ଆରମ୍ଭ ହେଲା ରଥଟଣା : ବଡ଼ଦାଣ୍ଡରେ ଗଡିଲା ବଡ଼ଠାକୁର ଶ୍ରୀବଳଦେବଙ୍କ ତାଳଧ୍ୱଜ ରଥ

The Sakala Picture
Published On

ପୁରୀ : ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ନିର୍ଦ୍ଧାରିତ ସମୟର ୩ ଘଣ୍ଟା ପୂର୍ବରୁ ଆରମ୍ଭ ହେଲା ରଥଟଣା। ମାଉସୀ ମା’ ମନ୍ଦିର ଅଭିମୁଖେ ବାହାରିଲେ ବଡ ଠାକୁର । ସିଂହଦ୍ୱାର ଛାଡି ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡିଲା ଶ୍ରୀ ବଳଭଦ୍ରଙ୍କର ତାଳଧ୍ୱଜ ରଥ । ପରମ୍ପରା ଅନୁସାରେ ପ୍ରଥମେ ଶ୍ରୀ ବଳଭଦ୍ରଙ୍କର ରଥ ଟଣା ଯାଇଛି । ରଥରେ ଅଶ୍ୱ ଯୋଖା ହେବା ପରେ ତାଳଧ୍ୱଜ ରଥ ଟଣା ଆରମ୍ଭ ହୋଇଛି । ବିଭିନ୍ନ ନୀତିକାନ୍ତି ପରେ […]

ପୁରୀ : ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ନିର୍ଦ୍ଧାରିତ ସମୟର ୩ ଘଣ୍ଟା ପୂର୍ବରୁ ଆରମ୍ଭ ହେଲା ରଥଟଣା। ମାଉସୀ ମା’ ମନ୍ଦିର ଅଭିମୁଖେ ବାହାରିଲେ ବଡ ଠାକୁର । ସିଂହଦ୍ୱାର ଛାଡି ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡିଲା ଶ୍ରୀ ବଳଭଦ୍ରଙ୍କର ତାଳଧ୍ୱଜ ରଥ । ପରମ୍ପରା ଅନୁସାରେ ପ୍ରଥମେ ଶ୍ରୀ ବଳଭଦ୍ରଙ୍କର ରଥ ଟଣା ଯାଇଛି । ରଥରେ ଅଶ୍ୱ ଯୋଖା ହେବା ପରେ ତାଳଧ୍ୱଜ ରଥ ଟଣା ଆରମ୍ଭ ହୋଇଛି । ବିଭିନ୍ନ ନୀତିକାନ୍ତି ପରେ ନିର୍ଦ୍ଧାରିତ ସମୟ ଠାରୁ ପ୍ରାୟ ଦେଢ ଘଣ୍ଟା ପୂର୍ବରୁ ତାଳଧ୍ୱଜ ରଥ ମାଉସୀ ମା’ ଅଭିମୁଖେ ଗଡିଛି । ଡାହୁକ ରଥ ଉପରେ ଛିଡା ହୋଇ ଳମ୍ବା ବେତ ଧରି ଭକ୍ତ ମାନଙ୍କୁ ରଥ ଟାଣିବାକୁ ଉତ୍ସାହିକ କରୁଛନ୍ତି । ରଥ ଗଡିବା ଆରମ୍ଭ ହେବା ମାତ୍ରେ ବଡଦାଣ୍ଡ ହରିବୋଲ ଓ ହୁଳହୁଳି ପ୍ରକମ୍ପିତ ହୋଇ ଉଠିଛି।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

ସର୍ବପ୍ରଥମେ ବଳଭଦ୍ର ମହାପ୍ରଭୁଙ୍କ ତାଳଧ୍ୱଜ ରଥ ଟଣାଯାଏ । ସମତାଳରେ ଉଭୟ ଭଟିମୁଣ୍ଡା ଓ ପୁରୀ ଘଣ୍ଟୁଆମାନେ ଏହି ସମୟରେ ଘଣ୍ଟ ବଜାଇଥାନ୍ତି। ଡାହୁକ ରଥ ଉପରେ ଠିଆ ହୋଇ ଯୋଡ଼ି ଲମ୍ବା ବେତ ଧରି ରଥ ବୋଲି ଗୀତ ଗାଇ ଭକ୍ତଜନଙ୍କୁ ଆମୋଦିତ କରିଥାନ୍ତି । ସର୍ବ ଧର୍ମ ନିର୍ବିଶେଷରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଭକ୍ତ ରଥ ଦଉଡ଼ି ଧାରଣ ପୂର୍ବକ ଆନନ୍ଦ ମନରେ ରଥକୁ ଟାଣିଥାନ୍ତି । ଭକ୍ତମାନଙ୍କ ହରିବୋଲ, ହୁଳହୁଳି, ସଂକୀର୍ତ୍ତନ ଇତ୍ୟାଦିରେ ସମଗ୍ର ବଡ଼ଦାଣ୍ଡ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥାଏ । ତାଳଧ୍ୱଜ ରଥ ପରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ଓ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଯାଇଯିବ। ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ମାଉସୀ ମା ଯିବେ କାଳିଆ ଠାକୁର । ଗୁଣ୍ଡିଚା ମନ୍ଦିରରେ ଚାଲିବ ତିନି ଠାକୁରଙ୍କ ଲୀଳାଖେଳା ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ଏହା ପୂର୍ବରୁ ଶଙ୍କରାଚାର୍ଯ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ତିନି ରଥରେ ପୁରୀର ଗଜପତି ମହାରାଜା ଦିବ୍ୟସିଂହ ଦେବ ‘ଛେରାପହଁରା’ କରିଥିଲେ। ଗଜପତି ମହରାଜ ଦିବ୍ୟସିଂହ ଦେବ ଶ୍ରୀନଅରରୁ ତାମଯାନରେ ଆସି ରଥ ଉପରେ ପହଞ୍ଚିବା ପରେ ରାଜାବେଶରେ ରଥ ଉପରେ ଛେରାପହଁରା ନୀତି କରିଥିଲେ। ପରମ୍ପରା ଅନୁଯାୟୀ ସେ ପ୍ରଥମେ ତାଳଧ୍ବଜ ରଥରେ ଛେରାପହଁରା ସଂପନ୍ନ କରିଥିଲେ। ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ପ୍ରଥମେ ସୁବାସିତ ଜଳ ସିଞ୍ଚନ କରି ରଥକୁ ସୁବର୍ଣ୍ଣ ସମାର୍ଜନୀରେ ପରିଷ୍କୃତ କରିଥିଲେ। ସୁଭଦ୍ରାଙ୍କ ଦର୍ପଦଳନ ରଥରେ ଓ ଶେଷରେ ନନ୍ଦିଘୋଷ ରଥରେ ଛେରାପହଁରା ନୀତି ସମାପନ ହେବା ପରେ ରଥଟଣା ଆରମ୍ଭ ହୋଇଛି।

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର