ରାଜ୍ୟରେ ଜାରି ରହିବ ବର୍ଷା, ଆଜି ପାଇଁ ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଶନିବାରଠାରୁ ବର୍ଷାର ପ୍ରକୋପ ଆରମ୍ଭ ହୋଇଥିବା ବେଳେ ଏହି ସ୍ଥିତି ଆଗକୁ ମଧ୍ୟ ଜାରି ରହିବାର ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି। ତେବେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର […]

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଶନିବାରଠାରୁ ବର୍ଷାର ପ୍ରକୋପ ଆରମ୍ଭ ହୋଇଥିବା ବେଳେ ଏହି ସ୍ଥିତି ଆଗକୁ ମଧ୍ୟ ଜାରି ରହିବାର ସମ୍ଭାବନା ରହିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି। ତେବେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର କହିଛି। ୧୬ରେ ବର୍ଷାର ପ୍ରକୋପ ସାମାନ୍ୟ ହ୍ରାସ ହେବାକୁ ଥିବା ବେଳେ ୧୭ରୁ ପୁଣି ବର୍ଷାର ପ୍ରକୋପ ବଢ଼଼ିବ ବୋଲି ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ଡଃ ମନୋରମା ମହାନ୍ତି କହିଛନ୍ତି।

ସୂଚନା ଥାଉ କି ରବିବାର ନବରଙ୍ଗପୁରରେ ୬୫ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ହୀରାକୁଦରେ ୬୫, ଭୁବନେଶ୍ୱର ୫୭, କୋରାପୁଟରେ ୫୬, ବଲାଙ୍ଗିରରେ ୩୬, ବରଗଡ଼ରେ ୩୩, ମାଲକାନଗିରିରେ ୪୦ ମିମି ବର୍ଷା ରେକର୍ଡ କରାଯାଇଛି।

About The Author: The Sakala