ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି

The Sakala Picture
Published On

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଶକ୍ତ ହେଉଛି ଦକ୍ଷିଣ ପଶ୍ଚିମ ବାୟୁ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗଞ୍ଜାମ, କନ୍ଧମାଳ, ନୟାଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, କଟକ, ଖୋର୍ଦ୍ଧା ଓ […]

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଶକ୍ତ ହେଉଛି ଦକ୍ଷିଣ ପଶ୍ଚିମ ବାୟୁ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗଞ୍ଜାମ, କନ୍ଧମାଳ, ନୟାଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, କଟକ, ଖୋର୍ଦ୍ଧା ଓ ଢେଙ୍କାନାଳକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆହୁରି ପଢ଼ନ୍ତୁ: ଟାଙ୍ଗୀ ବ୍ଲକରେ ହାଇଡ୍ରାମା: ବିଜେପି ନେତାଙ୍କ ବିରୋଧରେ ଗର୍ଜିଲା ବିଜେଡି, ନ୍ୟାୟ ଦାବିରେ ସରକାରୀ କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ

ଘୂର୍ଣ୍ଣିବଳୟ ପ୍ରଭାବରେ ୨୭ ତାରିଖ ପର୍ଯ୍ୟନ୍ତ ଜାରି ରହିପାରେ ବର୍ଷା । ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢ଼ିଥିଲେ ମଧ୍ୟ ରାଜ୍ୟରେ ଏବେ ବି ସ୍ୱାଭାବିକଠାରୁ ୩୮ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ୬ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ୨୪ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ୧୦ଟି ଜିଲ୍ଲାରେ ୬୦ ରୁ ୯୩ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ପୁରୀ ଜିଲ୍ଲାରେ ସ୍ଥିତି ସଙ୍ଗୀନ ରହିଛି । ପୁରୀରେ ସ୍ୱାଭାବିକଠାରୁ ୯୩ ପ୍ରତିଶତ କମ୍ ବର୍ଷା ହୋଇଥିବା ବେଳେ ଜଗତସିଂହପୁରରେ ୯୨ ପ୍ରତିଶତ, ଖୋର୍ଦ୍ଧାରେ ୭୯ ପ୍ରତିଶତ, କେନ୍ଦ୍ରାପଡ଼ାରେ ୭୭ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି ।

ଆହୁରି ପଢ଼ନ୍ତୁ: ନିଖିଲ ହତ୍ୟାକାଣ୍ଡକୁ କେନ୍ଦ୍ର କରି ରାୟଗଡ଼ାରେ ପୁଣି ଉତ୍ତେଜନା: ଥାନା ଆଗରେ ଗୋଷ୍ଠୀ ସଂଘର୍ଷ, ୩ ଗୁରୁତର

23 Jun 2022 By The Sakala

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଶକ୍ତ ହେଉଛି ଦକ୍ଷିଣ ପଶ୍ଚିମ ବାୟୁ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗଞ୍ଜାମ, କନ୍ଧମାଳ, ନୟାଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, କଟକ, ଖୋର୍ଦ୍ଧା ଓ ଢେଙ୍କାନାଳକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଘୂର୍ଣ୍ଣିବଳୟ ପ୍ରଭାବରେ ୨୭ ତାରିଖ ପର୍ଯ୍ୟନ୍ତ ଜାରି ରହିପାରେ ବର୍ଷା । ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢ଼ିଥିଲେ ମଧ୍ୟ ରାଜ୍ୟରେ ଏବେ ବି ସ୍ୱାଭାବିକଠାରୁ ୩୮ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ୬ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ୨୪ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ୧୦ଟି ଜିଲ୍ଲାରେ ୬୦ ରୁ ୯୩ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ପୁରୀ ଜିଲ୍ଲାରେ ସ୍ଥିତି ସଙ୍ଗୀନ ରହିଛି । ପୁରୀରେ ସ୍ୱାଭାବିକଠାରୁ ୯୩ ପ୍ରତିଶତ କମ୍ ବର୍ଷା ହୋଇଥିବା ବେଳେ ଜଗତସିଂହପୁରରେ ୯୨ ପ୍ରତିଶତ, ଖୋର୍ଦ୍ଧାରେ ୭୯ ପ୍ରତିଶତ, କେନ୍ଦ୍ରାପଡ଼ାରେ ୭୭ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର