ବଦଳିବ ପାଗ, ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଦିନକ ପରେ ବଦଳିବ ପାଗ। ଆସନ୍ତା ୧୭ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗରେ ପରିବର୍ତ୍ତନ ଆସିବା ସହ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ରାଜ୍ୟରେ ୧୬ ତାରିଖ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ କିଛି ଅଞ୍ଚଳରେ […]

ଭୁବନେଶ୍ୱର: ଦିନକ ପରେ ବଦଳିବ ପାଗ। ଆସନ୍ତା ୧୭ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗରେ ପରିବର୍ତ୍ତନ ଆସିବା ସହ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ରାଜ୍ୟରେ ୧୬ ତାରିଖ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ କିଛି ଅଞ୍ଚଳରେ ଶୀତ ଅନୁଭୂତ ହେବ। ହେଲେ ୧୭ ତାରିଖ ବେଳକୁ ରାଜ୍ୟରେ ପଶ୍ଚିମା ଝଡ ସକ୍ରିୟ ହେବ ଓ ପରବର୍ତ୍ତୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ୧୭ ତାରିଖରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼ ଓ ମୟୂରଭଞ୍ଜ ଆଦିରେ ବର୍ଷା ଆଶଙ୍କା ରହିଛି। ସେହିପରି ୧୮ରେ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକରେ ବର୍ଷା ଆଶଙ୍କା ରହିଛି। ରାଜ୍ୟରେ ବର୍ତ୍ତମାନ ତାପମାତ୍ରା ହ୍ରାସ ଯୋଗୁଁ ଅନେକ ସ୍ଥାନରେ ଶୀତ ଜାରି ରହିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ।

About The Author: The Sakala