ମନୋରଞ୍ଜନ
E-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ: ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଭୁବନେଶ୍ୱର : ଆସନ୍ତା ମାସରୁ ବନ୍ଦ ହୋଇଯିବ ଚାଉଳ। E-KYC କରି ନ ଥିଲେ ଆସନ୍ତା ମାସରୁ ବନ୍ଦ ହୋଇଯିବ ଚାଉଳ । କେନ୍ଦ୍ର ସରକାର E-KYC ପ୍ରକ୍ରିୟା ବନ୍ଦ କରିଦେଇଛନ୍ତି ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫ ଲକ୍ଷ ୬୭ ହଜାର ହିତାଧିକାରୀ କେଓ୍ୱାଇସି କରିନାହାନ୍ତି । ଏବେ ଆଉ ସମୟ ନାହିଁ । ଏବେବି କେଓ୍ୱାଇସି କରି ନ ଥିବା ଲୋକଙ୍କ ଚାଉଳ ପଠାଯାଉଛି । ତାକୁ ଖୁବଶୀଘ୍ର ବନ୍ଦ କରି ଦିଆଯିବ । ଯେଉଁମାନେ କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବନାହିଁ। ତେଣୁ ଆଗାମୀ ଦିନରେ ଯଦି କେନ୍ଦ୍ର ସରକାର ସମୟ ବଢାଇବେ, ତେବେ ଆମେ ମଧ୍ୟ ବଢାଇବୁ। ଯଦି କିଏ ବାଦ୍ ରହିଯାଇଥିବ, ତେବେ ସେମାନଙ୍କୁ ଲିଖିତ ଭାବେ ଦେବାକୁ ପଡିବ । ତାପରେ ଯାଇ ଆମେ ସେମାନଙ୍କ କଥା ବିଚାର କରିବୁ ।
ସୂଚନାଯୋଗ୍ୟ ଯେ, ରାସନ କାର୍ଡରେ ଥିବା କିମ୍ବା ପରିବାର ସମସ୍ତ ସଦସ୍ୟଙ୍କ ଆଉ ଥରେ କେଓ୍ୱାଇସି କରିବା ବାଧ୍ୟତାମୂଳକ ଥିଲା । ହେଲେ ଧାର୍ଯ୍ୟ ତାରିଖ ବିତିଯାଇଥିଲେ ମଧ୍ୟ ସଂପୂର୍ଣ୍ଣ ହୋଇପାରି ନ ଥିଲା E-KYC।