ଆଜି ରାଜ୍ୟର ସବୁ ଜିଲ୍ଲାରେ ବିଜୁଳି-ଘଡଘଡି ସହ ବର୍ଷା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ଅଳ୍ପ ବହୁତେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ସଂକ୍ରାନ୍ତରେ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଆଜି ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ବିଜୁଳି ଓ ଘଡଘଡିର ସମ୍ଭାବନା ରହିଛି। ଏଥିପାଇଁ ଉପରୋକ୍ତ […]

ଭୁବନେଶ୍ୱର : ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ଅଳ୍ପ ବହୁତେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ସଂକ୍ରାନ୍ତରେ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଆଜି ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ବିଜୁଳି ଓ ଘଡଘଡିର ସମ୍ଭାବନା ରହିଛି। ଏଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉପରୋକ୍ତ ୫ ଜିଲ୍ଲା ବ୍ୟତୀତ ଅନ୍ୟ ୨୫ଟି ଜିଲ୍ଲାରେ ବର୍ଷା ସାଙ୍ଗକୁ ବିଜୁଳି, ଘଡଘଡିର ସମ୍ଭାବନା ଅଛି।

ସୋମବାର ବର୍ଷାର ବିସ୍ତୃତି ସାମାନ୍ୟ ହ୍ରାସ ପାଇବ, ମାତ୍ର ମଙ୍ଗଳବାର ଓ ବୁଧବାର ବର୍ଷାର ବିସ୍ତୃତି ବଢ଼ିବ। ଉକ୍ତ ୨ ଦିନ ରାଜ୍ୟର ପ୍ରାୟ ସମସ୍ତ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ଥିବାବେଳେ ଗୁରବାରଠାରୁ ପାଗରେ ପରିବର୍ତ୍ତନ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଅପରପକ୍ଷେ ଶନିବାର ପାଣିପାଗ କେନ୍ଦ୍ର ପ୍ରଦତ୍ତ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ରାଜ୍ୟର ୩ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ବୌଦ୍ଧରେ ସର୍ବାଧିକ ୮୯ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଡୁଙ୍ଗୁରିପାଲୀରେ ୮୦ ମିମି, ବଲାଙ୍ଗୀରରେ ୭୫ ମିଲିମିଟର, କନ୍ଧମାଳର କୋଟଗଡରେ ୬୨ ମିଲିମିଟର, କୋରାପୁଟର ନନ୍ଦପୁରରେ ୬୧ ମିଲିମିଟର, କଳାହାଣ୍ଡିର ଲାଞ୍ଜିଗଡରେ ୫୯ ମିଲିମିଟର, କୋରାପୁଟର ସେମିଳିଗୁଡାରେ ୫୪ ମିଲିମିଟର, କେନ୍ଦୁଝରର ବାଂଶପାଳରେ ୪୯.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

About The Author: The Sakala