Rajya Sabha Election: ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କଲେ ନବୀନ: ସଂତୃପ୍ତ ମିଶ୍ର ଏବଂ ଡାକ୍ତର ଦତ୍ତେଶ୍ବର ହୋତାଙ୍କୁ ମିଳିଲା ଟିକେଟ୍‌

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି । ପ୍ରାର୍ଥୀ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସଂତୃପ୍ତ ମିଶ୍ର ଓ ଡ଼ଃ ଦତେଶ୍ୱର ହୋତା ହୋଇଛନ୍ତି ବିଜେଡି ରାଜ୍ୟସଭା ପ୍ରାର୍ଥୀ । ନବୀନଙ୍କ ବ୍ୟକ୍ତିଗତ ରାଜନୈତିକ ସଚିବ ଅଛନ୍ତି ସଂତୃପ୍ତ ମିଶ୍ର । ଗତ ସାଧାରଣ ନିର୍ବାଚନରେ କଟକ ଲୋକସଭା ସାଂସଦ ପ୍ରାର୍ଥୀ ହୋଇଥିଲେ ସଂତୃପ । ସେହିପରି ଡାକ୍ତର ଦତେଶ୍ୱର ହୋତା ଓଡ଼ିଆ ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱ ବିଦ୍ୟାଳୟର ପ୍ରଥମ କୁଳପତି ଭାବେ କାର୍ଯ୍ୟ କରିଛନ୍ତି । ୟୁରୋଲୋଜି ବିଭାଗରେ କ୍ୟାପିଟାଲ ହସ୍ପିଟାଲରେ ଥିଲେ । ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବାର ନିୟୋଜିତ ଥିବା ଡାକ୍ତର ଟିମର ମୁଖ୍ୟ ଥିଲେ ଡାକ୍ତର ଦତେଶ୍ୱର ହୋତା ।

୨୦୨୩ ମାର୍ଚ୍ଚରେ ଓଡ଼ିଶାର ରାଜ୍ୟପାଳଙ୍କ ଦ୍ୱାରା ସେ ନୂତନ ଭାବେ ପ୍ରତିଷ୍ଠିତ OUHSର କୁଳପତି ଭାବେ ନିଯୁକ୍ତ ହୋଇଥିଲେ। ଏହା ପୂର୍ବରୁ ସେ କଟକର ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ଡିନ୍ ତଥା ଅଧ୍ୟକ୍ଷ ଭାବରେ କାର୍ଯ୍ୟ କରିଛନ୍ତି। 

About The Author: Madhusudan Das