ଗରମରୁ ମିଳିବ ସାମାନ୍ୟ ଆଶ୍ୱସ୍ତି; ରାଜ୍ୟରେ ଆସନ୍ତା ୧୯ରୁ ୩ ଦିନ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଗରମରେ ଲାଗିବ ସାମାନ୍ୟ ବ୍ରେକ । ୧୯ରୁ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଆସନ୍ତା ୧୯ରୁ ୨୧ ମଧ୍ୟରେ ୯ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟ ଉପରେ ଗୋଟିଏ ନିମ୍ନଚାପ ରେଖାର ପ୍ରଭାବ ରହିବା ହେତୁ ପାଣିପାଗ ବିଭାଗ ପକ୍ଷରୁ ଏପରି ଆକଳନ କରାଯାଇଛି। ୧୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ […]

ଭୁବନେଶ୍ୱର: ଗରମରେ ଲାଗିବ ସାମାନ୍ୟ ବ୍ରେକ । ୧୯ରୁ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଆସନ୍ତା ୧୯ରୁ ୨୧ ମଧ୍ୟରେ ୯ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟ ଉପରେ ଗୋଟିଏ ନିମ୍ନଚାପ ରେଖାର ପ୍ରଭାବ ରହିବା ହେତୁ ପାଣିପାଗ ବିଭାଗ ପକ୍ଷରୁ ଏପରି ଆକଳନ କରାଯାଇଛି। ୧୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ରହିଥିବା ବେଳେ ୨୦ ଓ ୨୧ରେ ଏହାଠାରୁ ଅଧିକ ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଫେବ୍ରୁଆରୀ ୧୪ରୁ ୧୯ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୧୯ରୁ ପାଗରେ ପରିବର୍ତ୍ତନ ହେବ। ସେହିଦିନଠାରୁ ପରବର୍ତ୍ତୀ ୩ଦିନ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ‌‌ସେହିପରି ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କୁହୁଡ଼ି ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ରବିବାର ସକାଳେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ଘନ କୁହୁଡ଼ି ହୋଇପାରେ। ଆଗାମୀ ୪ଦିନରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

About The Author: The Sakala