ଆଜିଠୁ ରାଜ୍ଯରେ ବଢିବ ବର୍ଷାର ପରିମାଣ, ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

The Sakala Picture
Published On

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ସ୍ବାଭାବିକ ଅବସ୍ଥାକୁ ଫେରିବ ମୌସୁମୀ । ବାଂଲାଦେଶ ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଦିଗରୁ ତାର ସ୍ବାଭାବିକ ଅବସ୍ଥାନକୁ ଫେରିବ ମୌସୁମୀ ନିମ୍ନ ଚାପରେଖା । ମୌସୁମୀ ସକ୍ରିୟ ହେବା ସହ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଆଜିଠାରୁ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ବିଜୁଳି ଘଡଘଡି ସହ ବର୍ଷା ନେଇ […]

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ସ୍ବାଭାବିକ ଅବସ୍ଥାକୁ ଫେରିବ ମୌସୁମୀ । ବାଂଲାଦେଶ ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଦିଗରୁ ତାର ସ୍ବାଭାବିକ ଅବସ୍ଥାନକୁ ଫେରିବ ମୌସୁମୀ ନିମ୍ନ ଚାପରେଖା । ମୌସୁମୀ ସକ୍ରିୟ ହେବା ସହ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଆଜିଠାରୁ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆହୁରି ପଢ଼ନ୍ତୁ: ଏଣିକି ନିଲାମ ନୁହେଁ ଇ-ଲଟେରୀରେ ମିଳିବ ବାଲି ଓ ପଥର ଖଣି ଲିଜ୍‌, MSP ଧାର୍ଯ୍ୟ କରିବେ ସରକାର

ଆଜି ବିଜୁଳି ଘଡଘଡି ସହ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ଲୋକସଭାରେ ପୁଣି ହଟ୍ଟଗୋଳ: ରାହୁଲ ଗାନ୍ଧୀଙ୍କ ଚୀନ ପ୍ରସଙ୍ଗ ଓ ନରୱଣେଙ୍କ ବହିକୁ ନେଇ ଗୃହ ମୁଲତବୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp