ଆଗାମୀ ୩ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା, ୬ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ କାଳବୈଶାଖୀ ବର୍ଷାର ପ୍ରଭାବ ଲାଗି ରହିଛି। ସକାଳୁ ଅପରାହ୍ନ ଯାଏଁ ଟାଣ ଖରା ହେଉଥିବା ବେଳେ  ଅଚାନକ କଳାହାଣ୍ଡିଆ ମେଘ ଘୋଟିଆସୁଛି। ଆଉ ଏହାପରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା-ପବନ ହେଉଛି। ତେବେ ଏହାରି ମଧ୍ୟରେ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୬ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି। ଆଗାମୀ ତିନି ଘଣ୍ଟା ମଧ୍ୟରେ ନୂଆପଡା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ରାୟଗଡା ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ବିଜୁଳି […]

ଭୁବନେଶ୍ବର : ରାଜ୍ୟରେ କାଳବୈଶାଖୀ ବର୍ଷାର ପ୍ରଭାବ ଲାଗି ରହିଛି। ସକାଳୁ ଅପରାହ୍ନ ଯାଏଁ ଟାଣ ଖରା ହେଉଥିବା ବେଳେ  ଅଚାନକ କଳାହାଣ୍ଡିଆ ମେଘ ଘୋଟିଆସୁଛି। ଆଉ ଏହାପରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା-ପବନ ହେଉଛି। ତେବେ ଏହାରି ମଧ୍ୟରେ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୬ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି।

ଆହୁରି ପଢ଼ନ୍ତୁ: ସାପକାମୁଡ଼ାରେ ଗର୍ଭବତୀଙ୍କ ମୃତ୍ୟୁ! ଚିକିତ୍ସା ଅବହେଳା ଅଭିଯୋଗରେ ମେଡିକାଲ୍‌ରେ ଡାକ୍ତରଙ୍କୁ ଆକ୍ରମଣ

ଆଗାମୀ ତିନି ଘଣ୍ଟା ମଧ୍ୟରେ ନୂଆପଡା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ରାୟଗଡା ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ବିଜୁଳି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯେଉଁଥି ପାଇଁ ଏହି ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାରେ ଭୀଷଣ ବଜ୍ରପାତ ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଖରାରୁ ମିଳିଲା ଆଶ୍ବସ୍ତି, ଆଜି ରାଜ୍ୟର ୯ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ସମ୍ଭାବନା

ସେପଟେ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୩ ଦିନ ମଧ୍ୟରେ କିଛି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ। କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଚଳିତ ବର୍ଷ ପ୍ରାକ୍‌ ମୌସୁମୀ ଋତୁରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି। ଏବର୍ଷ ପ୍ରାକ ମୌସୁମୀ ଅର୍ଥାତ ୧ ମାର୍ଚ୍ଚ ରୁ ୧୯ ଏପ୍ରିଲ୍‌ ମଧ୍ୟରେ ରାଜ୍ୟରେ ସ୍ୱାଭାବିକ ୩୮.୯ ମିମି ତୁଳନାରେ ୬୦.୫ ମିମି ବର୍ଷା ରେକର୍ଡ କରାଯାଇଛି। ଯାହାକି ସ୍ୱାଭାବିକ ଠାରୁ ୫୫ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଥିବା ପାଣିପାଗ କେନ୍ଦ୍ର କହିଛି।

ଆହୁରି ପଢ଼ନ୍ତୁ: ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ: ମୟୂରଭଞ୍ଜରେ ୪୭,୬୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ହେବ ଶୁଭାରମ୍ଭ

21 Apr 2025 By The Sakala

ଆଗାମୀ ୩ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା, ୬ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର : ରାଜ୍ୟରେ କାଳବୈଶାଖୀ ବର୍ଷାର ପ୍ରଭାବ ଲାଗି ରହିଛି। ସକାଳୁ ଅପରାହ୍ନ ଯାଏଁ ଟାଣ ଖରା ହେଉଥିବା ବେଳେ  ଅଚାନକ କଳାହାଣ୍ଡିଆ ମେଘ ଘୋଟିଆସୁଛି। ଆଉ ଏହାପରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା-ପବନ ହେଉଛି। ତେବେ ଏହାରି ମଧ୍ୟରେ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୬ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି।

ଆଗାମୀ ତିନି ଘଣ୍ଟା ମଧ୍ୟରେ ନୂଆପଡା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ରାୟଗଡା ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ବିଜୁଳି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯେଉଁଥି ପାଇଁ ଏହି ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାରେ ଭୀଷଣ ବଜ୍ରପାତ ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।

ସେପଟେ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୩ ଦିନ ମଧ୍ୟରେ କିଛି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ। କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଚଳିତ ବର୍ଷ ପ୍ରାକ୍‌ ମୌସୁମୀ ଋତୁରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି। ଏବର୍ଷ ପ୍ରାକ ମୌସୁମୀ ଅର୍ଥାତ ୧ ମାର୍ଚ୍ଚ ରୁ ୧୯ ଏପ୍ରିଲ୍‌ ମଧ୍ୟରେ ରାଜ୍ୟରେ ସ୍ୱାଭାବିକ ୩୮.୯ ମିମି ତୁଳନାରେ ୬୦.୫ ମିମି ବର୍ଷା ରେକର୍ଡ କରାଯାଇଛି। ଯାହାକି ସ୍ୱାଭାବିକ ଠାରୁ ୫୫ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଥିବା ପାଣିପାଗ କେନ୍ଦ୍ର କହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର