ଆସନ୍ତା ୨୦ ତାରିଖ ଦିନ ରାଜ୍ୟବ୍ୟାପୀ ବିଭିନ୍ନ ଜିଲ୍ଲାରେ ପବନ ସହ ବର୍ଷା ସମ୍ଭାବନା ରହିଥିବା ନେଇ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଦ୍ରୁତଗତିରେ ଆସି ହାଇୱାକୁ ପଛପଟୁ ଜୋରଦାର ଧକ୍କା ଦେଲା BMW କାର୍, ଦୁଇ ମୃତ

15 Jun 2026 By Madhusudan Das

ରଜ ପରେ ଆଗକୁ ବଢ଼ିବ ମୌସୁମୀ, ୨୦ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସହ ପବନ ସମ୍ଭାବନା

 ଭୁବନେଶ୍ୱର: ଉତ୍ତର ଉପକୂଳ ଅଞ୍ଚଳ ଦେଇ ଗତ ଶୁକ୍ରବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାକୁ ପ୍ରବେଶ କରିଥିଲେ ହେଁ ଏହାର ପ୍ରଭାବ ସେପରି ଅନୁଭୂତ ହେଉନାହିଁ। ଓଡ଼ିଶା ଆକାଶରେ ବର୍ଷା ପ୍ରାୟତଃ ଗାଏବ ରହିଛି। ତେବେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ମୌୟୁମୀ ବାୟୁ ଓଡ଼ିଶାର ଅଧିକ ଅଞ୍ଚଳକୁ ଅଗ୍ରସର ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡା, କୋରାପୁଟ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ୫୦ରୁ ୬୦ କିମି ବେଗରେ ପବନ ସହ ଏକାଧିକ ସ୍ଥାନରେ ବର୍ଷା ଓ ବିଜୁଳି ହୋଇପାରେ। ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏତଦ୍‌ବ୍ୟତୀତ ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ସୁନ୍ଦରଗଡ, ଦେବଗଡ, ଅନୁଗୋଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମାଲକାନଗିରି, ପୁରୀ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ସହ ବର୍ଷା ସମ୍ଭାବନା ଥିବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ସୁନ୍ଦରଗଡ, ଅନୁଗୋଳ, ଢେଙ୍କାନାଳ,  କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ ଖୋର୍ଦ୍ଧା ଓ ନୟାଗଡରେ ୪୦ରୁ ୫୦ କିମି ବେଗରେ ପବନ ସହ ବର୍ଷା ସମ୍ଭାବନା ଆକଳନ କରାଯାଇଛି। ଆସନ୍ତା ୨୦ ତାରିଖ ଦିନ ରାଜ୍ୟବ୍ୟାପୀ ବିଭିନ୍ନ ଜିଲ୍ଲାରେ ପବନ ସହ ବର୍ଷା ସମ୍ଭାବନା ରହିଥିବା ନେଇ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର