ରାଜ୍ୟରେ ଆସନ୍ତା ୫ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା, ୧୯ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ପୂର୍ବାହ୍ନରେ ଖରା, ଅପରାହ୍ନରେ କାଳବୈଶାଖୀ। ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ। ବିଶେଷ କରି ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଆସନ୍ତାକାଲି ସକାଳ ସାଢ଼େ୮ଟାରୁ ୧୧ତାରିଖ ସକାଳ ସାଢ଼େ ୧୧ଟା ପର୍ଯ୍ୟନ୍ତ ୧୯ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । […]

ଭୁବନେଶ୍ୱର: ପୂର୍ବାହ୍ନରେ ଖରା, ଅପରାହ୍ନରେ କାଳବୈଶାଖୀ। ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ। ବିଶେଷ କରି ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଆସନ୍ତାକାଲି ସକାଳ ସାଢ଼େ୮ଟାରୁ ୧୧ତାରିଖ ସକାଳ ସାଢ଼େ ୧୧ଟା ପର୍ଯ୍ୟନ୍ତ ୧୯ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

ପ୍ରବଳ ବର୍ଷା, ପବନ ଓ ବଜ୍ରପାତ ନେଇ ୪ଦିନ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ୬ ଜିଲ୍ଲା ମୟୁରଭଞ୍ଜ, ଭଦ୍ରକ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲ୍ଲା ଗୁଡ଼ିକରେ ବିଜୁଳି ଘଡଘଡି ସହିତ ବର୍ଷା ହେବା ସହ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼

ଟ୍ୱିନସିଟିରେ ୪୦ ଡିଗ୍ରୀ ସେଲସିୟସ ତଳେ ରହିବ ପାରଦ। ଅପରାହ୍ନରେ ଘଡଘଡି ସହିତ ବର୍ଷା ହେବ ତା ସାଙ୍ଗକୁ ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହୁଛି । ସମୁଦ୍ରରୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ସ୍ଥଳଭାଗକୁ ଆସୁଥିବା ଯୋଗୁଁ ବର୍ଷା ହେଉଛି ବୋଲି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା । ଆଜିଠୁ ୧୨ ତାରିଖ ଯାଏ ଉତ୍ତର ଉପକୂଳ ସଂଲଗ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା। ସେହିପରି ଦକ୍ଷିଣ ଓଡିଶାରେ ୧୦, ୧୨ ଓ ୧୪ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଦକ୍ଷିଣ ଆଭ୍ୟନ୍ତରରେ ୧୨ ଯାଏ ଓ ଉତ୍ତର ଆଭ୍ୟନ୍ତରରେ ୧୩ ଯାଏ ହାଲୁକା ବର୍ଷା ହେବ। ଦକ୍ଷିଣ ଆଭ୍ୟନ୍ତରରେ ବୌଦ୍ଧ, ନୂଆପଡା, ସୋନପୁର, ବଲାଙ୍ଗୀର, କଳାହାଣ୍ଡିରେ ୧୧ରୁ ତାତି ବଢିବ। ଏଠାରେ ତାପମାତ୍ରା ୪୨ରୁ ୪୩ ଡିଗ୍ରୀ ରହିପାରେ।

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର