୧୧ ଯାଏଁ ରାଜ୍ୟରେ ଲାଗିରହିବ ବର୍ଷା...

Deviprasad Mohanty Picture
Published On

ଭୁବନେଶ୍ୱର: ରାଜ୍ୟ ଉପରେ ବର୍ତ୍ତମାନ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହି ସ୍ଥିତି ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ବିଶେଷକରି ଉତ୍ତର ଓ ଉପକୂଳରେ ବର୍ଷାର ପରିମାଣ ଅଧିକ ହେବାକୁ ଥିବା ବେଳେ ଏହି ସମୟରେ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ନେଇ ମଧ୍ୟ ଆଶଙ୍କା କରାଯାଇଛି।     

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ରଘୁବୀର ଘାଟରେ ପୁଣି ଭୂସ୍ଖଳନ: ରତ୍ନଗିରି-ସାତାରା ରାସ୍ତା ବନ୍ଦ, ଫସିଲା ଯାତ୍ରୀବାହୀ ବସ୍

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ, ସୋମବାର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବ ୯ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଅନ୍ୟପଟେ ବୁଧବାର କେନ୍ଦ୍ରୀୟ-ପଶ୍ଚିମ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳୁ ଦୂରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହି ଦୁଇଟିଯାକ ଘୂର୍ଣ୍ଣିବଳୟ ସମ୍ଭବତଃ ୧୦ କିମ୍ବା ୧୧ ତାରିଖରେ ମିଶି ଏକ ବିସ୍ତୃତ ଘୂର୍ଣ୍ଣିବଳୟରେ ପରିଣତ ହେବ। ଏହା ପ୍ରଭାବରେ ଆସନ୍ତା ୩ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରତ୍ୟେକ ଦିନ ସ୍ୱଳ୍ପ (୧୫ ମିମି) ଓ ସ୍ଥାନେସ୍ଥାନେ ମଧ୍ୟମଧରଣର ବର୍ଷା ହୋଇପାରେ। ତା’ପର ଦୁଇଦିନ ୧୦ ଓ ୧୧ରେ ଦକ୍ଷିଣ ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ସ୍ୱଳ୍ପ ବର୍ଷା ଏବଂ ୧୨ ଓ ୧୩ରେ ସମୁଦ୍ର ସଂଲଗ୍ନ ଅଞ୍ଚଳ ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତିରେ ସ୍ୱଳ୍ପ ବର୍ଷାର ସମ୍ଭାବନା ରହିଛି। ୭ରୁ ୧୧ତାରିଖ ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ବୋଲି ପ୍ରଫେସର୍‌ ପଶୁପାଳକ କହିଛନ୍ତି। ୧୪ରୁ ସମ୍ଭବତଃ ରାଜ୍ୟରେ ପାଗ ଶୁଖିଲା ରହିବା ନେଇ ଆକଳନ କରାଯାଇଛି।   

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

ଗତ ୩୬ ଘଣ୍ଟା ମଧ୍ୟରେ ପାରାଦୀପରେ ୭୨ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଚାନ୍ଦବାଲିରେ ୫୨, ତାଳଚେର ୩୮, ସମ୍ବଲପୁର ୫୩ ଓ ଦାରିଙ୍ଗବାଡ଼ିରେ ୫୧ ମିମି ବର୍ଷା ରେକର୍ଡ ହୋଇଛି। ବୁଧବାର ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି।

ଆହୁରି ପଢ଼ନ୍ତୁ: ସେଣ୍ଟ୍ରିଂ କାଢ଼ିବା ବେଳେ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର