ରାୟଗଡା : କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘରେ ଭିଜିଲାନ୍ସ ଚଢଉ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଜୟପୁର ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍ କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘର ଓ ଅଫିସ ସମେତ ୯ଟି ସ୍ଥାନରେ ଚଢ଼ାଉ କରୁଥିବା ଜଣାପଡିଛି।
ଆଜି ଭୋର୍ ପ୍ରାୟ ୪ଟା ସମୟରୁ ଚଢ଼ାଉ ଆରମ୍ଭ ହୋଇଥିବା ଜଣାପଡ଼ିଛି ଓ ଏକାସାଙ୍ଗେ ୯ ଟି ସ୍ଥାନରେ ଚଢ଼ାଉ ଚାଲିଥିବା ସୂଚନା ରହିଛି। ଭିଜିଲାନ୍ସ ସ୍ୱତନ୍ତ୍ର ବିଚାରପତି ଜୟପୁର ଓ କୋରାପୁଟଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଭିଜିଲାନ୍ସର ୭ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର, ୯ ଜଣ ଏଏସ୍ଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଏବଂ ରାୟଗଡ଼ା ଜିଲ୍ଲାର ୯ଟି ସ୍ଥାନରେ ଏକକାଳୀନ ତଲାସ କରାଯାଉଛି। ଜୟପୁର ଭିଜିଲାନ୍ସ ଟିମ୍ ଏହି ଚଢ଼ାଉ କରୁଥିବା ବେଳେ ସମ୍ପତ୍ତି ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରିନାହିଁ ଓ ଏନେଇଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।