ଆଜି ହେରାପଞ୍ଚମୀ, ନନ୍ଦିଘୋଷ ରଥ ଭାଙ୍ଗିବେ ଲକ୍ଷ୍ମୀ ଠାକୁରାଣୀ

The Sakala Picture
Published On

ପୁରୀ: ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ)ଙ୍କୁ ଛାଡ଼ି ଜଗନ୍ନାଥ ମହାପ୍ରଭୁ ଭାଉ ଭଉଣୀଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରା କରିଛନ୍ତି। ତାଙ୍କୁ ସାଙ୍ଗରେ ନ ଆଣିଥିବାରୁ ଅଭିମାନରେ ରହିଛନ୍ତି ଶ୍ରୀଦେବୀ। ତେଣୁ କାଳିଆ ଠାକୁରଙ୍କୁ ଫେରାଇ ନେବାକୁ ଗୁଣ୍ଡିଚା ମନ୍ଦିର ଆସନ୍ତି ଶ୍ରୀଦେବୀ। ହେଲେ ୯ ଦିନର ଯାତ୍ରା ନ ସରିବା ପର୍ଯ୍ୟନ୍ତ ମହାପ୍ରଭୁ ଶ୍ରୀମନ୍ଦିର ଫେରିବେ ନାହିଁ ବୋଲି ଶ୍ରୀଦେବୀଙ୍କୁ କୁହନ୍ତି। ଏଥିରେ ରାଗିଯାଇ ଫେରିବା ବେଳେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଭାଙ୍ଗି ଦେଇଯାନ୍ତି। ଏହି ପରମ୍ପରାକୁ […]

ପୁରୀ: ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ)ଙ୍କୁ ଛାଡ଼ି ଜଗନ୍ନାଥ ମହାପ୍ରଭୁ ଭାଉ ଭଉଣୀଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରା କରିଛନ୍ତି। ତାଙ୍କୁ ସାଙ୍ଗରେ ନ ଆଣିଥିବାରୁ ଅଭିମାନରେ ରହିଛନ୍ତି ଶ୍ରୀଦେବୀ। ତେଣୁ କାଳିଆ ଠାକୁରଙ୍କୁ ଫେରାଇ ନେବାକୁ ଗୁଣ୍ଡିଚା ମନ୍ଦିର ଆସନ୍ତି ଶ୍ରୀଦେବୀ। ହେଲେ ୯ ଦିନର ଯାତ୍ରା ନ ସରିବା ପର୍ଯ୍ୟନ୍ତ ମହାପ୍ରଭୁ ଶ୍ରୀମନ୍ଦିର ଫେରିବେ ନାହିଁ ବୋଲି ଶ୍ରୀଦେବୀଙ୍କୁ କୁହନ୍ତି। ଏଥିରେ ରାଗିଯାଇ ଫେରିବା ବେଳେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଭାଙ୍ଗି ଦେଇଯାନ୍ତି। ଏହି ପରମ୍ପରାକୁ ହେରାପଞ୍ଚମୀ କୁହାଯାଏ। ଶନିବାର ପାଳିତ ହେବ ଏହି ନୀତି।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ଭୋର ୪ଟାରେ ଦ୍ୱାରଫିଟା ଯାଇ ୫ଟା ସୁଦ୍ଧା ମଙ୍ଗଳ ଆଳତି ବଢ଼ିବ। ମଇଲମ, ତଡ଼ପଲାଗି ନୀତି ପରେ ସକାଳ ୬ଟାରେ ଅବକାଶ ନୀତି ସମ୍ପନ୍ନ ହେବ। ସକାଳ ସାଢ଼େ ୬ଟାରୁ ସାଢ଼େ ୭ଟା ଘଣ୍ଟାଏ ସାହାଣମେଲା ଦର୍ଶନ ରହିଛି। ଏହାପରେ ରୋଷହୋମ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ହୋଇ ଠାକୁରଙ୍କ ବେଶ ବଢ଼ିବ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମଧ୍ୟରେ ସକାଳ ଧୂପ ଏବଂ ମଧ୍ୟାହ୍ନ ୧୨ଟା ୩୦ ସୁଦ୍ଧା ଭୋଗମଣ୍ଡପ ବଢ଼ିବ। ଏହାପରେ ମହାପ୍ରଭୁଙ୍କ ମଇଲମ, ଯାତ୍ରାଙ୍ଗୀ ମହାସ୍ନାନ, ଘଣ୍ଟଛତା ସର୍ବାଙ୍ଗ, ନୂଆଲୁଗା ଲାଗି ବେଶ ହେବ। ଅପରାହ୍ନ ୩ଟାରୁ ୪ଟା ୩୦ ମଧ୍ୟରେ ମଧ୍ୟାହ୍ନ ଧୂପ ନୀତି ବଢ଼ି ଅପରାହ୍ନ ୫ଟା ୩୦ ସୁଦ୍ଧା ଦ୍ୱିତୀୟ ଭୋଗମଣ୍ଡପ ବଢ଼ିବ। ଏହପରେ ମଇଲମ, ସନ୍ଧ୍ୟା ଆଳତି, ମହାପ୍ରଭୁଙ୍କ ବାଡ଼ରେ ମହାସ୍ନାନ, ତିନିବାଡ଼ରେ ଘଣ୍ଟଛତା ସର୍ବାଙ୍ଗ, ନୂଆଲୁଗା ଲାଗି ଏବଂ ଅଳଙ୍କାର ଲାଗି ଠାକୁରଙ୍କ ବେଶ ହେବ। ପରେ ସନ୍ଧ୍ୟା ଧୂପ ସମ୍ପନ୍ନ ହେବ। ସନ୍ଧ୍ୟାଧୂପ ପୂଜା ବସିଥିବା ସମୟରେ ରଥ ନିକଟରେ ନୀତି ସାରି ଶ୍ରୀଦେବୀ ରାତି ୯ଟା ୩୦ରେ ଜଗମୋହନକୁ ବିଜେ କରିବେ। ଏହାପରେ ଶ୍ରୀଦେବୀଙ୍କୁ ଆଜ୍ଞାମାଳ ଲାଗି ହେବା ପରେ ସନ୍ଧ୍ୟାଧୂପ ଟେରା ପଡ଼ିବ। ରାତି ୯ଟା ୫୦ ସୁଦ୍ଧା ସନ୍ଧ୍ୟାଧୂପ ବଢ଼଼଼଼ିବ। ପରେ ମଇଲମ, ଚନ୍ଦନଲାଗି ଓ ବଡ଼ସିଂହାର ହୋଇ ରାତ୍ର ୧ଟା ସୁଦ୍ଧା ପହୁଡ଼ ହେବାକୁ ନୀତି ନିର୍ଘଣ୍ଟ କରାଯାଇଛି।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

24 Jun 2023 By The Sakala

ଆଜି ହେରାପଞ୍ଚମୀ, ନନ୍ଦିଘୋଷ ରଥ ଭାଙ୍ଗିବେ ଲକ୍ଷ୍ମୀ ଠାକୁରାଣୀ

ପୁରୀ: ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ)ଙ୍କୁ ଛାଡ଼ି ଜଗନ୍ନାଥ ମହାପ୍ରଭୁ ଭାଉ ଭଉଣୀଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରା କରିଛନ୍ତି। ତାଙ୍କୁ ସାଙ୍ଗରେ ନ ଆଣିଥିବାରୁ ଅଭିମାନରେ ରହିଛନ୍ତି ଶ୍ରୀଦେବୀ। ତେଣୁ କାଳିଆ ଠାକୁରଙ୍କୁ ଫେରାଇ ନେବାକୁ ଗୁଣ୍ଡିଚା ମନ୍ଦିର ଆସନ୍ତି ଶ୍ରୀଦେବୀ। ହେଲେ ୯ ଦିନର ଯାତ୍ରା ନ ସରିବା ପର୍ଯ୍ୟନ୍ତ ମହାପ୍ରଭୁ ଶ୍ରୀମନ୍ଦିର ଫେରିବେ ନାହିଁ ବୋଲି ଶ୍ରୀଦେବୀଙ୍କୁ କୁହନ୍ତି। ଏଥିରେ ରାଗିଯାଇ ଫେରିବା ବେଳେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଭାଙ୍ଗି ଦେଇଯାନ୍ତି। ଏହି ପରମ୍ପରାକୁ ହେରାପଞ୍ଚମୀ କୁହାଯାଏ। ଶନିବାର ପାଳିତ ହେବ ଏହି ନୀତି।

ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ଭୋର ୪ଟାରେ ଦ୍ୱାରଫିଟା ଯାଇ ୫ଟା ସୁଦ୍ଧା ମଙ୍ଗଳ ଆଳତି ବଢ଼ିବ। ମଇଲମ, ତଡ଼ପଲାଗି ନୀତି ପରେ ସକାଳ ୬ଟାରେ ଅବକାଶ ନୀତି ସମ୍ପନ୍ନ ହେବ। ସକାଳ ସାଢ଼େ ୬ଟାରୁ ସାଢ଼େ ୭ଟା ଘଣ୍ଟାଏ ସାହାଣମେଲା ଦର୍ଶନ ରହିଛି। ଏହାପରେ ରୋଷହୋମ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ହୋଇ ଠାକୁରଙ୍କ ବେଶ ବଢ଼ିବ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମଧ୍ୟରେ ସକାଳ ଧୂପ ଏବଂ ମଧ୍ୟାହ୍ନ ୧୨ଟା ୩୦ ସୁଦ୍ଧା ଭୋଗମଣ୍ଡପ ବଢ଼ିବ। ଏହାପରେ ମହାପ୍ରଭୁଙ୍କ ମଇଲମ, ଯାତ୍ରାଙ୍ଗୀ ମହାସ୍ନାନ, ଘଣ୍ଟଛତା ସର୍ବାଙ୍ଗ, ନୂଆଲୁଗା ଲାଗି ବେଶ ହେବ। ଅପରାହ୍ନ ୩ଟାରୁ ୪ଟା ୩୦ ମଧ୍ୟରେ ମଧ୍ୟାହ୍ନ ଧୂପ ନୀତି ବଢ଼ି ଅପରାହ୍ନ ୫ଟା ୩୦ ସୁଦ୍ଧା ଦ୍ୱିତୀୟ ଭୋଗମଣ୍ଡପ ବଢ଼ିବ। ଏହପରେ ମଇଲମ, ସନ୍ଧ୍ୟା ଆଳତି, ମହାପ୍ରଭୁଙ୍କ ବାଡ଼ରେ ମହାସ୍ନାନ, ତିନିବାଡ଼ରେ ଘଣ୍ଟଛତା ସର୍ବାଙ୍ଗ, ନୂଆଲୁଗା ଲାଗି ଏବଂ ଅଳଙ୍କାର ଲାଗି ଠାକୁରଙ୍କ ବେଶ ହେବ। ପରେ ସନ୍ଧ୍ୟା ଧୂପ ସମ୍ପନ୍ନ ହେବ। ସନ୍ଧ୍ୟାଧୂପ ପୂଜା ବସିଥିବା ସମୟରେ ରଥ ନିକଟରେ ନୀତି ସାରି ଶ୍ରୀଦେବୀ ରାତି ୯ଟା ୩୦ରେ ଜଗମୋହନକୁ ବିଜେ କରିବେ। ଏହାପରେ ଶ୍ରୀଦେବୀଙ୍କୁ ଆଜ୍ଞାମାଳ ଲାଗି ହେବା ପରେ ସନ୍ଧ୍ୟାଧୂପ ଟେରା ପଡ଼ିବ। ରାତି ୯ଟା ୫୦ ସୁଦ୍ଧା ସନ୍ଧ୍ୟାଧୂପ ବଢ଼଼଼଼ିବ। ପରେ ମଇଲମ, ଚନ୍ଦନଲାଗି ଓ ବଡ଼ସିଂହାର ହୋଇ ରାତ୍ର ୧ଟା ସୁଦ୍ଧା ପହୁଡ଼ ହେବାକୁ ନୀତି ନିର୍ଘଣ୍ଟ କରାଯାଇଛି।

https://www.thesakala.in/latest-odisha-news/rath-yatra-2023-hera-panchami-ritual/article-22888
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର