ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାମାଭିଷେକ ନୀତି…

The Sakala Picture
Published On

ପୁରୀ: ଆଜି ମହାପ୍ରଭୁ ଜଗନ୍ନାଥଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହେବ। ଏହା ସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହେବ। ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିବା ପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିବେ। ଜୟବିଜୟ ଦ୍ୱାରରେ ଭୋଗ ଓ ବନ୍ଦାପନା ନୀତି ସରିବା ପରେ ଦିଅଁ ଦକ୍ଷିଣୀ ଘରକୁ ବିଜେ କରିବେ। ସେଠାରେ ଅନ୍ୟାନ୍ୟ […]

ପୁରୀ: ଆଜି ମହାପ୍ରଭୁ ଜଗନ୍ନାଥଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହେବ। ଏହା ସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହେବ। ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିବା ପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିବେ। ଜୟବିଜୟ ଦ୍ୱାରରେ ଭୋଗ ଓ ବନ୍ଦାପନା ନୀତି ସରିବା ପରେ ଦିଅଁ ଦକ୍ଷିଣୀ ଘରକୁ ବିଜେ କରିବେ। ସେଠାରେ ଅନ୍ୟାନ୍ୟ ନୀତି ସରିବା ପରେ ସନ୍ଧ୍ୟାରେ ଅଜ୍ଞାମାଳ ପାଇଁ ଶ୍ରୀରାମ, ଶ୍ରୀ ଲକ୍ଷ୍ମଣ ଓ ଦେବୀସୀତା ପାଲିଙ୍କିଙ୍କୁ ବିଜେ କରି ଶ୍ରୀଜଗନ୍ନାଥ ବଲ୍ଳବ ମଠକୁ ବିଜେ କରିବେ। ଦୁଇ ସେବାୟତ ଭରତ ଓ ଶତ୍ରୁଘ୍ନ ଚରିତ୍ର ଧାରଣ କରି ପ୍ରଭୁ ଶ୍ରୀରାମଙ୍କ ରୂପାର ପାଦୁକା ଦ୍ବୟ ସାଙ୍ଗରେ ଧରି ଶ୍ରୀଜଗନ୍ନାଥ ବଲ୍ଳବ ମଠରେ ପହଂଚିବା ପରେ ଗୌଡ଼ବାଡ଼ ସାହି ଆଖେଡା ପକ୍ଷରୁ ସେଠାରେ ଶ୍ରୀରାମଙ୍କ ଅଭିଷେକ ନୀତି ଅନୁଷ୍ଠିତ ହେବା । ପରେ ଶ୍ରୀମନ୍ଦିରକୁ ଠାକୁର ବାହୁଡା଼ ବିଜେ କରିବେ । ଆଜି ସାହିଯାତ୍ରାର ଅନ୍ତିମ ଦିନରେ ଗୌଡ଼ବାଡ଼ ସାହି ପକ୍ଷରୁ ନାଗା, ମେଢ଼, ନବଶିରା, ସପ୍ତଶିରା, ପଞ୍ଚଶିରା, ପାରମ୍ପରିକ ସମରକଳା ଆଦି ପରିବେଷଣ କରାଯିବ ।

ଆହୁରି ପଢ଼ନ୍ତୁ: ହିଟୱେଭ ପାଇଁ SOP: ଅଧିକ ଖରା ହେଉଥିବା ଜାଗାରେ ଆଶ୍ରୟସ୍ଥଳୀ ନିର୍ମାଣ, ଡ୍ରାଇଭରଙ୍କ ପାଇଁ ORS ଓ ପିଇବା ପାଣି ବ୍ୟବସ୍ଥା

22 Apr 2025 By The Sakala

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାମାଭିଷେକ ନୀତି…

ପୁରୀ: ଆଜି ମହାପ୍ରଭୁ ଜଗନ୍ନାଥଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହେବ। ଏହା ସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହେବ। ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିବା ପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିବେ। ଜୟବିଜୟ ଦ୍ୱାରରେ ଭୋଗ ଓ ବନ୍ଦାପନା ନୀତି ସରିବା ପରେ ଦିଅଁ ଦକ୍ଷିଣୀ ଘରକୁ ବିଜେ କରିବେ। ସେଠାରେ ଅନ୍ୟାନ୍ୟ ନୀତି ସରିବା ପରେ ସନ୍ଧ୍ୟାରେ ଅଜ୍ଞାମାଳ ପାଇଁ ଶ୍ରୀରାମ, ଶ୍ରୀ ଲକ୍ଷ୍ମଣ ଓ ଦେବୀସୀତା ପାଲିଙ୍କିଙ୍କୁ ବିଜେ କରି ଶ୍ରୀଜଗନ୍ନାଥ ବଲ୍ଳବ ମଠକୁ ବିଜେ କରିବେ। ଦୁଇ ସେବାୟତ ଭରତ ଓ ଶତ୍ରୁଘ୍ନ ଚରିତ୍ର ଧାରଣ କରି ପ୍ରଭୁ ଶ୍ରୀରାମଙ୍କ ରୂପାର ପାଦୁକା ଦ୍ବୟ ସାଙ୍ଗରେ ଧରି ଶ୍ରୀଜଗନ୍ନାଥ ବଲ୍ଳବ ମଠରେ ପହଂଚିବା ପରେ ଗୌଡ଼ବାଡ଼ ସାହି ଆଖେଡା ପକ୍ଷରୁ ସେଠାରେ ଶ୍ରୀରାମଙ୍କ ଅଭିଷେକ ନୀତି ଅନୁଷ୍ଠିତ ହେବା । ପରେ ଶ୍ରୀମନ୍ଦିରକୁ ଠାକୁର ବାହୁଡା଼ ବିଜେ କରିବେ । ଆଜି ସାହିଯାତ୍ରାର ଅନ୍ତିମ ଦିନରେ ଗୌଡ଼ବାଡ଼ ସାହି ପକ୍ଷରୁ ନାଗା, ମେଢ଼, ନବଶିରା, ସପ୍ତଶିରା, ପଞ୍ଚଶିରା, ପାରମ୍ପରିକ ସମରକଳା ଆଦି ପରିବେଷଣ କରାଯିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର