ଆସନ୍ତା ୨୦ ବେଳକୁ ପୁଣି ଏକ ଲଘୁଚାପ ଆଶଙ୍କା, ୧୮ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷାର ପ୍ରଭାବ

Madhusudan Das Picture
Published On

ଭୁବନେଶ୍ୱର: ଆସନ୍ତା ୨୦ ବେଳକୁ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହି ଲଘୁଚାପର ପ୍ରଭାବ କ’ଣ ରହିବ ତାହା ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ଏହାଦ୍ୱାରା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା କରାଯାଉଛି। ଲଘୁଚାପ ଯୋଗୁଁ ୧୮ ତାରିଖରୁ ରାଜ୍ୟରେ ବର୍ଷାର ପ୍ରଭାବ ବଢ଼ିବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏଥିପାଇଁ ୧୮ଠାରୁ ବିଭିନ୍ନ ଜିଲ୍ଲା ପାଇଁ ବର୍ଷା ଜନିତ ଆଲର୍ଟ ଜାରି କରାଯାଇଛି। ଏହି ଲଘୁଚାପ ସୃଷ୍ଟି ହେବା ପରେ ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଆନ୍ଧ୍ର-ଓଡ଼ିଶା ଉପକୂଳ ନିକଟତର ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଆଶଙ୍କା ରହିଛି। ତେବେ ଏହି ଲଘୁଚାପ ସୃଷ୍ଟି ହେବା ପରେ ଅର୍ଥାତ ୨୦ ତାରିଖ ବେଳକୁ ଏହି ତୀବ୍ରତା ସ୍ପଷ୍ଟ ହେବ ବୋଲି ଆଇଏମ୍‌ଡି ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।

ଆହୁରି ପଢ଼ନ୍ତୁ: ଟ୍ରେନ ଧକ୍କାରେ ଦନ୍ତା ହାତୀର ମୃତ୍ୟୁ, ବନ ବିଭାଗର ତଦନ୍ତ ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର