ଭୁବନେଶ୍ୱର: ଆସନ୍ତା ଫେବୃଆରୀ ୧୫ରେ ସରିବ ରାସନ କାର୍ଡ e-KYC ଅବଧି । ୧୫ ପରେ ଆଉ ବଢ଼ିବନି eKYC ଅବଧି । ତାପରେ ବି ଯେଉଁମାନେ e-KYC କରିବେ ନାହିଁ, ସେଗୁଡିକୁ ସରେଣ୍ଡର ବୋଲି ଧରି ନିଆଯିବ । E-KYC ନକଲେ ସେହି କାର୍ଡ ଗୁଡ଼ିକୁ କାଟି ଦିଆଯିବ । ଏ ନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଅଯୋଗ୍ୟ ହିତାଧିକାରୀ କାର୍ଡ ନଫେରାଇଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ମନ୍ତ୍ରୀ । ସେ ଆହୁରି ମଧ୍ୟ କହିଛନ୍ତି କି, ଏବେ ସୁଦ୍ଧା ୩୭ ଲକ୍ଷ ୮୫ ହଜାର ୪୯୬ କରିନାହାନ୍ତି e-KYC । ‘e-KYC ନକଲେ କାର୍ଡ ସରେଣ୍ଡର ବୋଲି ଧରିନିଆଯିବ ।
ସେହିପରି ପ୍ରାୟ ୮ ଲକ୍ଷ ଆୟକର ଦେଉଥିବା ଲୋକ କାର୍ଡ ନେଇଥିଲେ ବି ରିପୋର୍ଟ ଆସିଛି । ସେମାନେ ସ୍ବାସ୍ଥ୍ୟ କାର୍ଡ ପାଇବା ପାଇଁ ରାସନ କାର୍ଡ ନେଇଥିଲେ । ଏହାର ରିପୋର୍ଟ ମନ୍ତ୍ରୀଙ୍କର ହସ୍ତଗତ ହୋଇଛି । ଏନେଇ ଅଧିକାରୀମାନଙ୍କୁ ସର୍ଭେ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସେହି କାର୍ଡ ଗୁଡ଼ିକ ମଧ୍ୟ କଟିବ । ଅଯୋଗ୍ୟ ହିତାଧିକାରୀ କାର୍ଡ ନେବା ନେଇ ଲିଖିତ ଅଭିଯୋଗ କଲେ ଆକ୍ସନ ହେବ ବୋଲି କହିଲେ ମନ୍ତ୍ରୀ । ଚାକିରି କରିଥିବା ବା ଆୟକର ଦେଉଥିବା ଏବେ ସୁଦ୍ଧା ୧୨ ହାଜର ଅଯୋଗ୍ୟ ରାସନ କାର୍ଡ ଫେରାଇ ସାରିଲେଣି ।