ଭୁବନେଶ୍ବର: ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବ୍ୟାପକ ବର୍ଷାର ସମ୍ଭାବନା ରହିଛି। ୧୫ ତାରିଖ ପରେ କମିବ ବର୍ଷାର ପରିମାଣ। ବର୍ତ୍ତମାନ ଏକ ଘୂର୍ଣ୍ଣିବଳୟ ଝାଡ଼ଖଣ୍ଡ ଉପରେ ରହିଛି ଯେଉଁଥିପାଇଁ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ଭାରି ବର୍ଷା ହୋଇପାରେ । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ।
ଆସନ୍ତାକାଲି ତଥା ୧୧ ଓ ୧୨ ତାରିଖରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୧୩, ୧୪ ଓ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବିଶେଷ କରି ୧୩ ତାରିଖରେ ସୁନ୍ଦରଗଡ଼, କେଉଁଝର, ମୟୁରଭଞ୍ଜ ଜିଲ୍ଲାରେ ହୋଇପାରେ ବର୍ଷା । ପରେ ୧୫ ତାରିଖ ଦିନ ବର୍ଷା ହେବା ସହ ଏହା ପରଠାରୁ କମିବ ବର୍ଷାର ପରିମାଣ।
ମୌସୁମୀ ପ୍ରଭାବରେ ୧ ଜୁନରୁ ଆଜି ପର୍ଯ୍ୟନ୍ତ ବର୍ଷାର ପରିମାଣ ୩୪ ପ୍ରତିଶତ ଅଧିକ ବର୍ଷା ରହିଛି ଯାହାକି ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି। ଚଳିତ ମାସରେ ବି ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବ ବୋଲି କହିଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି।