ଲଘୁଚାପ ସକ୍ରିୟ; ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା…

The Sakala Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିଥିବା ବେଳେ ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ କୋହଲା ପାଗ ସାଙ୍ଗକୁ କାଁ ଭାଁ ବର୍ଷା ହେଉଛି। ଶୁକ୍ରବାର ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, […]

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିଥିବା ବେଳେ ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ କୋହଲା ପାଗ ସାଙ୍ଗକୁ କାଁ ଭାଁ ବର୍ଷା ହେଉଛି। ଶୁକ୍ରବାର ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ଅନ୍ୟପଟେ ଗୁରୁବାର ଗୋପାଳପୁରରେ ସର୍ବାଧିକ ୪୨ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ବାରିପଦାରେ ୨୫, ନୟାଗଡ଼ରେ ୧୯, ନବରଙ୍ଗପୁର ୧୭, ହୀରାକୁଦ ଓ ରାଉରକେଲା ଆଦିରେ ୧୦ ମିମି ଲେଖାଏଁ ବର୍ଷା ରେକର୍ଡ ହୋଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ସମ୍ଭାବନା ଅଧିକ ରହିଛି। ଉପକୂଳବର୍ତ୍ତୀ ଅଞ୍ଚଳରେ ପାଗ ମେଘୁଆ ସହ ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ। ତେଣୁ ଅଗଷ୍ଟ ୧୫ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

15 Aug 2025 By The Sakala

ଲଘୁଚାପ ସକ୍ରିୟ; ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା…

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିଥିବା ବେଳେ ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ କୋହଲା ପାଗ ସାଙ୍ଗକୁ କାଁ ଭାଁ ବର୍ଷା ହେଉଛି। ଶୁକ୍ରବାର ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ଅନ୍ୟପଟେ ଗୁରୁବାର ଗୋପାଳପୁରରେ ସର୍ବାଧିକ ୪୨ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ବାରିପଦାରେ ୨୫, ନୟାଗଡ଼ରେ ୧୯, ନବରଙ୍ଗପୁର ୧୭, ହୀରାକୁଦ ଓ ରାଉରକେଲା ଆଦିରେ ୧୦ ମିମି ଲେଖାଏଁ ବର୍ଷା ରେକର୍ଡ ହୋଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ସମ୍ଭାବନା ଅଧିକ ରହିଛି। ଉପକୂଳବର୍ତ୍ତୀ ଅଞ୍ଚଳରେ ପାଗ ମେଘୁଆ ସହ ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ। ତେଣୁ ଅଗଷ୍ଟ ୧୫ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି।

https://www.thesakala.in/latest-odisha-news/rain-is-likely-in-various-parts-of-the-state-for-the-next-five-days/article-42022
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର