ରାଜ୍ୟରେ ୨୬ରୁ ବଢ଼ିବ ବର୍ଷା, ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ୨୬ ତାରିଖରୁ ବଢ଼ିବ ବର୍ଷା। ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି। ମିଳିଥିବା ସୂଚନା ଅନୁଯାୟୀ, ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ଯାହାର ପ୍ରଭାବରେ ୨୬ରୁ ବଢ଼ିବ ବର୍ଷା। ତେବେ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ଆସନ୍ତା ୫ ଦିନ ବର୍ଷା ହେବ ଏବଂ ଆଗାମୀ ୪୮ ଘଣ୍ଟା ହାଲୁକା […]

ଭୁବନେଶ୍ବର: ରାଜ୍ୟରେ ୨୬ ତାରିଖରୁ ବଢ଼ିବ ବର୍ଷା। ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

ମିଳିଥିବା ସୂଚନା ଅନୁଯାୟୀ, ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ଯାହାର ପ୍ରଭାବରେ ୨୬ରୁ ବଢ଼ିବ ବର୍ଷା। ତେବେ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ଆସନ୍ତା ୫ ଦିନ ବର୍ଷା ହେବ ଏବଂ ଆଗାମୀ ୪୮ ଘଣ୍ଟା ହାଲୁକା ବର୍ଷା ହେବ। ୨୬ରୁ ବଢ଼ିବ ବର୍ଷାର ବିସ୍ତୃତି। ୨୬ରୁ ୨୮ କିଛି ସ୍ଥାନରେ ପ୍ରବଳ ବର୍ଷା ସହ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଇପାରେ। ଆସନ୍ତା ତିନି ଦିନ ଉପକୂଳ, ଦକ୍ଷିଣ ଅଭ୍ୟନ୍ତରୀଣ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି ଘଡଘଡି ସହିତ ୩୦ ରୁ ୪୦କିମି ବେଗରେ ପବନ ବହିପାରେ। ଏହାକୁ ନଜରରେ ରଖିବା ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

୨୬ ତାରିଖ ସକାଳ ୮ଟା ଯାଏ  ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ନୟାଗଡ଼, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ବ ଓ ଯାଜପୁର ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର