ଆଜି ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ଦକ୍ଷିଣ ବାଂଲାଦେଶ ଓ ତତ୍‌ସଂଲଗ୍ନ ଅଞ୍ଚଳରେ ସୃଷ୍ଟ ଲଘୁଚାପ ଏବେ ସକ୍ରିୟ ରହିଛି। ଏହା ପ୍ରଭାବରେ ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି। ତେବେ ଲଘୁଚାପଟି ଆଗକୁ ଘନୀଭୂତ ହୋଇ ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରି ସଦୃଶ ଲଘୁଚାପ ପରିଣତ ହେବ। ମାତ୍ର ଏହାର କେନ୍ଦ୍ରବିନ୍ଦୁ ଓଡ଼ିଶାଠାରୁ ଦୂରରେ ରହିବା ହେତୁ ରାଜ୍ୟ ଉପରେ ପ୍ରଭାବ ହ୍ରାସ ପାଇବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। […]

ଭୁବନେଶ୍ୱର: ଦକ୍ଷିଣ ବାଂଲାଦେଶ ଓ ତତ୍‌ସଂଲଗ୍ନ ଅଞ୍ଚଳରେ ସୃଷ୍ଟ ଲଘୁଚାପ ଏବେ ସକ୍ରିୟ ରହିଛି। ଏହା ପ୍ରଭାବରେ ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି। ତେବେ ଲଘୁଚାପଟି ଆଗକୁ ଘନୀଭୂତ ହୋଇ ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରି ସଦୃଶ ଲଘୁଚାପ ପରିଣତ ହେବ। ମାତ୍ର ଏହାର କେନ୍ଦ୍ରବିନ୍ଦୁ ଓଡ଼ିଶାଠାରୁ ଦୂରରେ ରହିବା ହେତୁ ରାଜ୍ୟ ଉପରେ ପ୍ରଭାବ ହ୍ରାସ ପାଇବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ମଙ୍ଗଳବାର ଉତ୍ତର ଓଡ଼ିଶା ସମେତ କେନ୍ଦୁଝର, ସୁନ୍ଦରଗଡ଼, ଝାରୁସୁଗଡ଼ା, ସମ୍ବଲପୁର ଓ ଦେବଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୬ ତାରିଖ ସକାଳେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଏବଂ ତତସଂଲଗ୍ନ ବାଂଲାଦେଶ ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ଏହି ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଘୂର୍ଣ୍ଣିବଳୟର ବ୍ୟାପ୍ତି ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ରହିଥିଲା। ଏହା ପ୍ରଭାବରେ ଗତ ୨-୩ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।
ପାଣିପାଗ ବିଶେଷଜ୍ଞ ପ୍ରଫେସର୍‌ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ରାଜ୍ୟରେ ୨୦ ଓ ୨୧ରେ ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୨୦ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼ ଓ ଢେଙ୍କାନାଳର କେତେକ ସ୍ଥାନରେ ମଧ୍ୟମରୁ ଭାରି ବର୍ଷା ହେବ। ୨୧ରେ ସୁନ୍ଦରଗଡ଼, କନ୍ଧମାଳ, ନୂଆପଡ଼ାରେ ସ୍ଥାନେ ସ୍ଥାନେ ଭାରି ବର୍ଷା ହୋଇପାରେ। ୨୪ରେ ପୁଣି ରାଜ୍ୟର ଦକ୍ଷିଣ ଓଡ଼ିଶା ବ୍ୟତୀତ ଅନ୍ୟାନ୍ୟ ସ୍ଥାନରେ ବର୍ଷା ହେବ। ସମ୍ବଲପୁର, ସୋନପୁର, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ ଓ ଖୋର୍ଦ୍ଧାରେ ମଧ୍ୟମରୁ ଭାରି ହୋଇପାରେ। ୨୨ରେ ସୁନ୍ଦରଗଡ଼ ସଂଲଗ୍ନ ଅଞ୍ଚଳ ଏବଂ ୨୩ରେ ଛତିଶଗଡ଼ ସଂଲଗ୍ନ ଅଞ୍ଚଳରେ ସ୍ଥାନେସ୍ଥାନେ ମଧ୍ୟମରୁ ଭାରି ବର୍ଷା ହୋଇପାରେ ବୋଲି ପ୍ରଫେସର ପଶୁପାଳକ କହିଛନ୍ତି।

ଅନ୍ୟପଟେ ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଜୁନ୍‌ ପହିଲାରୁ ଏପର୍ଯ୍ୟନ୍ତ ୬୮୦.୫ମିମି ବର୍ଷା ରେକର୍ଡ ହୋଇଛି। ଏବେ ରାଜ୍ୟରେ ବର୍ଷା ପରିମାଣ ସ୍ୱାଭାବିକଠାରୁ ୧୦ ପ୍ରତିଶତ ନିଅଣ୍ଟିଆ ରହିଛି। ଏହି ସମୟ ମଧ୍ୟରେ ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ୱାଭାବିକଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି। ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ଆଗାମୀ ୨୭ କିମ୍ବା ୨୮ଅଗଷ୍ଟ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେଣୁ ବର୍ତ୍ତମାନ ମୌସୁମୀର ଓଡ଼ିଶାରେ ସକ୍ରିୟତା (ଅଗଷ୍ଟ ଶେଷ ପର୍ଯ୍ୟନ୍ତ) ରହିବା ନେଇ ଆଶା କରାଯାଉଛି।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର