ରାଜ୍ୟରେ ୧୦ ତାରିଖ ଯାଏ ଜାରି ରହିବ ବର୍ଷା : ଆଜି ୧୧ ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ, ୮ ତାରିଖରୁ ଆହୁରି ବଢିବ ବର୍ଷା

The Sakala Picture
Published On

ଭୁବନେଶ୍ବର : ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ପରେ ରାଜ୍ୟରେ ଜାରି ରହିଛି ବର୍ଷା। ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ଉପତ୍ୟକା ଉପରେ କେନ୍ଦ୍ରୀଭୂତ ହୋଇଛି ଘୂର୍ଣ୍ଣିବଳୟ । ପ୍ରଭାବରେ ୫ ଦିନ ପର୍ୟ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ସୋମବାର ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଯାଇଛି। ବିଶେଷକରି ଗଞ୍ଜାମ, ନୟାଗଡ଼, କନ୍ଧମାଳ ଓ ବୌଦ୍ଧ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ […]

ଭୁବନେଶ୍ବର : ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ପରେ ରାଜ୍ୟରେ ଜାରି ରହିଛି ବର୍ଷା। ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ଉପତ୍ୟକା ଉପରେ କେନ୍ଦ୍ରୀଭୂତ ହୋଇଛି ଘୂର୍ଣ୍ଣିବଳୟ । ପ୍ରଭାବରେ ୫ ଦିନ ପର୍ୟ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ସୋମବାର ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଯାଇଛି। ବିଶେଷକରି ଗଞ୍ଜାମ, ନୟାଗଡ଼, କନ୍ଧମାଳ ଓ ବୌଦ୍ଧ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଥିସହ କୋରାପୁଟ, ରାୟଗଡ଼ା, ଗଜପତି, ପୁରୀ, ଖୋର୍ଧା, ଅନୁଗୁଳ, ହେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି।କନ୍ଧମାଳର ଜି.ଉଦୟଗିରିରେ ସର୍ବାଧିକ ୧୨୦ ମିଲିମିଟର ବର୍ଷା ହୋଇଛି । ବୌଦ୍ଧ, ଅନୁଗୁଳ, ବରଗଡ଼, କେନ୍ଦୁଝର, କନ୍ଧମାଳ, ସମ୍ବଲପୁର ଓ କୋରାପୁଟରେ ପ୍ରବଳ ବର୍ଷିଛି।

ଆହୁରି ପଢ଼ନ୍ତୁ: ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ନାବାଳକ ଭାଇ ମୃତ

ଉତ୍ତର ଓଡ଼ିଶା ଓ ସଂଲଗ୍ନ ଦକ୍ଷିଣ ଝାଡ଼ଖଣ୍ଡ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସୋମବାର ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ସକ୍ରିୟ କରିଛି। ବର୍ତ୍ତମାନ ମୌସୁମୀ ଟ୍ରଫ୍-ଲାଇନ୍‌ କୋଟା, ଗୁନା, ସିଧି, ଅମ୍ବିକାପୁର, ଝାରସୁଗୁଡ଼ା ହୋଇ ଉତ୍ତର ଓଡ଼ିଶା ଓ ସଂଲଗ୍ନ ଦକ୍ଷିଣ ଝାଡ଼ଖଣ୍ଡ ଉପରେ ଥିବା ଲଘୁଚାପବଳୟ ଦେଇ ଗତି କରୁଛି। ଏହା ପ୍ରଭାବରେ ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି। ଏହା ପ୍ରଭାବରେ ଆସନ୍ତା ୧୦ ତାରିଖ ଅର୍ଥାତ୍‌ ବାହୁଡ଼ା ଯାଏ ବର୍ଷା ଜାରି ରହିବ।

ଆହୁରି ପଢ଼ନ୍ତୁ: ମଦ ପିଇ ତହସିଲ ଅଫିସ ଆସିଥିଲେ ୩ କର୍ମଚାରୀ, ନିଲମ୍ୱନ କଲେ ଜିଲ୍ଲାପାଳ

ମଙ୍ଗଳବାର ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କଟକ, ଢେଙ୍କାନାଳ, ବଲାଙ୍ଗିର, ବରଗଡ଼, ନୂଆପଡ଼ା, ସମ୍ବଲପୁର ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ବୁଧବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ ଦେଇଛି । ୭ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି । ୮ରେ ନୂଆପଡ଼ା, ନବରଙ୍ଗପୁର, କୋରାପୁଟକଳାହାଣ୍ଡି ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲଘୁଚାପ ପ୍ରଭାବରେ ଆଜି ୧୧ ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଦିଆଯାଇଛି। ଏହି ଜିଲ୍ଲା ଗୁଡିକ ହେଲା ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, କଟକ, ଢେଙ୍କାନାଳ, ବଲାଙ୍ଗୀର, ବରଗଡ଼, ନୂଆପଡ଼ା, ସମ୍ବଲପୁର ଓ ଅନୁଗୁଳ। ଏହି ଜିଲ୍ଲା ଗୁଡିକରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: କେବଳ ଅନ୍ତର୍ଜାତୀୟ ମହିଳା ଦିବସ ନୁହେଁ ମହିଳାମାନଙ୍କୁ ପ୍ରତ୍ୟେକ ଦିନ ସମ୍ମାନ ଦିଆଯିବା ଦରକାର: ଶୁଭାଶିଷ୍‌

ସେହିଭଳି ୬ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାରେ ଏବଂ ୭ ତାରିଖ ଦିନ ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖ ଆଡ଼କୁ ଧୀରେଧୀରେ ବର୍ଷାର ପରିମାଣ ବଢ଼ିବ। ନୂଆପଡ଼ା, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଓ ମାଲକାନଗିରି ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବା ସହ ରାଜ୍ୟର ଅନ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୧୦ ମିଲିମିଟରରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୪ ଘଣ୍ଟା ପର୍ଯ୍ୟନ୍ତ ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି । ସତର୍କ ରହିବା ପାଇଁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଏସ୍ଆରସି ଚିଠି ଲେଖିଛନ୍ତି। ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ସହ ତଳିଆ ଅଞ୍ଚଳରୁ ଜଳ ନିଷ୍କାସନ କରିବା ପାଇଁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡିକରେ ବର୍ଷା ଲାଗି ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ବୌଦ୍ଧ, ନୟାଗଡ, କନ୍ଧମାଳ ଏବଂ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ପାଇଁ ଖୋର୍ଦ୍ଧା ପୁରୀ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେପଟେ ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ଧୁମ ବର୍ଷିଛି । ବୌଦ୍ଧର ହରଭଙ୍ଗାରେ ୧୧୦ ମିଲିମିଟର, ଆଠମଲ୍ଲିକ, ବରଗଡ଼ ଆମ୍ବଭୋନାରେ ୧୧୦ମିମି, କେନ୍ଦୁଝରର ତେଲକୋଇରେ ୯୦ ମିମି, କନ୍ଧମାଳର କଳିଙ୍ଗାରେ ୮୦ମିମି, ରେଢାଖୋଲରେ ୭୦, କୋଟପାଡ଼, ବାଂଶପାଳ, ପୁରୁଷୋତ୍ତମପୁର ଓ କେ ନୂଆଗାଁରେ ୭୦ ମିମି ବର୍ଷା ହୋଇଛି । ଝାରସୁଗୁଡ଼ାର ଲାଇକେରା, ଗଞ୍ଜାମର ବେଲଗୁଣ୍ଠା, କନ୍ଧମାଳର ରାଇକିଆ, କେନ୍ଦୁଝର, ପାଲଲହଡା ଓ ଅତାବିରାରେ ୫୦ ମିମି ବର୍ଷା ହୋଇଛି । ରାଜଧାନୀ ଭୁବନେଶ୍ୱରରେ ବି ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି । ଏଠାରେ ୪୭ ମିମି ବର୍ଷା ରେକର୍ଡ ହୋଇଛି । ମାଲକାନଗିରିରେ ୨୫.୪ ଓ କେନ୍ଦ୍ରାପଡ଼ାରେ ୩୦ମିମି ବର୍ଷା ହୋଇଛି ।

05 Jul 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର