ଶ୍ରୀମନ୍ଦିରରେ ରାକ୍ଷୀ ଲାଗି ନୀତି

The Sakala Picture
Published On

ପୁରୀ: ଶ୍ରୀମନ୍ଦିରରେ ରବିବାର ଶ୍ରାବଣ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ପାଳିତ ହୋଇଛି। ଏଥିପାଇଁ ସ୍ୱତନ୍ତ୍ର ନୀତିକାନ୍ତି କରାଯାଇଛି। ରକ୍ଷା ବନ୍ଧନ ଭାଇ ଓ ଭଉଣୀ ଭିତରେ ଥିବା ସ୍ନେହ ଓ ପବିତ୍ର ବନ୍ଧନର ପର୍ବ। ତେବେ ଏହି ପବିତ୍ର ବନ୍ଧନର ଝଲକ ଶ୍ରୀମନ୍ଦିର ତଥା ଶ୍ରୀଜଗନ୍ନାଥ ସଂସ୍କୃତିରେ ଦେଖିବାକୁ ମିଳିଥାଏ। ଦେବୀ ସୁଭଦ୍ରା ନିଜର ଦୁଇଭାଇ ଶ୍ରୀଜଗନ୍ନାଥ ଏବଂ ବଳଭଦ୍ରଙ୍କ ହାତରେ ରାକ୍ଷୀ ବାନ୍ଧି ଭାରତୀୟ ପରମ୍ପରାର ପବିତ୍ର ସମ୍ପର୍କକୁ ଦର୍ଶାଇ ଥାଆନ୍ତି। ପ୍ରାୟ ୧୫ […]

ପୁରୀ: ଶ୍ରୀମନ୍ଦିରରେ ରବିବାର ଶ୍ରାବଣ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ପାଳିତ ହୋଇଛି। ଏଥିପାଇଁ ସ୍ୱତନ୍ତ୍ର ନୀତିକାନ୍ତି କରାଯାଇଛି। ରକ୍ଷା ବନ୍ଧନ ଭାଇ ଓ ଭଉଣୀ ଭିତରେ ଥିବା ସ୍ନେହ ଓ ପବିତ୍ର ବନ୍ଧନର ପର୍ବ। ତେବେ ଏହି ପବିତ୍ର ବନ୍ଧନର ଝଲକ ଶ୍ରୀମନ୍ଦିର ତଥା ଶ୍ରୀଜଗନ୍ନାଥ ସଂସ୍କୃତିରେ ଦେଖିବାକୁ ମିଳିଥାଏ। ଦେବୀ ସୁଭଦ୍ରା ନିଜର ଦୁଇଭାଇ ଶ୍ରୀଜଗନ୍ନାଥ ଏବଂ ବଳଭଦ୍ରଙ୍କ ହାତରେ ରାକ୍ଷୀ ବାନ୍ଧି ଭାରତୀୟ ପରମ୍ପରାର ପବିତ୍ର ସମ୍ପର୍କକୁ ଦର୍ଶାଇ ଥାଆନ୍ତି। ପ୍ରାୟ ୧୫ କିଲୋ ବାସୁଙ୍ଗା ପାଟରେ ପ୍ରସ୍ତୁତ ଏହି ସ୍ୱତନ୍ତ୍ର ରାଖୀକୁ ଚିତାଲାଗି ଅମାବାସ୍ୟା ପରଠାରୁ ପ୍ରସ୍ତୁତ କରିଥାଆନ୍ତି ପାଟରା ସେବାୟତ। ଏହାବ୍ୟତିତ ଶ୍ରୀଜୀଉମାନେ ଦୁଇଟି ଲେଖାଏଁ ଗୁଆମାଳ ମଧ୍ୟ ପରିଧାନ କରିଥାଆନ୍ତି। ନାଲି, ସବୁଜ, ହଳଦିଆ ଓ ନୀଳ ରଙ୍ଗର ଏହି ଗୁଆମାଳକୁ ମଧ୍ୟ ସ୍ୱତନ୍ତ୍ର ଭାବରେ ପ୍ରସ୍ତୁତ କରାଯାଇଥାଏ।ଦ୍ୱିପ୍ରହର ଧୂପ ବେଶରେ ମହାପ୍ରଭୁ ଦକ୍ଷିଣ ଭୂଜରେ ଗୋଟିଏ ଏବଂ ଉତ୍ତର ଭୂଜରେ ୨ଟି ଆଜ୍ଞାମାଳ ଲାଗି ହୋଇଥାନ୍ତି। ଏହାପରେ ପାଟରା ବିଶୋଇ ସେବକଙ୍କ ଦ୍ୱାରା ବାସୁଙ୍ଗା ପାଟରେ ପ୍ରସ୍ତୁତ ୪ଟି ରାକ୍ଷୀ ଏବଂ ୪ଟି ଗୁଆମାଳକୁ ଶ୍ରୀଜଗନ୍ନାଥ ଏବଂ ବଡ଼ଠାକୁରଙ୍କ ଶ୍ରୀଭୁଜରେ ପୁଷ୍ପାଳକ ସେବକ ଲାଗି କରିଥାନ୍ତି।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

22 Aug 2021 By The Sakala

ଶ୍ରୀମନ୍ଦିରରେ ରାକ୍ଷୀ ଲାଗି ନୀତି

ପୁରୀ: ଶ୍ରୀମନ୍ଦିରରେ ରବିବାର ଶ୍ରାବଣ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ପାଳିତ ହୋଇଛି। ଏଥିପାଇଁ ସ୍ୱତନ୍ତ୍ର ନୀତିକାନ୍ତି କରାଯାଇଛି। ରକ୍ଷା ବନ୍ଧନ ଭାଇ ଓ ଭଉଣୀ ଭିତରେ ଥିବା ସ୍ନେହ ଓ ପବିତ୍ର ବନ୍ଧନର ପର୍ବ। ତେବେ ଏହି ପବିତ୍ର ବନ୍ଧନର ଝଲକ ଶ୍ରୀମନ୍ଦିର ତଥା ଶ୍ରୀଜଗନ୍ନାଥ ସଂସ୍କୃତିରେ ଦେଖିବାକୁ ମିଳିଥାଏ। ଦେବୀ ସୁଭଦ୍ରା ନିଜର ଦୁଇଭାଇ ଶ୍ରୀଜଗନ୍ନାଥ ଏବଂ ବଳଭଦ୍ରଙ୍କ ହାତରେ ରାକ୍ଷୀ ବାନ୍ଧି ଭାରତୀୟ ପରମ୍ପରାର ପବିତ୍ର ସମ୍ପର୍କକୁ ଦର୍ଶାଇ ଥାଆନ୍ତି। ପ୍ରାୟ ୧୫ କିଲୋ ବାସୁଙ୍ଗା ପାଟରେ ପ୍ରସ୍ତୁତ ଏହି ସ୍ୱତନ୍ତ୍ର ରାଖୀକୁ ଚିତାଲାଗି ଅମାବାସ୍ୟା ପରଠାରୁ ପ୍ରସ୍ତୁତ କରିଥାଆନ୍ତି ପାଟରା ସେବାୟତ। ଏହାବ୍ୟତିତ ଶ୍ରୀଜୀଉମାନେ ଦୁଇଟି ଲେଖାଏଁ ଗୁଆମାଳ ମଧ୍ୟ ପରିଧାନ କରିଥାଆନ୍ତି। ନାଲି, ସବୁଜ, ହଳଦିଆ ଓ ନୀଳ ରଙ୍ଗର ଏହି ଗୁଆମାଳକୁ ମଧ୍ୟ ସ୍ୱତନ୍ତ୍ର ଭାବରେ ପ୍ରସ୍ତୁତ କରାଯାଇଥାଏ।ଦ୍ୱିପ୍ରହର ଧୂପ ବେଶରେ ମହାପ୍ରଭୁ ଦକ୍ଷିଣ ଭୂଜରେ ଗୋଟିଏ ଏବଂ ଉତ୍ତର ଭୂଜରେ ୨ଟି ଆଜ୍ଞାମାଳ ଲାଗି ହୋଇଥାନ୍ତି। ଏହାପରେ ପାଟରା ବିଶୋଇ ସେବକଙ୍କ ଦ୍ୱାରା ବାସୁଙ୍ଗା ପାଟରେ ପ୍ରସ୍ତୁତ ୪ଟି ରାକ୍ଷୀ ଏବଂ ୪ଟି ଗୁଆମାଳକୁ ଶ୍ରୀଜଗନ୍ନାଥ ଏବଂ ବଡ଼ଠାକୁରଙ୍କ ଶ୍ରୀଭୁଜରେ ପୁଷ୍ପାଳକ ସେବକ ଲାଗି କରିଥାନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର