ରାଜ୍ୟରେ ୯ରୁ କାଳବୈଶାଖୀ ଜନିତ ବର୍ଷାର ପ୍ରଭାବ ବୃଦ୍ଧି ସମ୍ଭାବନା…

The Sakala Picture
Published On

ଭୁବନେଶ୍ୱର: ରବିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ବଙ୍ଗୋପସାଗର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ୮ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତିକରିବ। ପରବର୍ତ୍ତୀ ସମୟରେ ଏହା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତ୍ତୀ ୪୮ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବା ସମ୍ଭାବନା ରହିଛି। ତେବେ ଓଡ଼ିଶା ଉପରେ ଏହାର ସିଧାସଳଖ ପ୍ରଭାବ ପଡ଼ିବାର ସମ୍ଭାବନା କମ୍‌ ଥିଲେ ହେଁ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବିଶେଷ […]

ଭୁବନେଶ୍ୱର: ରବିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ବଙ୍ଗୋପସାଗର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ୮ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତିକରିବ। ପରବର୍ତ୍ତୀ ସମୟରେ ଏହା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତ୍ତୀ ୪୮ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବା ସମ୍ଭାବନା ରହିଛି। ତେବେ ଓଡ଼ିଶା ଉପରେ ଏହାର ସିଧାସଳଖ ପ୍ରଭାବ ପଡ଼ିବାର ସମ୍ଭାବନା କମ୍‌ ଥିଲେ ହେଁ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବିଶେଷ କରି ଉପକୂଳବର୍ତ୍ତୀ ଅଞ୍ଚଳ ଓ ଏହାର ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ସୋମବାର ଦକ୍ଷିଣ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ଦକ୍ଷିଣ ପଶ୍ଚିମ ଦିଗରେ ଗତି କରି ୯ ତାରିଖ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିବ। ଏହା ଉତ୍ତର ଦିଗକୁ ଗତି କରି ୧୦ରେ ଓଡ଼ିଶା ଉପକୂଳଠାରୁ ଦୂରରେ ସମୁଦ୍ରରେ ରହିବ। ୯ ଓ ୧୦ ତାରିଖରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି। ଯଦିଓ ଏହି ଲଘୁଚାପର ପ୍ରଭାବ ସିଧା ଓଡ଼ିଶା ଉପରେ ପଡ଼ିବ ନାହିଁ; କିନ୍ତୁ ଏହା ଦ୍ୱାରା ରାଜ୍ୟକୁ ସାମୁଦ୍ରିକ ପବନ ବହିବ ଓ ଏହା ପଶ୍ଚିମା ବାୟୁ ସହିତ ମିଶିବ। ଏହା ପ୍ରଭାବରେ ଉପକୂଳ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାମାନଙ୍କରେ ମଝିରେ ମଝିରେ କାଳବୈଶାଖୀ ଜନିତ ବର୍ଷା ହେବ।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରେ ଅଟୋ ରଖି କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

୧୦ ତାରିଖରେ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା, ୧୩ ତାରିଖରୁ ୧୫ ତାରିଖ ମଧ୍ୟରେ ଉତ୍ତର-ଉପକୂଳ ଓ ସଂଲଗ୍ନ ଯାଜପୁର, କେନ୍ଦୁଝର, ମୟୂରଭଞ୍ଜରେ ସ୍ୱଳ୍ପ ଓ କେତେକ ସ୍ଥାନରେ ମଧ୍ୟମ ବର୍ଷା, ୧୬ ଓ ୧୭ରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ସ୍ୱଳ୍ପ ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଓ ମୟୂରଭଞ୍ଜରେ ଅପେକ୍ଷାକୃତ ଅଧିକ ବର୍ଷା ହେବା ବେଳେ ଦକ୍ଷିଣ ଆଭ୍ୟନ୍ତରୀଣରେ କାଁ ଭାଁ ବର୍ଷା ହୋଇପାରେ। ୮-୯ରେ ତାପମାତ୍ରା ୧ ଡିଗ୍ରୀରୁ ୨ ଡିଗ୍ରୀ ଅନେକ ସ୍ଥାନରେ ବଢ଼ି ୧୦ରେ ଅଳ୍ପ କେତେକ ସ୍ଥାନରେ କମିବ। ବଲାଙ୍ଗିର, କଳାହାଣ୍ଡି, ସୋନପୁର ଓ ସୁନ୍ଦରଗଡ଼ରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ। ତେବେ ୧୪ରୁ ସାରା ରାଜ୍ୟରେ ତାପମାତ୍ରା କମିପାରେ। ସୁନ୍ଦରଗଡ଼ ସମେତ ଉତ୍ତର ପଶ୍ଚିମ ଓଡ଼ିଶାରେ ସବୁଠାରୁ ଅଧିକ କମିବ। ଉପକୂଳରେ ଗୁଳୁଗୁଳି ବଡ଼ିବା ସହ ୧୩ ଓ ୧୪ରେ ଉତ୍ତର ଉପକୂଳ ଓ ସଂଲଗ୍ନ ଅଞ୍ଚଳର ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ପଡ଼ିପାରେ ବୋଲି ପ୍ରଫେସର ପଶୁପାଳକ ଆକଳନ କରିଛନ୍ତି।

ଆହୁରି ପଢ଼ନ୍ତୁ: କଲେଜ ହଷ୍ଟେଲରୁ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୯ ତାରିଖରୁ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷାର ପ୍ରଭାବ ବୃଦ୍ଧି ପାଇବ। ୯ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝରରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ୩୦-୪୦ କିମି ରହିବା ନେଇ ଆକଳନ କରାଯାଇଛି। ଅନ୍ୟପଟେ ସୋମବାର ରାଜ୍ୟର ୧୦ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ୪୨.୭ ଡିଗ୍ରୀ ସହ ଅନୁଗୁଳ ରାଜ୍ୟର ସବୁଠୁ ଉତ୍ତପ୍ତ ସହରରେ ପରିଣତ ହୋଇଥିବା ବେଳେ ବୌଦ୍ଧ ୪୧.୮ ଡିଗ୍ରୀ, ଝାରସୁଗୁଡ଼ା ୪୧.୬, ଟିଟଲାଗଡ ୪୧.୫, ସୋନପୁର ୪୧.୪, ହୀରାକୁଦ ୪୦.୩ ଓ ସମ୍ବଲପୁରରେ ତାପମାତ୍ରା ସମ୍ୱଲପୁର ୪୦ ଡିଗ୍ରୀ ରେକର୍ଡ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର