ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା

The Sakala Picture
Published On

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ମୌସୁମୀ ଦୁର୍ବଳ ରହିଥିବା ସତ୍ତ୍ବେ ମଧ୍ୟ ଜଳୀୟ ବାଷ୍ପ ଅଧିକ ହେତୁ କିଛି ସ୍ଥାନରେ ବର୍ଷା ହେଉଛି। ବର୍ଷା ସାଙ୍ଗକୁ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ମଧ୍ୟ ଜାରି ରହିଛି। ତେବେ ବୁଧବାର ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବା ପରେ ଗୁରୁବାର ବର୍ଷାର ପରିମାଣ ବୃଦ୍ଧି ହେବ ବୋଲି ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ କୁହାଯାଇଛି। ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, […]

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ମୌସୁମୀ ଦୁର୍ବଳ ରହିଥିବା ସତ୍ତ୍ବେ ମଧ୍ୟ ଜଳୀୟ ବାଷ୍ପ ଅଧିକ ହେତୁ କିଛି ସ୍ଥାନରେ ବର୍ଷା ହେଉଛି। ବର୍ଷା ସାଙ୍ଗକୁ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ମଧ୍ୟ ଜାରି ରହିଛି। ତେବେ ବୁଧବାର ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବା ପରେ ଗୁରୁବାର ବର୍ଷାର ପରିମାଣ ବୃଦ୍ଧି ହେବ ବୋଲି ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ କୁହାଯାଇଛି। ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ରାୟଗଡ଼ାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବ। ସେହିପରି ଗୁରୁବାର ମୟୂରଭଞ୍ଜ ବାଲେଶ୍ୱର ଓ ଭଦ୍ରକରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ବିଶେଷ କରି ଭୁବନେଶ୍ୱରରେ ସର୍ବାଧିକ ୪୫ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ କଟକରେ ୧୯ ଓ ପାରଳାଖେମୁଣ୍ଡିରେ ୧୧ ମିମି ବର୍ଷା ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର